ପୁଣି ଘନେଇଲା ବିପଦ: ବାୟୁରେ ବି ବ୍ୟାପି ପାରେ କରୋନା

ଓ୍ବାଶିଂଟନ,୬।୭: ପୃଥିବୀରେ କରୋନା ମହାମାରୀ ଆତଙ୍କ ସୃଷ୍ଟି କରିଛି। ଏପରିସ୍ଥଳେ ୩୨ ଦେଶର ୨୩୯ ବୈଜ୍ଞାନିକ ଦାବି କରିଛନ୍ତି ଯେ, କରୋନା ଭୂତାଣୁ ବାୟୁ ଦ୍ୱାରା ବି ବ୍ୟାପିପାରେ। ଏନେଇ ଶୀଘ୍ର ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଆବଶ୍ୟକ ମାର୍ଗଦର୍ଶିକା ଜାରି କରୁ ବୋଲି ବୈଜ୍ଞାନିକମାନେ କହିଛନ୍ତି। ପୂର୍ବରୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ସୂଚନା ଦିଆ ଯାଇଥିଲା ଯେ, କରୋନା ଭୂତାଣୁ ବାୟୁ ଦ୍ୱାରା ବ୍ୟାପେ ନାହିଁ। ତେବେ ଏବେ ବୈଜ୍ଞାନିକଙ୍କ ଏଭଳି ଦାବି ସମସ୍ତଙ୍କ ନିଦ ହଜାଇ ଦେଇଛି। ଗଣମାଧ୍ୟମ ସଂସ୍ଥା ନ୍ୟୁୟର୍କ ଟାଇମ୍ସ୍‌ରେ ଏନେଇ ଏକ ରିପୋର୍ଟ ପ୍ରକାଶ ପାଇଛି। ବାୟୁରେ କରୋନା ସଂକ୍ରମଣ ହେଲେ ଏହାକୁ ରୋକିବା କଷ୍ଟସାଧ୍ୟ ହେବ ବୋଲି ବିଶେଷଜ୍ଞ ମତପୋଷଣ କରିଛନ୍ତି। ଏସମ୍ପର୍କରେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ଟେକ୍ନିକାଲ ମୁଖ୍ୟ ଡ.ବେନେଡେଟା ଆଲେଗ୍ରାଞ୍ଜି କହିଛନ୍ତି ଯେ, ୬ ମାସ ପରେ ହୁଏତ କରୋନା ଭୂତାଣୁ ବାୟୁରେ ବ୍ୟାପୁଥିବ ବୋଲି ଅନୁମାନ କରାଯାଉଛି। ତେବେ ଏହା ଉପରେ ଅଧିକ ଗବେଷଣା ଜାରି ରହିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ରକ୍ତଦାନ ମହାପୁଣ୍ୟ, ଏହି ଉକ୍ତିର ଯଥାର୍ଥତା ପ୍ରତିପାଦନ କରିଛନ୍ତି ତେଲଙ୍ଗାନାର ଭି. ରାମକୃଷ୍ଣ ରେଡ୍ଡୀ। ସେ ୩୦ ବର୍ଷ ଧରି ରକ୍ତଦାନ କାର୍ଯ୍ୟକ୍ରମକୁ ସଫଳତାର ସହ ସଞ୍ଚାଳନ…

ଐତିହାସିକ ବିସ୍ମୃତିର ନବପର୍ବ

ଗୋଟିଏ ମୂର୍ତ୍ତି। ଅତୀତର ଗର୍ଭରେ ବିଲୀନ ହୋଇଯାଇଥିବା ମହେଞ୍ଜୋଦାରୋ ସଭ୍ୟତାର ସାମାଜିକ ଓ ସାଂସ୍କୃତିକ ଜୀବନଧାରା ସମ୍ପର୍କରେ ଯେଉଁ ଯତ୍‌କିଞ୍ଚତ୍ତ୍‌ ଧାରଣା ଏବେ ଆମେ ପାଇଛେ, ସେଥିରେ…

ଅବସର ଘୋଷଣା କଲେ ନେମାର, ଫିଫା ବିଶ୍ୱକପ୍‌ରେ ବ୍ରାଜିଲର ଅଶ୍ରୁଳ ବିଦାୟ ପରେ…

ବ୍ରାସିଲିଆ,୬ା୭: ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ନେଇଛନ୍ତି ବ୍ରାଜିଲର ଷ୍ଟାର୍‌ ଖେଳାଳି ନେମାର। ଫିଫା ବିଶ୍ୱକପ୍‌ରେ ବ୍ରାଜିଲର ଅଶ୍ରୁଳ ବିଦାୟ ପରେ ନେମାର ଏହି ଅବସର ଘୋଷଣା କରିଛନ୍ତି।…

ଚାକିରିରୁ ରିଜାଇନ ଦେଲେ ଭୁବନେଶ୍ୱର ଡିସିପି, କହିଲେ ଏହି କାରଣରୁ…

ଭୁବନେଶ୍ୱର,୬ା୭: ଭୁବନେଶ୍ୱର ଡିସିପି ଜଗମୋହନ ମୀନା ଚାକିରିରୁ ରିଜାଇନ ଦେଇଛନ୍ତି। ବ୍ୟକ୍ତିଗତ କାରଣରୁ ସେ ଚାକିରି ଛାଡ଼ିଦେଇଥିବା କହିଛନ୍ତି। ଡିସିପି ଜଗମୋହନ ୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଫିସର…

ସକାଳୁ ସକାଳୁ ଚମ୍ପୁଆରେ ଏନ୍‌କାଉଣ୍ଟର, ଅପରାଧୀଙ୍କ ନାମରେ ରହିଛି…

କେନ୍ଦୁଝର,୬ା୭(ନରେଶ ଚନ୍ଦ୍ର ପଟ୍ଟନାୟକ) କେନ୍ଦୁଝର ପୋଲିସ ସୋମବାର ଚମ୍ପୁଆ ଥାନା ଅନ୍ତର୍ଗତ ପତଳା ଜଙ୍ଗଲରେ ଜଣେ ଅପରାଧୀଙ୍କୁ ଏନ୍‌କାଉଣ୍ଟର କରିଥିବା ଜଣା ପଡ଼ିଛି। ସେ ଆହତ ହୋଇ…

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ସବୁଆଡ଼ୁ ଘେରିଗଲାଣି ଚାଇନା

ଭାରତର ପଶ୍ଚିମରେ ଥିବା ଆରବ ସାଗରକୁ ଚାଇନା ପ୍ରବେଶ କରିବା ପାଇଁ ଚାଇନା-ପାକିସ୍ତାନ ଅର୍ଥନୈତିକ କରିଡର (ସିପିଇସି) ସୃଷ୍ଟି କରାଯାଇଛି। ସେଥିରେ ରାସ୍ତା ନିର୍ମାଣଠାରୁ ଆରମ୍ଭ କରି…

ସାରା ରାଜ୍ୟରେ ବର୍ଷା ବିତ୍ପାତ: ବଦଳିଗଲା ସ୍ମାର୍ଟସିଟି ଭୁବନେଶ୍ୱରର ଚିତ୍ର, ଜୀବନଯାତ୍ରା…

ଭୁବନେଶ୍ୱର,୬ା୭(ବନ୍ଦନା ସେଠୀ): ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ସାଧାରଣ ଜୀବନଯାତ୍ରାକୁ ଗୁରୁତର ପ୍ରଭାବିତ କରିଛି। ତିନିଦିନର ଲଗାଣ ବର୍ଷାରେ ବିଭିନ୍ନ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବହୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri