ପୁରୀ ଶ୍ରୀମନ୍ଦିରକୁ ମାଡି ଆସୁଛି ବିପଦ! ମନ୍ଦିର କାନ୍ଥରେ ଲେଖାହେଲା… ରାଜ୍ୟରେ ହଇଚଇ

ପୁରୀ,୧୩।୮: ଶ୍ରୀମନ୍ଦିର ସୁରକ୍ଷା ସହ ପରିହାସ । ପରିକ୍ରମା ପ୍ରକଳ୍ପରେ ଅସାମାଜିକ ଯୁବକଙ୍କ ଦୌରାତ୍ମ୍ୟ। ଖୋଲାଖୋଲି ସୁରକ୍ଷା କର୍ମୀଙ୍କୁ ଚ୍ୟାଲେଞ୍ଜ କରୁଛନ୍ତି ଦୁବୃର୍ତ୍ତ। ମଦ ନିଶାରେ ହେଉ ଅବା ଜାଣତରେ ହେଉ ପୁରୀ ପୋଲିସକୁ ଦିଆଯାଇଛି ଚ୍ୟାଲେଞ୍ଜ । ପରିକ୍ରମା ପ୍ରକଳ୍ପ ଅନ୍ତର୍ଗତ ବୁଡୀ ମାଆ ମନ୍ଦିର ପଥର କାନ୍ଥରେ ଦିଆଯାଇଛି ଧମକପୂର୍ଣ୍ଣ ବାର୍ତ୍ତା । ଏଥିରେ ଲେଖାଯାଇଛି ମନ୍ଦିର ଭାଙ୍ଗିବ ଆତଙ୍କବାଦୀ। ଏହା ସହ ଫୋନ ନମ୍ବର ମଧ୍ୟ ଦିଆଯାଇଛି। ଫୋନ କର, ନ କଲେ ମହାତାଣ୍ଡବ ବୋଲି ଲେଖାଯାଇଛି । ଏହା ଭିତରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ନାଁ ମଧ୍ୟ ଲେଖାଯାଇଛି । ଦୁଇଟି ସ୍ଥାନରେ ଏପରି ଧମକପୂର୍ଣ୍ଣ ଲେଖା ଦେଖିବାକୁ ମିଳିଛି । ତେବେ କିଏ ଓ କାହିଁକି କରିଛି ତାହା ଜଣାପଡିନି । ଏକାଧିକ ସ୍ଥାନରେ ସିସିଟିଭି ଲାଗିଛି । ସିକ୍ୟୁରିଟି ଗାର୍ଡ ମଧ୍ୟ ମୁତୟନ ହୋଇଛନ୍ତି । ହେଲେ ଆତଙ୍କବାଦୀଙ୍କ ନାଁ ନେଇ ଏପରି ଲେଖିଲା କିଏ? ତା’କୁ ନେଇ ସୃଷ୍ଟି ହୋଇଛି ପ୍ରଶ୍ନବାଚୀ । ସେପଟେ ଆଜି ଶ୍ରୀମନ୍ଦିରରେ ରାହୁରେଖା ଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ପ୍ରଥମ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଅପରାହ୍ନ ସାଢେ ୨ଟାରୁ ସନ୍ଧ୍ୟା ସାଢେ ୬ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଆଜି ଭାଦ୍ରବ କୃଷ୍ଣ ଚତୁର୍ଥୀ ତିଥିରେ ଶ୍ରୀ ବିଗ୍ରହମାନଙ୍କର ଏହି ରାହୁ ରେଖା ଲାଗି ନୀତି କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ କଂଗ୍ରସ ଦୁଇଫାଳ: ବିଚ୍‌ ରାସ୍ତାରେ ହାତାହାତି ହେଲେ ଦୁଇ ନେତା

ପୁରୁଷୋତ୍ତମପୁର,୫।୧୨(ସବିତା ମିଶ୍ର): ଗୋଷ୍ଟିକନ୍ଦଳ ଯୋଗୁଁ ରାଜ୍ୟରେ ଦିନକୁଦିନ କଂଗ୍ରେସର ସ୍ଥିତି ତଳକୁ ତଳକୁ ଖସି ସତ୍ତା ହଜାଇବାକୁ ଯାଉଥିବାବେଳେ ଏପରିକି ଗଞ୍ଜାମ ଜିଲାରେ ମଧ୍ୟ କଂଗ୍ରସ...

୪୪ ରନ୍‌ ଆଗରେ ଅଷ୍ଟ୍ରେଲିଆ

ବ୍ରିସ୍‌ବେନ୍‌(ଅଷ୍ଟ୍ରେଲିଆ),୫ା୧୨: ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଆଶେସ ଟେଷ୍ଟର ଶୁକ୍ରବାର ଖେଳ ଶେଷ ସୁଦ୍ଧା ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୪୪ ରନ୍‌ ଅଗ୍ରଣୀ ଲାଭ କରିଛି। ଭ୍ରମଣକାରୀ...

ଆରୋଗ୍ୟ କେନ୍ଦ୍ରରେ ନିଆଁ ଲାଗି ଲକ୍ଷାଧିକ ସାମଗ୍ରୀ ନଷ୍ଟ

କେସିଙ୍ଗା ,୫।୧୨( ତୁମେଶ୍ୱର୍‌ ସାହୁ ) : କଳାହାଣ୍ଡି ଜିଲା ପାଷ୍ଟିକୁଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିନସ୍ଥ ତହଶିର ଗ୍ରାମସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରେ କୌଣସି କାରଣ...

ଶୀତରେ ଥରୁଛି ଉତ୍ତର ଭାରତ

ନୂଆଦିଲ୍ଲୀ,୫ା୧୨: ସମଗ୍ର ଉତ୍ତର ଭାରତ ଶୀତରେ ଥରୁଛି। ଶୁକ୍ରବାର ରାଜସ୍ଥାନ, ପଞ୍ଜାବ ଏବଂ ହରିୟାଣାର ଅଧିକାଂଶ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ନିମ୍ନରେ ରହିଛି। ତେବେ...

ଭାରତର ସବୁଠୁ ବିଶ୍ବାସଯୋଗ୍ୟ ଏହି ୩ଟି ବ୍ୟାଙ୍କ, RBI କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୫।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI), HDFC, ଏବଂ ICICI ବ୍ୟାଙ୍କକୁ ଦେଶର ସବୁଠାରୁ ସୁରକ୍ଷିତ ବ୍ୟାଙ୍କ ଭାବରେ...

ପୁଟିନଙ୍କ କାର୍‌ ଠାରୁ କେତେ ଦମଦାର୍‌ ମୋଦିଙ୍କ କାର୍‌? ଜାଣନ୍ତୁ ଦୁଇଟାଯାକର ଦାମ୍‌

ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ବିଶ୍ୱର ସବୁଠାରୁ ରହସ୍ୟମୟ ନେତାମାନଙ୍କ ମଧ୍ୟରୁ ଜଣେ ବୋଲି ବିବେଚନା କରାଯାଏ। ସେ ପ୍ରତ୍ୟେକ ଗସ୍ତରେ ଏକ ବୁଲେଟପ୍ରୁଫ...

ଫ୍ରାନ୍ସକୁ ହରାଇ ସେମିରେ ପହଞ୍ଚିଲା ଜର୍ମାନୀ

ଚେନ୍ନାଇ,୫ା୧୨: ସାତ ଥର ଚାମ୍ପିୟନ ଜର୍ମାନୀ ଶୁଟ୍‌ ଆଉଟ୍‌ରେ ଫ୍ରାନ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ଚଳିତ ଏଫ୍‌ଆଇଏଚ୍‌ ଜୁନିୟର ପୁରୁଷ ବିଶ୍ୱକପ୍‌ ହକି ଟୁର୍ନାମେଣ୍ଟର...

ଏହି ସବୁ ଅଞ୍ଚଳରେ ୯ ଘଣ୍ଟା ପାଇଁ ହେବ ବିଦ୍ୟୁତ୍‌ କାଟ, ସକାଳୁ…

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ପ୍ରଧାନପାଲି ଗ୍ରୀଡ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri