ସପ୍‌ନାଙ୍କ ବିରୋଧରେ ଥାନାର ଦ୍ୱାରସ୍ଥ ହେଲେ ଭାଉଜ

ବମ୍ବେ: ଅଡ଼ୁଆରେ ହରିୟାଣାର ଲୋକପ୍ରିୟ ନୃତ୍ୟଶିଳ୍ପୀ ସପ୍‌ନା ଚୌଧୁରୀ। ତାଙ୍କ ସହ ଭାଇ କର୍ଣ୍ଣ ଏବଂ ମା’ ନୀଲମ୍‌ଙ୍କ ବିରୋଧରେ ଭାଉଜ ପାଲଓ୍ବାଲ ମହିଳା ଥାନାର ଦ୍ୱାରସ୍ଥ ହୋଇଛନ୍ତି। ଭାଉଜଙ୍କ ଅଭିଯୋଗ ପରେ ଯୌତୁକ ନିର୍ଯାତନା ସମେତ ଅନେକ ଗୁରୁତର ଧାରା ଅଧୀନରେ ମାମଲା ରୁଜୁ ହୋଇଛି। ଏହାକୁ ନେଇ ସପ୍‌ନା ବିବାଦ ଘେରକୁ ଆସିଛନ୍ତି।

ପାଲଓ୍ବାଲର ବାସିନ୍ଦା ସପ୍‌ନାଙ୍କ ଭାଉଜ ମହିଳା ଥାନାରେ ଅଭିଯୋଗ କରିଛନ୍ତି ଯେ, ୨୦୨୮ରେ ସେ ଦିଲ୍ଲୀର ନଜାଫଗଡ଼ର ବାସିନ୍ଦା ତଥା ସପନାଙ୍କ ଭାଇ କର୍ଣ୍ଣଙ୍କୁ ବିବାହ କରିଥିଲେ। ବିବାହ ପରଠାରୁ ତାଙ୍କୁ ଯୌତୁକ ଲାଗି ହଇରାଣ କରାଯାଉଥିଲା। ତାଙ୍କୁ ମାରପିଟ୍‌ କରାଯାଉଥିଲା। ହେଲେ ଝିଅ ହେବା ପରେ ତାଙ୍କୁ ପୂଜା କରିବାୁ ସମୟରେ କ୍ରେଟା ଗାଡ଼ି ଆଣିବାକୁ କୁହାଯାଇଥିଲା। ଏହାଶୁଣି ତାଙ୍କ ବାପା ନଗଦ ୩ ଲକ୍ଷ ଟଙ୍କା, ସୁନା, ରୂପା ଏବଂ ପୋଷାକ ଦେଇଥିଲେ। ଏହାସତ୍ତ୍ୱେ ତାଙ୍କ ଶାଶୁଘର ଲୋକଙ୍କ ଲାଳସା କମି ନ ଥିଲା। ସେ ପୁଣିଥରେ ତାଙ୍କୁ ନିର୍ଯାତନା ଦେବା ଆରମ୍ଭ କରିଥିଲେ। ୨୦୨୦ ମେ ୨୬ରେ ତାଙ୍କ ସ୍ବାମୀ ମଦ ନିଶାରେ ତାଙ୍କ ସହ ମାରପିଟ୍‌ ଏବଂ ଅପ୍ରାକୃତିକ ଯୌନ ସମ୍ପର୍କ ରଖିଥିଲେ। ଛଅ ମାସ ପୂର୍ବେ ସେ ବାପଘର ଚାଲିଆସିଛନ୍ତି। ଏବେ ସେ ସମସ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଚାହୁଁଛନ୍ତି।

ତେବେ ସପ୍‌ନାଙ୍କ ବିରୋଧରେ ଲାଗିଥିବା ଅଭିଯୋଗକୁ ନେଇ ଯାଞ୍ଚ କରାଯାଉଛି। ଅଭିଯୋଗ ପ୍ରମାଣିତ ହେଲେ ଅଭିଯୁକ୍ତଙ୍କୁ ଗିରଫ କରାଯିବ ବୋଲି ଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଏମପିଙ୍କୁ ବଡ଼ ପରାମର୍ଶ ଦେଲେ ମୋଦି, ବର୍ତ୍ତମାନ ଉପରେ ଫୋକସ୍…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିବା ଭାରତୀୟ ଜନତା ପାର୍ଟି (ଭାଜପା)ର ୩୭ ଜଣ ନୂଆ ଏମପିଙ୍କ ବୈଠକ କରିଥିଲେ । ଏହି…

ଘର କବାଟ ଖୋଲୁଖୋଲୁ ଚୋଟ ମାରିଲା ବିଷଧର ସାପ, ଟଳିପଡ଼ିଲେ ବୃଦ୍ଧା

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରାପଦର ପଞ୍ଚାୟତ ଭୁଡୁକି ଗ୍ରାମର ଏ.ବାଉରୀ ପାତ୍ରଙ୍କ ସ୍ତ୍ରୀ ଏ.ସାଇଆମ୍ମା ପାତ୍ର(୭୦) ନାମ୍ନୀ ବୃଦ୍ଧା ବୁଧବାର ଅପରାହ୍ନରେ…

ତାତିଲେ ଚାଷୀ, ୧୦ରେ ଜେଲଭରୋ ଆନ୍ଦୋଳନ: ଚାଷ, ଚାଷୀ ସମସ୍ୟା ଅସମାହିତ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। କିନ୍ତୁ ଏଠାରେ ଚାଷ ଓ…

ତାବରସାହି ଜଙ୍ଗଲରୁ ୨୫ ଲକ୍ଷର ଗଞ୍ଜେଇ ଜବତ, ଗୋଡ଼ାଇ ଗୋଡ଼ାଇ ବାନ୍ଧିଲା ପୋଲିସ

ମୋହନା,୫ା୮(ମନ୍ମଥ ମିଶ୍ର): ଗଜପତି ଜିଲା ରା.ଉଦୟଗିରି ଥାନା ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲାର ପର୍ଦ୍ଦାଫାଶ କରିଛି । ୨୫୧ କିଲୋଗ୍ରାମ ୨୦୦ ଗ୍ରାମ…

ବନ୍ୟା କ୍ଷୟକ୍ଷତି ଆକଳନ କଲେ ମନ୍ତ୍ରୀ, ପ୍ରଭାବିତ ଅଞ୍ଚଳରେ ହେବ…

କେନ୍ଦୁଝର,୫ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ପଞ୍ଚାୟତିରାଜ ଓ ପାନୀୟ ଜଳ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାଏକ ବୁଧବାର କେନ୍ଦୁଝର ସର୍କିଟ ହାଉସ୍‌ଠାରେ ବନ୍ୟା ଦ୍ୱାରା ହୋଇଥିବା…

ବ୍ଲକଗ୍ରାଣ୍ଟ ଶିକ୍ଷକଙ୍କ ଧାରଣା

କୃଷ୍ଣପ୍ରସାଦ, ୫।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ଦୀର୍ଘଦିନ ଧରି ବିଭିନ୍ନ ଦାବି ନେଇ ବ୍ଲକଗ୍ରାଣ୍ଟ ଶିକ୍ଷକମାନେ ରାଜରାସ୍ତାକୁ ଓହ୍ଲାଇ ଆସୁଛନ୍ତି। ପୂର୍ବରୁ ବିଧାନସଭା ସମ୍ମୁଖରେ ଶିକ୍ଷୟିତ୍ରୀମାନେ ମାଣବସା ଗୁରୁବାର…

୨୬ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ RTOର ୨ କର୍ମଚାରୀ, ବାନ୍ଧିଲା ଭିଜିଲାନ୍ସ

ରାଉରକେଲା,୫ା୮(ସଙ୍ଗୀତା ଜେନା) : ଭିଜିଲାନ୍ସ ଜାଲରେ ରାଉରକେଲା RTOର ୨ କର୍ମଚାରୀ । ବ୍ୟାଙ୍କ ଦ୍ୱାରା ନିଲାମ ହୋଇଥିବା ଦୁଇଟି ଟ୍ରକ୍‌ର ନୂତନ ପଞ୍ଜୀକରଣ ପ୍ରମାଣପତ୍ର (ଏଫ୍‌ଆର୍‌ସି)…

ମୁମ୍ବାଇରେ ଶ୍ରମିକଙ୍କ ମୃତ୍ୟୁ, ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ପ୍ରଚେଷ୍ଟାରେ ଗାଁରେ ପହଞ୍ଚିଲା ମୃତଦେହ, କାନ୍ଦବୋବାଳିରେ…

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଛୋଟରାୟପୁର- ବାସୁଦେବପୁର ଗ୍ରାମ ବଡ଼ସାହିର ପ୍ରଦୀପ ମହାରଣାଙ୍କ ୨ୟ ପୁଅ ସନ୍ତୋଷ ମହାରଣା(୩୬) ପରିବାର ପରିପୋଷଣ ନିମନ୍ତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri