ପୁଣି ଘନେଇଲା ବିପଦ, ୪ ଭାରିଆଣ୍ଟ୍‌ ନେଇ ସତର୍କ ସୂଚନା ଜାରି କଲେ ସ୍ବାସ୍ଥ୍ୟ ବିଶେଷଜ୍ଞ…

ନୂଆଦିଲ୍ଲୀ,୨୮।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ତେବେ ଦେଶ ଉପରେ ନୂଆ ବିପଦ ଘନେଇବାରେ ଲାଗିଛି। ଏପରିସ୍ଥଳେ ସ୍ବାସ୍ଥ୍ୟ ବିଶେଷଜ୍ଞ ୪ ଭାରିଆଣ୍ଟ୍‌ ନେଇ ସତର୍କ ସୂଚନା ଜାରି କରିଛନ୍ତି। ଡେଲ୍ଟା( ବି-୧-୬୧୭-୧), ଡେଲ୍ଟା ପ୍ଲସ୍‌( ବି-୧-୬୧୭-୨), ଲାମ୍ବ୍‌ଡା ଏବଂ କାପ୍ପା ଆଦି ଭାରିଆଣ୍ଟ୍‌ ଯୋଗୁ ଭାରତ ସମେତ ପୃଥିବୀର ଅନ୍ୟ ଦେଶର ସ୍ଥିତି ସଙ୍କଟ ଜନକ ହେବାର ଆଶଙ୍କା ଥିବା ହାଇଦ୍ରାବାଦ୍‌ର ଯଶୋଦା ହସ୍ପିଟାଲର ସ୍ବାସ୍ଥ୍ୟ ବିଶେଷଜ୍ଞ ଡ.ବିଘ୍ନେଶ ନାଇଡୁ ଓ୍ବାଇ ସୂଚନା ଦେଇଛନ୍ତି। ସେହିପରି ଇତିମଧ୍ୟରେ ବି-୧-୬୧୭-୩ ଚିହ୍ନଟ ହୋଇଥିଲେ ମଧ୍ୟ ଏହାର ନାମ କରଣ କରାଯାଇ ନାହିଁ। ଏସବୁ ଭାରିଆଣ୍ଟ୍‌ର ଜିନୋମ୍‌ ସିକ୍ୱେନ୍ସିଂ ଉପରେ ଦୃଷ୍ଟି ରଖିବା ଗୁରୁତ୍ୱପୂର୍ଣ୍ଣ ବୋଲି ପବ୍ଳିକ୍‌ ହେଲଥ୍‌ ଇଂଲଣ୍ଡର ବରିଷ୍ଠ ଜେନେଟିକଷ୍ଟ୍‌ ଡ. ଏମ୍‌.ଖାଜା କହିଛନ୍ତି। ତୀବ୍ରବେଗରେ ସଂକ୍ରମିତ ହେଉଥିବା ଭାରିଆଣ୍ଟ୍‌ ଉପରେ କଡ଼ା ନଜର ରଖାଗଲେ କରୋନାକୁ ହରାଇବା ସହଜ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଆଆଡ୍ଡା ପରିଚାଳନାକୁ ନେଇ ଉତ୍ତେଜନା: ହତ୍ୟା ଉଦ୍ୟମ ଘଟଣାରେ …

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ବ୍ରହ୍ମପୁର ସଦର ଥାନା ବାଲିପଡ଼ା ଗ୍ରାମର ନିଲୁ ଗୌଡ଼(୨୧) ଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ଆମେରିକା କାର୍ଯ୍ୟାନୁଷ୍ଠାନ ଉପରେ ସ୍ପଷ୍ଟୀକରଣ ରଖିଲା ଭାରତ, H-1B ଭିସା ଉପରେ …

ନୂଆଦିଲ୍ଲୀ,୯।୧୦: ଆମେରିକା ସରକାରଙ୍କ ଦ୍ୱାରା କେତେକ ପ୍ରମୁଖ ଟେକ୍ କମ୍ପାନୀକୁ ନିଯୁକ୍ତି-ଭିତ୍ତିକ ଗ୍ରୀନ୍ କାର୍ଡ କାର୍ଯ୍ୟକ୍ରମରୁ ନିଲମ୍ବିତ କରାଯିବା ନିଷ୍ପତ୍ତି ଉପରେ ଭାରତର ବୈଦେଶିକ ମନ୍ତ୍ରାଳୟ (MEA)…

ରାଷ୍ଟ୍ରପତିଙ୍କୁ ଭେଟିଲେ ବିରୋଧୀ MPଙ୍କ ପ୍ରତିନିଧିମଣ୍ଡଳୀ, ରାହୁଲ କହିଲେ- ଆମ କଥା ଶୁଣାଗଲା, ହୃଦୟରୁ ଧନ୍ୟବାଦ

ନୂଆଦିଲ୍ଲୀ,୯।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବିରୋଧୀ ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଜାରି ରହିଛି। ଏହି କ୍ରମରେ ‘ଇଣ୍ଡିଆ’ (INDIA)…

ସ୍ନାତକ ମହାବିଦ୍ୟାଳୟରେ ଇଲେକ୍ସନ ବଦଳରେ ସିଲେକ୍ସନ

ଗୁଡ଼ାରି, ୯।୧୦ (ପ୍ରମୋଦ କୁମାର ପତି): ଗୁଡ଼ାରି ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଚଳିତ ବର୍ଷ ପ୍ରଥମ ଥର ପାଇଁ ଛାତ୍ର ସଂସଦର ବିଭିନ୍ନ ପଦବୀ ପାଇଁ ଶୁକ୍ରବାର…

ସୁପରଷ୍ଟାର ସଲମାନଙ୍କ ନୂଆ ଇନିଂସ, କିଛି ଏଭଳି ଘୋଷଣା କରି ଚମକାଇଲେ

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନଙ୍କ ନୂଆ ଇନିଂସ। ଆପଣ ଯଦି ଭାବୁଛନ୍ତି ସେ ବୋଧହୁଏ ବିବାହ କରିବାକୁ ଯାଉଛନ୍ତି, ତେବେ ନା। କେତେବେଳେ ସିନେମା ତ…

ପ୍ରଥମେ ସୋସିଆଲ ମିଡିଆରେ ପୋଷ୍ଟ, ଏବେ ଭାଜପାରୁ ଇସ୍ତଫା ଦେଇ ଚମକାଇଲେ ଧର୍ମେନ୍ଦ୍ର

ଲକ୍ଷ୍ନୌ, ୯।୧୦: ଉତ୍ତର ପ୍ରଦେଶରେ ରାଜ୍ୟ ସଭା ନିର୍ବାଚନ ପାଇଁ ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ଭାରତୀୟ ଜନତା ପାର୍ଟିର ପୂର୍ବତନ MP ଧର୍ମେନ୍ଦ୍ର କଶ୍ୟପ…

କେତେ ପଢ଼ିଛନ୍ତି ଫେମସ ୟୁଟ୍ୟୁବର ଧ୍ରୁବ ରାଠୀ? ନେଟ୍ ୱର୍ଥ ଶୁଣିଲେ ଉଡ଼ିଯିବ ହୋସ୍

ଗତ କିଛି ବର୍ଷ ମଧ୍ୟରେ ଧ୍ରୁବ ରାଠିଙ୍କ ନାମ ଭାରତୀୟ ସୋସିଆଲ ମିଡିଆ ଜଗତରେ ଅଧିକ ଲୋକପ୍ରିୟ ହୋଇଛି। ପ୍ରାରମ୍ଭିକ ଦିନରେ ଟ୍ରାଭେଲ ଭିଡିଓ ଯୋଗୁଁ ଫେମସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?