ପୁଣି ବିପଦ ଘନେଇଲା, ଚାଇନାକୁ କରୋନା ଫେରିଲା, ଗୋଟିଏ ଦିନରେ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ…

ବେଜିଂ, ୧୩।୩ : ଚାଇନାରେ କରୋନା ମହାମାରୀ ପୁଣି ଥରେ ବ୍ୟାପିବା ଆରମ୍ଭ କରିଛି। ଫଳରେ ପୁଣି ବିପଦ ଘନେଇବାରେ ଲାଗିଛି। ଚାଇନାକୁ କରୋନା ଫେରିଛି। ବହୁ ସହରରେ କରୋନା ସଂକ୍ରମଣର ବୃଦ୍ଧି ପଞ୍ଜିକୃତ ହୋଇଛି। ରବିବାର ଦିନ, ଚାଇନାରେ ଗୋଟିଏ ଦିନରେ ସର୍ବାଧିକ ୩,୩୯୩ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି।

ପ୍ରାୟ ଦୁଇ ବର୍ଷ ପରେ ପ୍ରଥମ ଥର ପାଇଁ କରୋନା ସଂକ୍ରମଣର ୩,୩୦୦ରୁ ଅଧିକ ମାମଲା ପଞ୍ଜିକୃତ ହୋଇଛି। ଜାତୀୟ ସ୍ବାସ୍ଥ୍ୟ ଆୟୋଗ ଅନୁଯାୟୀ, ଫେବୃଆରୀ ୨୦୨୦ପରଠାରୁ ଏହା ହେଉଛି ଦୈନିକ ସଂକ୍ରମଣର ସର୍ବ ବୃହତ ସଂଖ୍ୟା। କରୋନା ସଂକ୍ରମଣ ବୃଦ୍ଧି ହେତୁ ବହୁ ସହରରେ ପୁନର୍ବାର କଟକଣା ଲଗାଯାଉଛି । କେତେକ ସହରରେ ଲୋକଙ୍କୁ ବାହାରକୁ ଯିବାକୁ ବାରଣ କରାଯାଇଛି । ସ୍କୁଲକୁ ବନ୍ଦ କରାଯାଇଛି।

ଚାଇନାରେ କରୋନା ସଂକ୍ରମଣର ବଢୁଥିବା ମାମଲାକୁ ଦୃଷ୍ଟିରେ ରଖି କର୍ତ୍ତୃପକ୍ଷ ବର୍ତ୍ତମାନ ସତର୍କତାମୂଳକ ଭାବରେ ସାଙ୍ଘାଇରେ ସ୍କୁଲ ବନ୍ଦ କରିଛନ୍ତି। ଏହା ସହିତ କରୋନା ସଂକ୍ରମଣର ପ୍ରସାରକୁ ରୋକିବା ପାଇଁ ଅନେକ ଉତ୍ତର-ପୂର୍ବ ସହରରେ ଲକଡାଉନ ଲଗାଯାଇଛି ।

ଦେଶର ପ୍ରାୟ ୧୯ଟି ପ୍ରଦେଶରେ ଓମିକ୍ରନ ଏବଂ ଡେଲଟା ଭାରିଆଣ୍ଟ ସଂକ୍ରମଣ ବଢ଼ିବାରେ ଲାଗିଛି। ରବିବାର ଦିନ ଜଣେ ଅଧିକାରୀ ସୂଚନା ଦେଇଛନ୍ତି ଯେ ଜିଲିନ ସହର ଆଂଶିକ ବନ୍ଦ ରହିଛି। ସ୍ଥାନୀୟ ଅଧିକାରୀ କହିଛନ୍ତି ଯେ ରୁଷିଆ ଏବଂ ଉତ୍ତର କୋରିଆ ସୀମାବର୍ତ୍ତୀ ହୁଞ୍ଚୁନ ସହରରେ ମାର୍ଚ୍ଚ ୧ଠାରୁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି।

ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ସହରରେ ତିନୋଟି ଅସ୍ଥାୟୀ ହସ୍ପିଟାଲ ନିର୍ମାଣ କରାଯାଇଥିବା ଗଣମାଧ୍ୟମ ସଂସ୍ଥା ସିହ୍ନୁଆ ରିପୋର୍ଟ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ଦିଲ୍ଲୀ ସରକାରଙ୍କ ପ୍ରାଣମୁର୍ଚ୍ଛା ଉଦ୍ୟମ, ପ୍ରଦୂଷଣ ରୋକିବାକୁ ‘ତନ୍ଦୁର’ ଉପରେ ଲାଗିଲା ବ୍ୟାନ

ନୂଆଦିଲ୍ଲୀ,୧୬।୧୨: ଦିଲ୍ଲୀରେ ବାୟୁ ପ୍ରଦୂଷଣ ସଙ୍କଟଜନକ ସ୍ତରରେ ପହଞ୍ଚିବା ପରେ ରାଜ୍ୟ ସରକାର ଅଧିକ କଡ଼ା କଟକଣା ଲାଗୁ କରିଛନ୍ତି। ରୁଟି ଏବଂ ଅନ୍ୟାନ୍ୟ ଖାଦ୍ୟ...

ଧୋନୀଙ୍କ ଟିମକୁ ଯିବା କଥା ଶୁଣି ବହିଲା ଲୁହର ଧାର, ୧୪.୨ କୋଟି ଟଙ୍କାରେ ନିଲାମ ଖବର…

ନୂଆଦିଲ୍ଲୀ,୧୬।୧୨: ଆଇପିଏଲ୍ ୨୦୨୬ ନିଲାମିରେ ମହେନ୍ଦ୍ର ସିଂ ଧୋନିଙ୍କର ଜଣେ ବଡ଼ ଫ୍ୟାନ୍ ତଥା ୱିକେଟକିପର-ବ୍ୟାଟର୍ କାର୍ତ୍ତିକ ଶର୍ମାଙ୍କ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ (CSK)...

IPL ନିଲାମ: ଫିଟିଲା ଭାଗ୍ୟ, ତୃତୀୟ ରାଉଣ୍ଡରେ ପୃଥ୍ୱୀ ଶ’ଙ୍କୁ କିଣିଲା ଏହି ଟିମ୍

ଆବୁଧାବି,୧୬।୧୨: କ୍ୟାରିଅରରେ ବଡ଼ ଧରଣର ଅବନତି ଦେଇ ଗତି କରୁଥିବା ୨୬ ବର୍ଷୀୟ ମହାରାଷ୍ଟ୍ରର ଓପନିଂ ବ୍ୟାଟ୍ସମ୍ୟାନ୍ ପୃଥ୍ୱୀ ଶ’ଙ୍କୁ ଆଇପିଏଲ୍ ୨୦୨୬ ମିନି-ନିଲାମରେ ପୁଣି...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

୧୯ ବର୍ଷର  ଏହି ଖେଳାଳିଙ୍କ ଉପରେ ୧୪.୨ କୋଟି ଉଡାଇଲା CSK, ଆଫ୍ରିଦିଙ୍କଠାରୁ ଦ୍ରୁତ ଶତକ ମାରି ଥିଲେ ଚର୍ଚ୍ଚାରେ… 

ଆବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ସବୁଠାରୁ ବଡ଼ ସରପ୍ରାଇଜ୍‌ ପାଲଟିଥିଲେ ରାଜସ୍ଥାନର ୧୯ ବର୍ଷୀୟ ଯୁବ ଉଇକେଟକିପର୍‌ ତଥା ବ୍ୟାଟ୍ସମ୍ୟାନ କାର୍ତ୍ତିକ ଶର୍ମା। ଏହି...

ରାଜନୀତିରେ ପ୍ରବେଶ କରିବେ ଅଲିମ୍ପିଆନ୍ ଦୂତୀ ଚାନ୍ଦ, ବିଧାୟକ ହେବାକୁ ଇଚ୍ଛା

ଭୁବନେଶ୍ୱର,୧୬।୧୨: ଅଲିମ୍ପିଆନ୍ ସ୍ପ୍ରିଣ୍ଟର୍ ଦୂତୀ ଚାନ୍ଦ ପ୍ରତିଦ୍ୱନ୍ଦ୍ୱିତାମୂଳକ ଆଥଲେଟିକ୍ସରୁ ଅବସର ନେବା ପରେ ରାଜନୀତିରେ ପ୍ରବେଶ କରିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ...

IPL 2026 Auction LIVE Updates: ଏଯାଏ ବିକ୍ରି ହୋଇଛନ୍ତି ଏସବୁ ଖେଳାଳି, ପ୍ରଶାନ୍ତ-କାର୍ତ୍ତିକଙ୍କ ଉପରେ CSKର ଟଙ୍କା ବର୍ଷା  

ଆବୁଧାବୀ,୧୬।୧୨: ବିଶ୍ୱର ସବୁଠାରୁ ଚର୍ଚ୍ଚିତ କ୍ରିକେଟ ପ୍ରିମିୟର୍‌ ଲିଗ୍‌ ଆଇପିଏଲ୍‌ର ୧୯ତମ ସିଜନ (୨୦୨୬) ପୂର୍ବରୁ ମିନି ନୀଲାମୀ ଆରମ୍ଭ ହୋଇଛି। ଏହି ନୀଲାମୀ ସଂଯୁକ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri