ବିପଦ ମାଡ଼ି ଆସୁଛି, ପୃଥିବୀ ମୁହାଁ ବିରାଟ ଗ୍ରହାଣୁ ପିଣ୍ଡ …

ଓ୍ବାଶିଂଟନ,୧୭।୧୧: କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଏପରିସ୍ଥଳେ ପୃଥିବୀ ଉପରେ ନୂଆ ବିପଦ ମାଡ଼ି ଆସୁଛି। ବିଗ୍‌ ବେନ୍‌ ଘଣ୍ଟା ଆକାରଠାରୁ ତିନି ଗୁଣା ବଡ଼ ଏକ ଗ୍ରହାଣୁ ପିଣ୍ଡ ପୃଥିବୀ ମୁହାଁ ହୋଇଥିବା ନେଇ ଆମେରିକାର ମହାକାଶ ଏଜେନ୍ସି ନାସା ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଏହି ଗ୍ରହାଣୁ ପିଣ୍ଡର ନାମ ହେଉଛି ୩୩୬୧ ଓରଫେଅସ୍‌। ଏହା ର ଚୌଡ଼ା ୯୮୪ ଫୁଟ। ନାସା ଏହା ଉପରେ ନଜର ରଖିଛି। ୨୧ ନଭେମ୍ବର( ରବିବାର) ଏହା ପୃଥିବୀ ନିକଟରେ ଅତିକ୍ରମ କରିବ ବୋଲି ଆକଳନ କରାଯାଉଛି।
ନାସା କହିଛି ଯେ ଏହି ଗ୍ରହାଣୁ ପିଣ୍ଡ ପୃଥିବୀର ନିକଟତର ହେବ କିନ୍ତୁ ଭୟଭୀତ ହେବାର କୌଣସି କାରଣ ନାହିଁ। ଏହା ପୃଥିବୀଠାରୁ ୩୫ ଲକ୍ଷ ମାଇଲ ଦୂରତାରେ ଅତିକ୍ରମ କରିବ।

ମହାକାଶରେ ଘୁରିବୁଲୁଥିବା ଏପରି ୨୨ଟି ଗ୍ରହାଣୁ ପିଣ୍ଡ ଆସନ୍ତା ୧୦୦ ବର୍ଷ ମଧ୍ୟରେ ପୃଥିବୀ ପାଇଁ ବିପଦ ସୃଷ୍ଟି କରୁଛନ୍ତି। ଏଗୁଡ଼ିକ ପୃଥିବୀର ନିକଟତର ହେବାର ଆଶଙ୍କା ରହିଛି। ପୃଥିବୀର ୪୬ ଲକ୍ଷ ମାଇଲ ପରିସରକୁ ଆସୁଥିବା ଗ୍ରହାଣୁ ପିଣ୍ଡକୁ ନାସା ପରେ ପୃଥିବୀ ପାଇଁ ବିପଦ ବୋଲି ବିବେଚନା କରିଥାଏ।

ଯଦି ଏହି ବିଶାଳ ଗ୍ରହାଣୁ ପିଣ୍ଡଗୁଡିକର କକ୍ଷପଥରେ ସାମାନ୍ୟ ପରିବର୍ତ୍ତନ ଆସେ ତେବେ ପୃଥିବୀ ସହିତ ଧକ୍କା ହୋଇ ବିନାଶ ହେବାର ଆଶଙ୍କା ରହିଥାଏ। ଗ୍ରହାଣୁ ପିଣ୍ଡ ୩୩୬୧ ଓରଫେଅସ ଘଣ୍ଟା ପ୍ରତି ପ୍ରାୟ ୩୦ ହଜାର କିଲୋମିଟର ବେଗରେ ପୃଥିବୀ ଆଡକୁ ମାଡ଼ି ଆସୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଣବିକ ଯୁଦ୍ଧ ସଙ୍କେତ: ସାରା ବିଶ୍ୱରେ ଖେଳିଗଲା ଆତଙ୍କ

ତେହରାନ୍‌/ଓ୍ବାଶିଂଟନ୍‌,୧ା୪(ରଏଟର୍ସ/ଏଜେନ୍ସି):ଇରାନ୍‌ ଆଣବିକ ଅସ୍ତ୍ର ତିଆରି କରୁଥିବା ନେଇ ଆମେରିକା ଓ ଇସ୍ରାଏଲ୍‌ ବାରମ୍ବାର ଅଭିଯୋଗ କରିଆସୁଛନ୍ତି। ତେହରାନ୍‌ ଏହାକୁ ଖଣ୍ଡନ କରୁଥିବାବେଳେ ଜାତିସଂଘର ଆଣବିକ ଜଗୁଆଳି ସଂସ୍ଥା…

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri