ଆସନ୍ତା ୩ ମାସ ସତର୍କ ନ ରହିଲେ ବିପଦ,ବିଶେଷଜ୍ଞଙ୍କ ଚେତାବନୀ…

ନୂଆଦିଲ୍ଲୀ,୧୮।୯: କରୋନାର ତୃତୀୟ ଲହରକୁ ଦୃଷ୍ଟିରେ ରଖି ବିଶେଷଜ୍ଞମାନେ ଚେତାବନୀ ଦେଇଛନ୍ତି। କରୋନାର ଦ୍ୱିତୀୟ ଲହର ଥମିବାରେ ଲାଗିଛି। କିନ୍ତୁ ଆସନ୍ତା ତିନି ମାସ ମଧ୍ୟରେ ଲୋକମାନେ ସତର୍କ ରହିବା ଆବଶ୍ୟକ। ବିଶେଷଜ୍ଞମାନେ କହିଛନ୍ତି ଯେ ଆସନ୍ତା ତିନି ମାସ ମଧ୍ୟରେ ପାର୍ବଣ ଋତୁରେ ଅଧିକରୁ ଅଧିକ ଜନସମାଗମ ହେବାର ସମ୍ଭାବନା ରହିଛି। ଏଭଳି ହେଲେ କରୋନା ମହମାରୀର ତୃତୀୟ ଲହରକୁ ନିୟନ୍ତ୍ରଣରେ ଆଣିବା କଷ୍ଟକର ହୋଇ ପଡ଼ିବ। ସେଥିପାଇଁ ଲୋକମାନେ ସଜାଗ ରହିବା ସହିତ ଘରେ ରହି ପର୍ବ ପାଳନ କରିବା ଆବଶ୍ୟକ ବୋଲି ବିଶେଷଜ୍ଞ ମତପୋଷଣ କରିଛନ୍ତି।

ମହାମାରୀ ଉପରେ ଗବେଷଣା କରୁଥିବା ବୈଜ୍ଞାନିକମାନେ ଅଗଷ୍ଟରେ ଆଶଙ୍କା ପ୍ରକାଶ କରିଥିଲେ ଯେ, ଯଦି ସେପ୍ଟେମ୍ବର ସୁଦ୍ଧା ଭାରତରେ ନୂଆ ଭାରିଆଣ୍ଟ ଆସେ, ତେବେ ଅକ୍ଟୋବରରୁ ନଭେମ୍ବର ମଧ୍ୟରେ କରୋନାର ତୃତୀୟ ଲହର ଶୀର୍ଷରେ ପହଞ୍ଚିବାର ଆଶଙ୍କା ରହିଛି। ପାର୍ବଣ ସମୟରେ କରୋନା ମାର୍ଗଦର୍ଶିକା ପାଳନକରିବା ଆବଶ୍ୟକ ବୋଲି ଜାତୀୟ ଟିକାକରଣ ବୈଷୟିକ ପରାମର୍ଶଦାତା ଡ. ଏନ.କେ ଆରୋରା ଚେତାବନୀ ଦେଇଛନ୍ତି। ଗତ କିଛି ମାସ ଧରି ଦ୍ରୁତ ଟିକାକରଣ ପରେ ପରିସ୍ଥିତି ନିୟନ୍ତ୍ରଣରେ ରହିଛି ଏବଂ କରୋନାର କୌଣସି ନୂତନ ପ୍ରକାର ଭାରିଆଣ୍ଟ୍‌ ଆସି ନାହିଁ। ଏବେ ତୃତୀୟ ଲହର ବଡ ବିପଦ ଭାବେ ପାର୍ବଣ ଋତୁରେ ଦେଖା ଦେବାର ଆଶଙ୍କା ରହିଛି। ଲୋକମାନେ ପାର୍ବଣ ସମୟରେ ଯଦି କରୋନା ମାର୍ଗଦର୍ଶିକା ପାଳନ ନ କରନ୍ତି ତେବେ ପରିସ୍ଥିତି ପୁଣି ଖରାପ ହୋଇପାରେ ବୋଲି ସେ କହିଛନ୍ତି।

ସେହିପରି ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସର ନିର୍ଦ୍ଦେଶକ ରଣଦୀପ ଗୁଲେରିଆ କହିଛନ୍ତି ଯେ, ଭିଡ଼ ଜମିଲେ ପରିସ୍ଥିତି ପୁଣି ବିପଜ୍ଜନକ ହୋଇପାରେ। ଦେଶର ପରିସ୍ଥିତିକୁ ସୁଦୃଢ଼଼ କରିବା ପାଇଁ କଣ୍ଟେଣ୍ଟମେଣ୍ଟ ରଣନୀତି ପାଇଁ ଆଗାମୀ ଦୁଇରୁ ତିନି ମାସ ଗୁରୁତ୍ୱପୂର୍ଣ୍ଣ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳରେ ବନ୍ୟା: ୟୁପିରୁ ମିଳିଲାଣି ୧୦ ମୃତଦେହ

ଲକ୍ଷ୍ନୌ,୨୯ା୮: ନେପାଳ ବନ୍ୟାରେ ଭାସିଆସିଥିବା ୧୦ ଜଣଙ୍କ ମୃତଦେହ ପୂର୍ବ ଉତ୍ତରପ୍ରଦେଶର ଗଣ୍ଡକ ନଦୀରୁ ମିଳିଛି। ମହାରାଜଗଞ୍ଜ ଏବଂ କୁଶିନଗର ଜିଲାରୁ ୨ ଦିନରେ ୧୦ ଜଣଙ୍କ…

ନେପାଳ ବନ୍ୟାରେ ସାଙ୍ଘାତିକ ଲୁଟ୍! ଭାସିଆସିଲା ସିନ୍ଦୁକ, ଲୁଟିନେଲେ ୯୨.୭ ଲକ୍ଷ! ମୃତଦେହରୁ ବି ଚୋରି ହେଲା…

କାଠମାଣ୍ଡୁ, ୨୯।୮: ନେପାଳରେ ସମ୍ପ୍ରତି ଆସିଥିବା ବିନାଶକାରୀ ବନ୍ୟା ମଧ୍ୟରେ କିଛି ଚାଞ୍ଜଲ୍ୟକର ଘଟଣା ସାମ୍ନାକୁ ଆସିଛି। ବନ୍ୟା ପାଣିରେ ଭାସିଆସିଥିବା ଏକ ସେଫ୍‌ (ସିନ୍ଦୁକ)ରୁ ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri