ପୁଣି ମାଡ଼ି ଆସିଲା ବିପଦ: ସାବଧାନ ନ ହେଲେ ଯିବ ଜୀବନ…

ନୂଆଦିଲ୍ଲୀ,୧୭।୪: ଦେଶରେ କରୋନାର ସଂକ୍ରମଣ ବେଲଗାମ୍‌ ହେବାରେ ଲାଗିଛି। ସ୍ଥିତି ଧୀରେଧୀରେ ଅଣାୟତ୍ତ ହେବା ଯୋଗୁ ଲୋକଙ୍କ ମଧ୍ୟ କୋକୁଆ ଭୟ ସୃଷ୍ଟି ହୋଇଛି। ପୁଣି କରୋନା ବିପଦ ମାଡ଼ି ଆସୁଥିବାବେଳେ ସାବଧାନ ନ ହେଲେ ଜୀବନ ପ୍ରତି ସଙ୍କଟ ରହିଥିବା ବିଶେଷଜ୍ଞ ପରାମର୍ଶ ଦେଇଛନ୍ତି। ତେଣୁ ମାସ୍କ ପିନ୍ଧିବା, ସାମାଜିକ ଦୂରତା ବଜାୟ ରଖିବା ସହିତ ଅନ୍ୟ କରୋନା ମାର୍ଗଦର୍ଶିକା ପାଳନ କରିବାକୁ ସରକାରଙ୍କ ପକ୍ଷରୁ ଲୋକଙ୍କୁ ସଚେତନ କରାଯାଉଛି। ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ଅଢେଇ ଲକ୍ଷ ମୁହାଁ ହୋଇଛି। କରୋନା ସଂକ୍ରମଣ ପୂର୍ବର ସମସ୍ତ ରେକର୍ଡ ଭାଙ୍ଗିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୩୪ ହଜାର ୬୯୨ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୧୩୪୧ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏଭଳି ସ୍ଥିତି ଜାରି ରହିଲେ ଆଉ ଗୋଟିଏ ଗୋଟିଏ ମଧ୍ୟରେ ଦେଶରେ ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଅଢ଼େଇ ଲକ୍ଷରେ ପହଞ୍ଚିବାର ଆଶଙ୍କା ଦେଖାଦେଇଛି। କରୋନା ସଂକ୍ରମଣ ଯୋଗୁ ମହାରାଷ୍ଟ୍ରରେ ଅବସ୍ଥା ଅସମ୍ଭାଳ ହେବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୩ ହଜାର ୭୨୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଏହି ସମୟ ମଧ୍ୟରେ ୩୯୮ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri