କବିସୂର୍ଯ୍ୟନଗରରେ ଆଜିଠୁ ଦଣ୍ଡଯାତ୍ରା

କବିସୂର୍ଯ୍ୟନଗର,୨୫ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଚୈତ୍ର ମାସରେ ହେଉଥିବା ପାରମ୍ପରିକ ଦଣ୍ଡଯାତ୍ରା ଶନିବାରରୁ ଆରମ୍ଭ ହୋଇଛି। ଆଜି ପ୍ରଥମ କରି ୨୧ ଦିନିଆ ଦଣ୍ଡ ଯାତ୍ରା ବାହାରିଛି। କବିସୂର୍ଯ୍ୟନଗରସ୍ଥିତ ମାଝି ପୁଞ୍ଜା, ଧୋବା ପୁଞ୍ଜା ଓ ପରିଡ଼ା ପୁଞ୍ଜା ଏଭଳି ୩ଟି ଦଣ୍ଡ ଦଳ ପକ୍ଷରୁ ଦଣ୍ଡକାଳୀ ମନ୍ଦିରରେ ଦିନକ ପୂର୍ବରୁ ପ୍ରଭା ପ୍ରସ୍ତୁତି କରାଯାଇ ଥିବା ବେଳେ ଆଜି ସମସ୍ତ ଭୁକ୍ତା ବା ଦଣ୍ଡୁଆଙ୍କ ମେଳରେ ରୀତିନୀତି ଅନୁସାରେ ପୂଜାର୍ଚ୍ଚନା କରାଯାଇ ଥିଲା। ଏହା ପରେ ଦଣ୍ଡୁଆମାନେ ସ୍ନାନ, ପଇତା ଧାରଣ, ମହାଦେବ ଓ ମା’ କାଳୀଙ୍କ ପୂଜା କରି ପଟୁଆରରେ ବାହାରିଥିଲେ। ଏହି ଯାତ୍ରା ସମୟରେ ଭୁକ୍ତାମାନଙ୍କୁ କଠୋର ନିୟମ ମାନି ଚଳିବାକୁ ହୁଏ। ଶରୀରକୁ କଷ୍ଟ ଦେଇ ଶକ୍ତିରୂପୀ ମା’ କାଳୀଙ୍କ ଆରାଧନା କରାଯାଏ। ଧୂଳି ଦଣ୍ଡ, ପାଣି ଦଣ୍ଡ, ଅଗ୍ନି ଦଣ୍ଡ ଆଦି କରିଥାନ୍ତି। କାମ ବାସନା, କ୍ରୋଧ, ମୋହ, ପରିବାର ସମ୍ପର୍କ ଆଦି ତ୍ୟାଗ କରି ସନ୍ନ୍ୟାସୀ ତୁଲ୍ୟ କଠୋର ସମୟ ଅତିବାହିତ କରିବାକୁ ପଡ଼େ। ଏଭଳି ସାଧନା ଓ ଆରାଧନାରେ ଦେବୀ ତୁଷ୍ଟ ହୋଇ ଭୁକ୍ତା ଓ ମାନସିକଧାରୀଙ୍କ ମନସ୍କାମନା ପୂରଣ କରିଥାନ୍ତି ବୋଲି ବିଶ୍ୱାସ ରହିଛି। ମା’ କାଳୀଙ୍କ ପ୍ରସିଦ୍ଧ ଦଣ୍ଡ ଯାତ୍ରା ଆରମ୍ଭ ହୋଇଥିବା ବେଳେ ଏବେ କବିସୂର୍ଯ୍ୟନଗର ସହରରେ ଭକ୍ତିମୟ ପରିବେଶ ଦେଖିବାକୁ ମିଳିଛି। ଆଜି କବିସୂର୍ଯ୍ୟନଗର ଠାରେ ସମସ୍ତ ଦଣ୍ଡ ଦଳ ପକ୍ଷରୁ ପାଣିଦଣ୍ଡ, ଅଗ୍ନି ଦଣ୍ଡ, ଧୂଳି ଦଣ୍ଡ ଏବଂ ରାତିରେ ନିର୍ଦ୍ଧାରିତ ସ୍ଥାନରେ ମନୋରଞ୍ଜନ ପାଇଁ ନାଟକ ପରିବେଷଣ କରାଯିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ଶୈବପୀଠ ନିକଟରେ ଅଘଟଣ, ବଜ୍ରପାତରେ ଚାଲିଗଲା ଯୁବତୀଙ୍କ ଜୀବନ, ହଠାତ ଘରୁ…

ଦିଗପହଣ୍ଡି, ୨୮।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଚାଞ୍ଚଡାପଲ୍ଲୀ ଗ୍ରାମର ଜଣେ ଯୁବତୀଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ମୃତ ଯୁବତୀଜଣକ ହେଲେ…

ସରିଲା ଛତ୍ରପୁର ଓକିଲ ସଂଘର ନିର୍ବାଚନ: ଏଲ. ଗୋପାଳ ସଭାପତି ଏବଂ ସମ୍ପାଦକ ହେଲେ…

ଛତ୍ରପୁର,୨୮।୩(ଦିଲ୍ଲୀପ ସାମଲ): ଛତ୍ରପୁର ଓକିଲ ସଂଘର ବିଭିନ୍ନ କର୍ମକର୍ତ୍ତା ନିମନ୍ତେ ଶନିବାର ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି । ସଂଘର ବିଭିନ୍ନ ପଦ ପଦବୀ ନିମନ୍ତେ ନିର୍ବାଚନ ନିମନ୍ତେ…

ବେଆଇନ ଭାବେ ଚାଲିଥିଲା ଚିକିତ୍ସା-ଅପରେସନ: ସାହାରା ନର୍ସିଂ ହୋମ ସିଲ, ପୁଣି ଜେଲ ଗଲେ…

ଦିଗପହଣ୍ଡି, ୨୮।୩ (ଅଶେଷ ନାଥ ମିଶ୍ର):ବିନା ଲାଇସେନ୍ସରେ ବେଆଇନ ଭାବେ ନର୍ସିଂ ହୋମ ଚଳାଇ ରୋଗୀଙ୍କ ଜୀବନ ସହ ଖେଳୁଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଏକ ବଡ଼…

ଜନଗଣନା ତାଲିମ ବେଳେ ଚେତାଶୂନ୍ୟ ହୋଇପଡ଼ିଲେ ଶିକ୍ଷୟିତ୍ରୀ, ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୮।୩( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପିଏମଶ୍ରୀ ସରକାରୀ ବୃନ୍ଦାବନ ବିଦ୍ୟାଳୟରେ ଚାଲିଥିବା ଜନଗଣନା ତାଲିମର ତୃତୀୟ ପର୍ଯ୍ୟାୟରେ ତାଲିମ ବେଳେ ଶନିବାର କେନ୍ଦ୍ରରେ ଜଣେ ଶିକ୍ଷୟିତ୍ରୀ…

ଭଞ୍ଜନଗର ବାର୍‌ ଆସୋସିଏଶନ ନିର୍ବାଚନ: ସଭାପତି ଭାବେ ନିର୍ବାଚିତ ହେଲେ ସନ୍ତୋଷ ନାୟକ, ଧୀରେନ ସ୍ବାଇଁ…

ଭଞ୍ଜନଗର,୨୮।୩(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏସନ ନିର୍ବାଚନ ଶନିବାର ସରିଛି। ଏଥିରେ ସଭାପତି ଭାବେ ସନ୍ତୋଷ ନାୟକ ନିର୍ବାଚିତ ହୋଇଛନ୍ତି । ଏଥିସହ ସାଧାରଣ ସମ୍ପାଦକ…

ବାଣଫୁଟାଇ ମିଠାଖୁଆଇ ବିଜୟ ଉତ୍ସବ ପାଳିଲେ ପ୍ରକାଶ-ରବୀନ୍ଦ୍ର

ପୁରୁଷୋତ୍ତମପୁର,୨୮ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ଭାବେ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri