ପୁରୀ ଶ୍ରୀମନ୍ଦିରକୁ ମାଡି ଆସୁଛି ବିପଦ! ମନ୍ଦିର କାନ୍ଥରେ ଲେଖାହେଲା… ରାଜ୍ୟରେ ହଇଚଇ

ପୁରୀ,୧୩।୮: ଶ୍ରୀମନ୍ଦିର ସୁରକ୍ଷା ସହ ପରିହାସ । ପରିକ୍ରମା ପ୍ରକଳ୍ପରେ ଅସାମାଜିକ ଯୁବକଙ୍କ ଦୌରାତ୍ମ୍ୟ। ଖୋଲାଖୋଲି ସୁରକ୍ଷା କର୍ମୀଙ୍କୁ ଚ୍ୟାଲେଞ୍ଜ କରୁଛନ୍ତି ଦୁବୃର୍ତ୍ତ। ମଦ ନିଶାରେ ହେଉ ଅବା ଜାଣତରେ ହେଉ ପୁରୀ ପୋଲିସକୁ ଦିଆଯାଇଛି ଚ୍ୟାଲେଞ୍ଜ । ପରିକ୍ରମା ପ୍ରକଳ୍ପ ଅନ୍ତର୍ଗତ ବୁଡୀ ମାଆ ମନ୍ଦିର ପଥର କାନ୍ଥରେ ଦିଆଯାଇଛି ଧମକପୂର୍ଣ୍ଣ ବାର୍ତ୍ତା । ଏଥିରେ ଲେଖାଯାଇଛି ମନ୍ଦିର ଭାଙ୍ଗିବ ଆତଙ୍କବାଦୀ। ଏହା ସହ ଫୋନ ନମ୍ବର ମଧ୍ୟ ଦିଆଯାଇଛି। ଫୋନ କର, ନ କଲେ ମହାତାଣ୍ଡବ ବୋଲି ଲେଖାଯାଇଛି । ଏହା ଭିତରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ନାଁ ମଧ୍ୟ ଲେଖାଯାଇଛି । ଦୁଇଟି ସ୍ଥାନରେ ଏପରି ଧମକପୂର୍ଣ୍ଣ ଲେଖା ଦେଖିବାକୁ ମିଳିଛି । ତେବେ କିଏ ଓ କାହିଁକି କରିଛି ତାହା ଜଣାପଡିନି । ଏକାଧିକ ସ୍ଥାନରେ ସିସିଟିଭି ଲାଗିଛି । ସିକ୍ୟୁରିଟି ଗାର୍ଡ ମଧ୍ୟ ମୁତୟନ ହୋଇଛନ୍ତି । ହେଲେ ଆତଙ୍କବାଦୀଙ୍କ ନାଁ ନେଇ ଏପରି ଲେଖିଲା କିଏ? ତା’କୁ ନେଇ ସୃଷ୍ଟି ହୋଇଛି ପ୍ରଶ୍ନବାଚୀ । ସେପଟେ ଆଜି ଶ୍ରୀମନ୍ଦିରରେ ରାହୁରେଖା ଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ପ୍ରଥମ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଅପରାହ୍ନ ସାଢେ ୨ଟାରୁ ସନ୍ଧ୍ୟା ସାଢେ ୬ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଆଜି ଭାଦ୍ରବ କୃଷ୍ଣ ଚତୁର୍ଥୀ ତିଥିରେ ଶ୍ରୀ ବିଗ୍ରହମାନଙ୍କର ଏହି ରାହୁ ରେଖା ଲାଗି ନୀତି କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି କିମ୍‌ ଯଙ୍ଗ୍‌ ଉନ୍‌ ବିଜୟୀ

ପୋଙ୍ଗୟାଙ୍ଗ୍‌ ,୧୯ା୩: ଉତ୍ତର କୋରିଆ ଶାସକ କିମ୍‌ ଯଙ୍ଗ୍‌ ଉନ୍‌ ଜାତୀୟ ନିର୍ବାଚନରେ ବିପୁଳ ଭୋଟରେ ବିଜୟୀ ହୋଇଛନ୍ତି। ୧୫ତମ ସୁପ୍ରିମ ପିପୁଲ୍ସ ଆସେମ୍ବ୍ଲି ପାଇଁ ଗତ…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ଘୋଷଣା ହେଲା ତାରିଖ ଏବଂ ସ୍ଥାନ, ଜାଣନ୍ତୁ…

ନୂଆଦିଲ୍ଲୀ,୧୯ା୩: ରାଜ୍ୟଗୋଷ୍ଠୀ କ୍ରୀଡ଼ାର ୮ମ ସଂସ୍କରଣ ୨୦୨୭ ଅକ୍ଟୋବର ୨୯ରୁ ନଭେମ୍ବର ୪ ମାଲ୍‌ଟା ଓ ଗୋଜୋରେ ହେବ। ଉଦ୍‌ଘାଟନୀ ଉତ୍ସବ ଅକ୍ଟୋବର ୨୯ରେ ଏହାପଛକୁ ଅକ୍ଟୋବର…

ଆମେରିକାକୁ ଟାର୍ଗେଟ କରିପାରେ ପାକିସ୍ତାନର…! ଗୁପ୍ତଚର ସଂସ୍ଥା ମୁଖ୍ୟଙ୍କ ବୟାନ ପରେ ବିଶ୍ୱରେ ଚାଞ୍ଚଲ୍ୟ

ୱାଶିଂଟନ/ଇସଲାମାବାଦ,୧୯।୩: ଆମେରିକାର ଶୀର୍ଷ ଗୁପ୍ତଚର ସଂସ୍ଥାର ମୁଖ୍ୟ ତୁଲସୀ ଗବାର୍ଡଙ୍କ ଏକ ବିସ୍ଫୋରକ ବୟାନ ଏବେ ସାରା ବିଶ୍ୱର ଦୃଷ୍ଟି ଆକର୍ଷଣ କରିଛି। ପାକିସ୍ତାନ ଏବେ ଏଭଳି…

ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ରଙ୍କୁ ମିଳିବ ସମ୍ମାନଜନକ ‘ଡିଜିପି ଡିସ୍କ ଆୱାର୍ଡ’,ଛୁଟିଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୧୯।୩(ଦିଲ୍ଲୀପ ସାମଲ): ପୋଲିସ ସେବାରେ ନିଜର ଉଲ୍ଲେଖନୀୟ କୃତିତ୍ୱ ଓ ଦକ୍ଷତା ପାଇଁ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ (SP) ଶୁଭେନ୍ଦୁ କୁମାର ପାତ୍ର ‘ଡିଜିପି ଡିସ୍କ ଆୱାର୍ଡ’…

IPL 2026 ପୂର୍ବରୁ CSKକୁ ବଡ଼ ଝଟ୍‌କା, ପୁରା ସିଜନ୍‌ରୁ ବାଦ୍‌ ପଡ଼ିଲେ ଘାତକ ବୋଲର୍‌…

ନୂଆଦିଲ୍ଲୀ,୧୯।୩: ଗତ ସିଜନର ଖରାପ ପ୍ରଦର୍ଶନକୁ ପଛରେ ପକାଇ ଆଇପିଏଲ୍‌ ୨୦୨୬ରେ ନୂଆ ଆଶା ଓ ଉତ୍ସାହ ସହ ପଡ଼ିଆକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଥିବା ଚେନ୍ନାଇ ସୁପର…

କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା, ମଣ୍ଡିରେ ଭିଜିଲା ଧାନ

ମାଥିଲ,୧୯।୩(ସୁବାଷ ଚନ୍ଦ୍ର ଖୁଡୁପିଆ) ମାଲକାନଗିରି ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ପବନ ସାଙ୍ଗକୁ କୁଆପଥର ବର୍ଷା ହୋଇଥିବା ଦେଖିବାକୁ ମିଳିଛି। ବର୍ଷା ଯୋଗୁ ମାଲକାନଗିରି ଜିଲା…

ଭତ୍ତା ନେବାକୁ ଆସିଥିଲେ ଲୋକେ, ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଆଉ ତା’ ପରେ…

ଦିଗପହଣ୍ଡି,୧୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଜକର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଅପରାହ୍ନରେ ମହୁମାଛି ଆକ୍ରମଣରେ ୪ ଜଣ ଆହତ…

ଦୁଇ ବସ୍‌ ମୁହାଁମୁହିଁ, ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ…

ମୋହନା,୧୯ା୩(ମନ୍ମଥ ମିଶ୍ର): ଘରୋଇ ଯାତ୍ରୀବାହୀ ବସ୍‌ ସହ ମୁଖ୍ୟମନ୍ତ୍ରୀ ବସ୍‌ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୪ ଜଣ ଆହତ ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri