ଦିଗପହଣ୍ଡିରେ ଦଣ୍ଡନାଚର ଶୁଭାରମ୍ଭ, ମନସ୍କାମନା ପୂରଣ ଲାଗି…

ଦିଗପହଣ୍ଡି,୨୫।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରରେ ମଙ୍ଗଳବାର ଠାରୁ ମା ’ ଦଣ୍ଡକାଳୀଙ୍କ ୨୧ ଦିନବ୍ୟାପୀ ଦଣ୍ଡଯାତ୍ରାର ଶୁଭାରମ୍ଭ ହୋଇଛି। ମାନସିକ ଧାରୀ ଦଣ୍ଡୁଆ ମାନେ ସ୍ଥାନୀୟ ଭୋଇ ସାହି ସ୍ଥିତ ମା ’ ଦଣ୍ଡକାଳୀଙ୍କ ମନ୍ଦିରକୁ ଯାଇ ସେମାନଙ୍କ ମନସ୍କାମନା ପୂରଣ ସକାଶେ ପୂଜାର୍ଚ୍ଚନା କରିଛନ୍ତି। ଏହାପରେ ଦଣ୍ଡୁଆ ମାନେ କମାପଡ଼ିଆସ୍ଥିତ ଶ୍ରୀ ନୀଳକଣ୍ଠେଶର ଶୈବପୀଠକୁ ଯାଇ ପ୍ରଭୁଙ୍କ ନିକଟରେ ଅଧିଆ ପଡ଼ି ଦୀର୍ଘ ସମୟ ଧରି ଆରାଧନା କରିଥିଲେ । ଶୈବପୀଠରେ ରୀତିନୀତି ଅନୁସାରେ ସଙ୍କଳ୍ପ ପୂଜାର୍ଚ୍ଚନା କରାଯିବା ପରେ ପଇତା ଧାରଣ କରିଥିଲେ। ସେଠାରୁ ଢୋଲ,ମହୁରୀ, ଘଣ୍ଟ,ଗିନି ବାଦ୍ୟର ତାଳେ ତାଳେ ମା’ ଦାଣ୍ଡକାଳୀଙ୍କ ପ୍ରଭା ଓ ମହାଦେବଙ୍କ ପ୍ରତିମା ଧରି ସହର ପରିକ୍ରମା କରି ବସଷ୍ଟାଣ୍ଡ ସ୍ଥିତ ଶ୍ରୀ ତ୍ରିନାଥ ମନ୍ଦିର ସମ୍ମୁଖରେ ପହଞ୍ଚିଥିଲେ। ସେଠାରେ ପ୍ରତିବର୍ଷ ଭଳି ବ୍ୟବସାୟୀ ସଂଘ ସହାୟତାରେ ପ୍ରଚଳିତ ଧୁଳି ଦଣ୍ଡ ପରିବେଷଣ କରିଥିଲେ । ପରେ ପାଣିଦଣ୍ଡ ଏବଂ ବିଳମ୍ବିତ ରାତିରେ ଅଗ୍ନି ଦଣ୍ଡ ପରିବେଷଣ କରିଥିଲେ। ବିଳମ୍ବିତ ରାତିରେ ଶ୍ରୀ ଗୈାରୀ ଶଙ୍କର ଦଣ୍ଡନାଟ୍ୟ ଅନୁଷ୍ଠାନ ର ମ୍ୟାନେଜର ପ୍ରଫୁଲ୍ଲ କୁମାର ପାଣିଗ୍ରାହୀଙ୍କ ପ୍ରତ୍ୟକ୍ଷ ତତ୍ତାବଧାନରେ ନାଟ୍ୟକାର କୁରେଶୁ ସାହୁଙ୍କ ବଳିଷ୍ଠ ନିର୍ଦ୍ଦେଶନାରେ କଳାକାର ମାନଙ୍କ ଦ୍ବାରା ଶ୍ରେଷ୍ଠ ସାମାଜିକ ନାଟକ ’ହା କୃଷ୍ଣ ବୋଲି ଯାଉ ଜୀବ’ ସଫଳତାର ସହ ମଞ୍ଚସ୍ଥ ହୋଇଥିଲା । ସହର ସମେତ ଆଖାପାଖ ଗ୍ରାମାଞ୍ଚଳର ସହସ୍ରାଧିକ ଦର୍ଶକ ନାଟକ ଉପଭୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

୮୦ ଲକ୍ଷ ବ୍ୟୟରେ ନିର୍ମିତ ପାନୀୟଜଳ ପ୍ରକଳ୍ପ ଅଚଳ, ଆନ୍ଦୋଳନ କରିବାକୁ ଚେତାବନୀ ଦେଲେ…

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri