ଆସନ୍ତା ୩ ମାସ ସତର୍କ ନ ରହିଲେ ବିପଦ,ବିଶେଷଜ୍ଞଙ୍କ ଚେତାବନୀ…

ନୂଆଦିଲ୍ଲୀ,୧୮।୯: କରୋନାର ତୃତୀୟ ଲହରକୁ ଦୃଷ୍ଟିରେ ରଖି ବିଶେଷଜ୍ଞମାନେ ଚେତାବନୀ ଦେଇଛନ୍ତି। କରୋନାର ଦ୍ୱିତୀୟ ଲହର ଥମିବାରେ ଲାଗିଛି। କିନ୍ତୁ ଆସନ୍ତା ତିନି ମାସ ମଧ୍ୟରେ ଲୋକମାନେ ସତର୍କ ରହିବା ଆବଶ୍ୟକ। ବିଶେଷଜ୍ଞମାନେ କହିଛନ୍ତି ଯେ ଆସନ୍ତା ତିନି ମାସ ମଧ୍ୟରେ ପାର୍ବଣ ଋତୁରେ ଅଧିକରୁ ଅଧିକ ଜନସମାଗମ ହେବାର ସମ୍ଭାବନା ରହିଛି। ଏଭଳି ହେଲେ କରୋନା ମହମାରୀର ତୃତୀୟ ଲହରକୁ ନିୟନ୍ତ୍ରଣରେ ଆଣିବା କଷ୍ଟକର ହୋଇ ପଡ଼ିବ। ସେଥିପାଇଁ ଲୋକମାନେ ସଜାଗ ରହିବା ସହିତ ଘରେ ରହି ପର୍ବ ପାଳନ କରିବା ଆବଶ୍ୟକ ବୋଲି ବିଶେଷଜ୍ଞ ମତପୋଷଣ କରିଛନ୍ତି।

ମହାମାରୀ ଉପରେ ଗବେଷଣା କରୁଥିବା ବୈଜ୍ଞାନିକମାନେ ଅଗଷ୍ଟରେ ଆଶଙ୍କା ପ୍ରକାଶ କରିଥିଲେ ଯେ, ଯଦି ସେପ୍ଟେମ୍ବର ସୁଦ୍ଧା ଭାରତରେ ନୂଆ ଭାରିଆଣ୍ଟ ଆସେ, ତେବେ ଅକ୍ଟୋବରରୁ ନଭେମ୍ବର ମଧ୍ୟରେ କରୋନାର ତୃତୀୟ ଲହର ଶୀର୍ଷରେ ପହଞ୍ଚିବାର ଆଶଙ୍କା ରହିଛି। ପାର୍ବଣ ସମୟରେ କରୋନା ମାର୍ଗଦର୍ଶିକା ପାଳନକରିବା ଆବଶ୍ୟକ ବୋଲି ଜାତୀୟ ଟିକାକରଣ ବୈଷୟିକ ପରାମର୍ଶଦାତା ଡ. ଏନ.କେ ଆରୋରା ଚେତାବନୀ ଦେଇଛନ୍ତି। ଗତ କିଛି ମାସ ଧରି ଦ୍ରୁତ ଟିକାକରଣ ପରେ ପରିସ୍ଥିତି ନିୟନ୍ତ୍ରଣରେ ରହିଛି ଏବଂ କରୋନାର କୌଣସି ନୂତନ ପ୍ରକାର ଭାରିଆଣ୍ଟ୍‌ ଆସି ନାହିଁ। ଏବେ ତୃତୀୟ ଲହର ବଡ ବିପଦ ଭାବେ ପାର୍ବଣ ଋତୁରେ ଦେଖା ଦେବାର ଆଶଙ୍କା ରହିଛି। ଲୋକମାନେ ପାର୍ବଣ ସମୟରେ ଯଦି କରୋନା ମାର୍ଗଦର୍ଶିକା ପାଳନ ନ କରନ୍ତି ତେବେ ପରିସ୍ଥିତି ପୁଣି ଖରାପ ହୋଇପାରେ ବୋଲି ସେ କହିଛନ୍ତି।

ସେହିପରି ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସର ନିର୍ଦ୍ଦେଶକ ରଣଦୀପ ଗୁଲେରିଆ କହିଛନ୍ତି ଯେ, ଭିଡ଼ ଜମିଲେ ପରିସ୍ଥିତି ପୁଣି ବିପଜ୍ଜନକ ହୋଇପାରେ। ଦେଶର ପରିସ୍ଥିତିକୁ ସୁଦୃଢ଼଼ କରିବା ପାଇଁ କଣ୍ଟେଣ୍ଟମେଣ୍ଟ ରଣନୀତି ପାଇଁ ଆଗାମୀ ଦୁଇରୁ ତିନି ମାସ ଗୁରୁତ୍ୱପୂର୍ଣ୍ଣ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?