ମାଡ଼ି ଆସୁଛି ବିପଦ…

ନୂଆଦିଲ୍ଲୀ,୨୧।୪: ଦେଶରେ କରୋନା ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛି। ସ୍ଥିତି ଧୀରେଧୀରେ ବେଲଗାମ୍‌ ହେବା ଯୋଗୁ ସଙ୍କଟ ବଢିଛାଲିଛି। କରୋନା ସଂକ୍ରମଣ ସମସ୍ତ ରେକର୍ଡ ଭାଙ୍ଗିବାରେ ଲାଗିିଛି। ବିପଦ ପୁଣି ମାଡ଼ିଆସୁଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଥିବାରୁ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ଚିନ୍ତା ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୯୫ ହଜାର ୪୧ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୨ ହଜାର ୨୩ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଗୋଟିଏ ଦିନ ପୂର୍ବରୁ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୫୯ ହଜାର ୧୬୭ ଥିଲା। ଏଭଳି ସ୍ଥିତି ଜାରି ରହିଲେ ଆଉ ଗୋଟିଏ ଦିନ ମଧ୍ୟରେ ଦେଶରେ ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷରେ ପହଞ୍ଚିବାର ଆଶଙ୍କା ଦେଖାଦେଇଛି। ଅନ୍ୟ ରାଜ୍ୟ ତୁଳନାରେ ମହାରାଷ୍ଟ୍ରରେ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୨ ହଜାର ୯୭ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୫୧୯ ଛୁଇଁଛି। ଇତି ମଧ୍ୟରେ ଦେଶରେ ୨୭ କୋଟି ୧୦ ଲକ୍ଷ ୫୩ ହଜାର ୩୯୨ ଲୋକଙ୍କ ନମୁନା ପରୀକ୍ଷା ହୋଇଥିବା ଆଇସିଏମ୍‌ଆର୍‌ ପକ୍ଷରୁ କୁହାଯାଇଛି। ଅପରପକ୍ଷରେ ୧୩ କୋଟି ୧ ଲକ୍ଷ ୧୯ ହଜାର ୩୧୦ ଲୋକଙ୍କୁ ଟିକାଦାନ କରାଯାଇଛି। ଟିକାଦାନ ପ୍ରକ୍ରିୟା ଜାରି ରହିଥିଲେ ବି କରୋନା ସଂକ୍ରମଣରେ ଅଙ୍କୁଶ ଲଗାଇବା ସମ୍ଭବ ହୋଇପାରୁ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚେତାବନୀ: କହିଲେ ପାଗଳ, ହର୍ମୁଜ ଖୋଲିଦିଅ, ନଚେତ୍‌…

ଓ୍ବାଶିଂଟନ,୫ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଧମକ ଦେଇଛନ୍ତି। ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଇରାନକୁ ୧୦ ଦିନର ଅଲ୍ଟିମେଟମ ଦେଇଥିଲେ ଟ୍ରମ୍ପ ।…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri