ପୁଣି ବିପଦ ଘନେଇଲା, ଚାଇନାକୁ କରୋନା ଫେରିଲା, ଗୋଟିଏ ଦିନରେ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ…

ବେଜିଂ, ୧୩।୩ : ଚାଇନାରେ କରୋନା ମହାମାରୀ ପୁଣି ଥରେ ବ୍ୟାପିବା ଆରମ୍ଭ କରିଛି। ଫଳରେ ପୁଣି ବିପଦ ଘନେଇବାରେ ଲାଗିଛି। ଚାଇନାକୁ କରୋନା ଫେରିଛି। ବହୁ ସହରରେ କରୋନା ସଂକ୍ରମଣର ବୃଦ୍ଧି ପଞ୍ଜିକୃତ ହୋଇଛି। ରବିବାର ଦିନ, ଚାଇନାରେ ଗୋଟିଏ ଦିନରେ ସର୍ବାଧିକ ୩,୩୯୩ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି।

ପ୍ରାୟ ଦୁଇ ବର୍ଷ ପରେ ପ୍ରଥମ ଥର ପାଇଁ କରୋନା ସଂକ୍ରମଣର ୩,୩୦୦ରୁ ଅଧିକ ମାମଲା ପଞ୍ଜିକୃତ ହୋଇଛି। ଜାତୀୟ ସ୍ବାସ୍ଥ୍ୟ ଆୟୋଗ ଅନୁଯାୟୀ, ଫେବୃଆରୀ ୨୦୨୦ପରଠାରୁ ଏହା ହେଉଛି ଦୈନିକ ସଂକ୍ରମଣର ସର୍ବ ବୃହତ ସଂଖ୍ୟା। କରୋନା ସଂକ୍ରମଣ ବୃଦ୍ଧି ହେତୁ ବହୁ ସହରରେ ପୁନର୍ବାର କଟକଣା ଲଗାଯାଉଛି । କେତେକ ସହରରେ ଲୋକଙ୍କୁ ବାହାରକୁ ଯିବାକୁ ବାରଣ କରାଯାଇଛି । ସ୍କୁଲକୁ ବନ୍ଦ କରାଯାଇଛି।

ଚାଇନାରେ କରୋନା ସଂକ୍ରମଣର ବଢୁଥିବା ମାମଲାକୁ ଦୃଷ୍ଟିରେ ରଖି କର୍ତ୍ତୃପକ୍ଷ ବର୍ତ୍ତମାନ ସତର୍କତାମୂଳକ ଭାବରେ ସାଙ୍ଘାଇରେ ସ୍କୁଲ ବନ୍ଦ କରିଛନ୍ତି। ଏହା ସହିତ କରୋନା ସଂକ୍ରମଣର ପ୍ରସାରକୁ ରୋକିବା ପାଇଁ ଅନେକ ଉତ୍ତର-ପୂର୍ବ ସହରରେ ଲକଡାଉନ ଲଗାଯାଇଛି ।

ଦେଶର ପ୍ରାୟ ୧୯ଟି ପ୍ରଦେଶରେ ଓମିକ୍ରନ ଏବଂ ଡେଲଟା ଭାରିଆଣ୍ଟ ସଂକ୍ରମଣ ବଢ଼ିବାରେ ଲାଗିଛି। ରବିବାର ଦିନ ଜଣେ ଅଧିକାରୀ ସୂଚନା ଦେଇଛନ୍ତି ଯେ ଜିଲିନ ସହର ଆଂଶିକ ବନ୍ଦ ରହିଛି। ସ୍ଥାନୀୟ ଅଧିକାରୀ କହିଛନ୍ତି ଯେ ରୁଷିଆ ଏବଂ ଉତ୍ତର କୋରିଆ ସୀମାବର୍ତ୍ତୀ ହୁଞ୍ଚୁନ ସହରରେ ମାର୍ଚ୍ଚ ୧ଠାରୁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି।

ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ସହରରେ ତିନୋଟି ଅସ୍ଥାୟୀ ହସ୍ପିଟାଲ ନିର୍ମାଣ କରାଯାଇଥିବା ଗଣମାଧ୍ୟମ ସଂସ୍ଥା ସିହ୍ନୁଆ ରିପୋର୍ଟ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

ବାଇକରେ ଘରକୁ ଫେରିବା ବେଳେ ଧକ୍କା ଦେଲା ପଥର ବୋଝେଇ ଟ୍ରାକ୍ଟର, ଅକାଳରେ ୨ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଭୁଶୁଣ୍ଡା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri