କରୋନାରୁ ସୁସ୍ଥ ପରେ ବି ବିପଦ, ବିନା ଯନ୍ତ୍ରଣାରେ କିଡ୍‌ନୀ ହେଉଛି ଅକାମୀ …

ଓ୍ବାଶିଂଟନ,୨।୯: କରୋନା ଅକ୍ରାନ୍ତଙ୍କ ଉପରେ ବିପଦ ପରେ ବିପଦ ମାଡ଼ି ଆସୁଛି। ସୁସ୍ଥ ହେବା ପରେ ସେମାନଙ୍କଠାରେ କିଡ୍‌ନୀ ସମସ୍ୟା ଦେଖା ଦେଉଛି। ସେମାନଙ୍କ ଅଜାଣତରେ ବିନା ଯନ୍ତ୍ରଣାରେ କିଡ୍‌ନୀ ଅକାମୀ ହୋଇଯାଉଛି। ଏନେଇ ହୋଇଥିବା ଏକ ସର୍ଭେ ରିପୋର୍ଟରେ ଏହା ଉଲ୍ଲେଖ କରାଯାଇଛି। ଜର୍ନାଲ ଅଫ୍‌ ଆମେରିକାନ୍‌ ସୋସାଇଟ ଅଫ୍‌ ନେଫ୍ରୋଲୋଜିରେ ଏହି ରିପୋଟର୍ର୍ ପ୍ରକାଶ ପାଇଛି।

ପ୍ରତି ୧୦ ହଜାର କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୭.୮ ପ୍ରତିଶତଙ୍କଠାରେ ଡାଏଲିସିସ୍‌ ସ୍ଥିତି ସୃଷ୍ଟି ହେଉଛି। ବିନା ଯନ୍ତ୍ରଣାରେ ଏଭଳି ହେଉଥିବାରୁ କିଡ୍‌ନୀ ଅକାମୀ ହେବାରେ ଶେଷ ପର୍ଯ୍ୟାୟରେ ପହଞ୍ଚିଯାଉଛି ବୋଲି ମିସୁରି ସ୍ଥିତ ସେଣ୍ଟ୍‌ ଲୁଇସ୍‌ ହେଲଥ୍‌ କେୟାର ସିଷ୍ଟମର କ୍ଲିନିକାଲ ଇପିଡିମିଓଲୋଜି କେନ୍ଦ୍ରର ନିର୍ଦ୍ଦେଶକ ଜିୟାଦ୍‌ ଅଲ୍‌-ଆଲି କହିଛନ୍ତି। ଫଳରେ ଏଭଳି ଲୋକଙ୍କ ବଞ୍ଚିବା କଷ୍ଟକର ହେଉଛି।

ସେହିପରି କରୋନାରୁ ସୁସ୍ଥ ହେବା ପରେ ଧମନୀରେ ରକ୍ତ ଜମାଟ ବାନ୍ଧିବା ସମସ୍ୟା, ଷ୍ଟ୍ରୋକ୍‌, ଡାଇବେଟିସ୍‌, ନିଶ୍ୱାସ ନେବାରେ ସମସ୍ୟା, ହାର୍ଟ ଓ ଲିଭର ସମସ୍ୟା, ଅବସାଦ ଏବଂ ସ୍ମୃତି ଶକ୍ତି ହ୍ରାସ ସମସ୍ୟା ଦେଖିବାକୁ ମିଳୁଛି। ଇତିମଧ୍ୟରେ ୮୯,୨୧୬ ଜଣ କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କଠାରେ ଏଭଳି ସମସ୍ୟା ଦେଖିବାକୁ ମିଳୁଛି। ହସ୍ପିଟାଲରେ ଭର୍ତ୍ତି ହୋଇଥିବା କରୋନା ଆକ୍ରାନ୍ତଙ୍କଠାରେ କିଡ୍‌ନୀ ସମସ୍ୟା ଦେଖାଯିବାର ଆଶଙ୍କା ୨୩ ପ୍ରତିଶତ ରହିଛି ବୋଲି ଅଲ୍‌-ଆଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିରାଟଙ୍କ ନୂଆ ଲୁକ: ଟାଟୁ କଳାକାରଙ୍କ ସହ ନଜର ଆସିଲେ…

ନୂଆଦିଲ୍ଲୀ,୩୦।୮: ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କ ଟାଟୁ ପ୍ରତି ପ୍ରେମ କାହାକୁ ଅଛପା ନୁହେଁ; ବର୍ଷ ବର୍ଷ ଧରି ବିଭିନ୍ନ ଡିଜାଇନ ତାଙ୍କ ଶୈଳୀର ଏକ ଅବିଚ୍ଛେଦ୍ୟ…

ସମ୍ପର୍କରେ ସନ୍ଦେହ ହେଲା କାଳ, ବିଷ ମିଶା କୋଲ୍ଡ ଡ୍ରିଙ୍କ ପିଆଇ ପ୍ରେମିକାଙ୍କୁ ହତ୍ୟା

ମୁମ୍ବାଇ,୩୦ା୮: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇର ଚେମ୍ବୁର ଅଞ୍ଚଳରୁ ୨୪ ବର୍ଷୀୟ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି । ଏହି ମାମଲାରେ ପୋଲିସ ମହିଳାଙ୍କ…

ପୁଣିଥରେ ସେଲଫି ଭିଡ଼ିଓ ଶେୟାର କରି ଚର୍ଚ୍ଚାରେ ମୋଦି, ଏଥର କିନ୍ତୁ ଦେଶରୁ ନୁହେଁ…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ଉଜବେକିସ୍ତାନ ଗସ୍ତରେ ଅଛନ୍ତି। ତାସକେଣ୍ଟରେ ପହଞ୍ଚିବା ପରେ, ସେ ଉଜବେକିସ୍ତାନ ଯୋଗ ଫେଡେରେଶନ ଦ୍ୱାରା ଆୟୋଜିତ ଏକ ସ୍ବତନ୍ତ୍ର…

ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ, ସ୍ତ୍ରୀଙ୍କୁ ଭରଣପୋଷଣ ଟଙ୍କା ନଦେଲେ କଟିବ ଦରମା

ଭୁବନେଶ୍ବର,୩୦ା୮: ସ୍ତ୍ରୀ କିମ୍ୱା ସନ୍ତାନସନ୍ତତିଙ୍କୁ ଭରଣପୋଷଣ ସହାୟତା କିମ୍ୱା ଛାଡ଼ପତ୍ର ସମ୍ପର୍କିତ ପୋଷଣ ଖର୍ଚ୍ଚ ଠିକ୍ ଭାବରେ ଦେଉ ନଥିବା ସରକାରୀ କର୍ମଚାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା…

ପାକିସ୍ତାନ ସହିତ ହାତ ମିଳାଇବା ପ୍ରଶ୍ନର ଉତ୍ତରରେ ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଦେଲେ ଏମିତି ବିବୃତ୍ତି…

ନୂଆଦିଲ୍ଲୀ,୩୦।୮: ମହିଳା ଏସିଆ କପ ୨୦୨୬ ଚାଲିଛି। UAE ଦ୍ୱାରା ଆୟୋଜିତ, ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟ ଦୁବାଇରେ ଖେଳାଯାଉଛି। ଭାରତୀୟ ଦଳ ଅଗଷ୍ଟ ୩୦ରେ ଦୁବାଇ ଆନ୍ତର୍ଜାତୀୟ କ୍ରିକେଟ…

ନେପାଳ ବନ୍ୟା: ବଢୁଛି ଜଳସ୍ତର, ସତର୍କ କରାଇଲେ ସରକାର

କାଠମାଣ୍ଡୁ,୩୦।୮: ବୁଧବାର ହୋଇଥିବା ଭୟଙ୍କର ବନ୍ୟା ପରେ ନେପାଳର ପରିସ୍ଥିତି ଗମ୍ଭୀର ରହିଛି। ମଧ୍ୟ ନେପାଳରେ ହଠାତ ବନ୍ୟାରେ ମୃତ୍ୟୁ ସଂଖ୍ୟା ୭୩୪ ରେ ପହଞ୍ଚିଛି, ଯେତେବେଳେ…

ଅଧରାତିରେ ଘର ଉପରକୁ ମାଡ଼ିଗଲା ଟ୍ରକ୍, ପରିବାର ଲୋକେ…

ପଦ୍ମପୁର,୩୦ା୮(ପ୍ରଦୀପ୍ତ ଦାଶ): ପଦ୍ମପୁର-ପାଟଣାଗଡ଼ ରାସ୍ତାର ରଜାପଡ଼ାଠାରେ ଏକ ବଡ଼ ଅଘଟଣ ଘଟିଯାଇଛି । ରବିବାର ରାତି ପ୍ରାୟ ୧ଟା ସମୟରେ ଏକ ମାଲବୋଝେଇ ଟ୍ରକ ଭାରସାମ୍ୟ ହରାଇ…

ଗୁଟଖା ପ୍ରେମୀଙ୍କୁ ଝଟକା; ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ, ବ୍ୟବସାୟ ବନ୍ଦ….

କଟକ,୩୦ା୮(ପ୍ରଭୁକଲ୍ୟାଣ ପାଲ୍): ଗୁଟଖା ପ୍ରେମୀଙ୍କୁ ଝଟକା। ରାଜ୍ୟରେ ଗୁଟଖା ବ୍ୟବସାୟ ବନ୍ଦ ହେବ । ରାଜ୍ୟରେ ଚିୱିଙ୍ଗ୍ ଟବାକୋ ବନ୍ଦ ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri