Posted inଜାତୀୟ

ବିପଦ ଘନେଇଲା, ନିପା ଭାଇରସ୍‌ ସଂକ୍ରମଣ ଯୋଗୁ ୨୦ ହସ୍ପିଟାଲରେ ଭର୍ତ୍ତି, ଆଇସୋଲେଶନ୍‌ରେ ୧୬୮…

ଥିରୁଭାନନ୍ତପୁରମ୍‌,୬।୯: କେରଳ ଉପରେ ନୂଆ ବିପଦ ଘନେଇବାରେ ଲାଗିଛି। କରୋନା ମହାମାରୀ ସହିତ ଏଠାରେ ନିପା ଭାଇରସ ସଂକ୍ରମଣ ବଢ଼ିବାରେ ଲାଗିଛି। କୋଝିକୋଡ ଠାରୁ କିଛି ଦୂରରେ ଥିବା ମାଓ୍ବୁରରେ ୧୨ ବର୍ଷର ଶିଶୁଙ୍କର ନିପା ଭାଇରସ ସଂକ୍ରମଣ ଯୋଗୁ ମୃତ୍ୟୁ ପରେ ପ୍ରଶାସନ ପକ୍ଷରୁ ସତର୍କତା ମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଏଥିପାଇଁ ସହର ତଥା ନିକଟବର୍ତ୍ତୀ ଅଞ୍ଚଳରେ ଏହାର ସଂକ୍ରମଣକୁ ରୋକିବା ପାଇଁ ସ୍ଥାନୀୟ କର୍ତ୍ତୃପକ୍ଷ ପ୍ରସ୍ତୁତି ଆରମ୍ଭ କରିଛନ୍ତି।
ନିପା ସଂକ୍ରମଣର ସମ୍ଭାବନାକୁ ଦୃଷ୍ଟିରେ ରଖି କୋଝିକୋଡରେ ଏକ ସ୍ବତନ୍ତ୍ର ନିପା ୱାର୍ଡ ଆରମ୍ଭ କରାଯାଇଛି। ମନ୍ତ୍ରୀ ତଥା ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ସହ ବୈଠକ ପରେ ପରବର୍ତ୍ତୀ ଯୋଜନା ଉପରେ ନିଷ୍ପତ୍ତି ନିଆଯିବ ବୋଲି ହସ୍ପିଟାଲ ପକ୍ଷରୁ କୁହାଯାଇଛି।
ମୃତ ଶିଶୁଙ୍କ ସଂସ୍ପର୍ଶରେ ଆସିଥିବା ମୋଟ ୧୮୮ଜଣଙ୍କୁ ଚିହ୍ନଟ କରାଯାଇଛି। ଏଥିମଧ୍ୟରୁ ୨୦ ଜଣଙ୍କ ଜୀବନ ପ୍ରତି ଅଧିକ ବିପଦ ଥିବାରୁ ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ୨ ଜଣଙ୍କଠାରେ ନିପା ଲକ୍ଷଣ ଦେଖିବାକୁ ମିଳିଛି। ଏଥି ସହିତ, ୧୬୮ଜଣଙ୍କୁ ହୋମ୍‌ ଆଇସୋଲେଶନରେ ରଖାଯାଇଛି।

ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ବୀଣା ଜର୍ଜ କହିଛନ୍ତି ନିପା ଲକ୍ଷଣ ପ୍ରକାଶ ପାଇଥିବା ୨ ଜଣେ ହେଉଛନ୍ତି ସ୍ବାସ୍ଥ୍ୟ କର୍ମୀ। ସେମାନଙ୍କ ମଧ୍ୟରୁ ଜଣେ ଘରୋଇ ଡାକ୍ତରଖାନାରେ କାମ କରୁଥିବାବେଳେ ଅନ୍ୟ ଜଣେ କୋଝିକୋଡ ମେଡିକାଲ କଲେଜ ହସ୍ପିଟାଲର କର୍ମଚାରୀ।

ନ୍ୟାଶନାଲ ଇନଷ୍ଟିଚ୍ୟୁଟ ଅଫ ଭିରୋଲୋଜିକୁ ପଠାଯାଇଥିବା ମୃତ ଶିଶୁଙ୍କ ନମୁନାରେ ସେ ନିପା ସଂକ୍ରମିତ ହୋଇଥିବା ନିଶ୍ଚିତ କରାଯାଇଥିଲା। ମନ୍ତ୍ରୀ କହିଛନ୍ତି ଶିଶୁଙ୍କ ଘରର ତିନି କିଲୋମିଟର ବ୍ୟାସାର୍ଦ୍ଧ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ ଭାବରେ ଘୋଷଣା କରାଯାଇଛି। ଏଥି ସହିତ ଏହାର ସଂଲଗ୍ନ ଅଞ୍ଚଳ ମଧ୍ୟ କଡା ନଜର ରଖାଯାଇଛି।

ପୁଣେ ଏନଆଇଭି ଅଧିକାରୀମାନେ କୋଝିକୋଡ ହସ୍ପିଟାଲରେ ପରୀକ୍ଷା ସୁବିଧା ପାଇଁ ବ୍ୟବସ୍ଥା କରାଯିବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି। ପ୍ରାରମ୍ଭିକ ପରୀକ୍ଷଣରେ ରୋଗୀରେ ସଂକ୍ରମଣ ନିଶ୍ଚିତ ହୁଏ, ତେବେ ନମୁନାକୁ ଏନ୍‌ଆଇଭିକୁ ପୁଣି ଥରେ ପରୀକ୍ଷା ଲାଗି ପଠାଯିବ। ଏହାର ଫଳାଫଳ ୧୨ ଘଣ୍ଟା ମଧ୍ୟରେ ଉପଲବ୍ଧ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳରେ ବନ୍ୟା: ୟୁପିରୁ ମିଳିଲାଣି ୧୦ ମୃତଦେହ

ଲକ୍ଷ୍ନୌ,୨୯ା୮: ନେପାଳ ବନ୍ୟାରେ ଭାସିଆସିଥିବା ୧୦ ଜଣଙ୍କ ମୃତଦେହ ପୂର୍ବ ଉତ୍ତରପ୍ରଦେଶର ଗଣ୍ଡକ ନଦୀରୁ ମିଳିଛି। ମହାରାଜଗଞ୍ଜ ଏବଂ କୁଶିନଗର ଜିଲାରୁ ୨ ଦିନରେ ୧୦ ଜଣଙ୍କ…

ନେପାଳ ବନ୍ୟାରେ ସାଙ୍ଘାତିକ ଲୁଟ୍! ଭାସିଆସିଲା ସିନ୍ଦୁକ, ଲୁଟିନେଲେ ୯୨.୭ ଲକ୍ଷ! ମୃତଦେହରୁ ବି ଚୋରି ହେଲା…

କାଠମାଣ୍ଡୁ, ୨୯।୮: ନେପାଳରେ ସମ୍ପ୍ରତି ଆସିଥିବା ବିନାଶକାରୀ ବନ୍ୟା ମଧ୍ୟରେ କିଛି ଚାଞ୍ଜଲ୍ୟକର ଘଟଣା ସାମ୍ନାକୁ ଆସିଛି। ବନ୍ୟା ପାଣିରେ ଭାସିଆସିଥିବା ଏକ ସେଫ୍‌ (ସିନ୍ଦୁକ)ରୁ ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri