ବିପଦ ଆସୁଛି ମାଡ଼ି, ୯ ବର୍ଷ ମଧ୍ୟରେ ସମୁଦ୍ରରେ ବୁଡ଼ିଯିବ ଏସିଆର ୭ ବଡ଼ ସହର…

ଆମଷ୍ଟେରଡାମ୍‌,୧୨।୭: ଜଳବାୟୁ ପରିବର୍ତ୍ତନ ଯୋଗୁ ବିଶ୍ୱ ତାପନ ବଢ଼ିବାରେ ଲାଗିଛି। ଏହାଦ୍ୱାରା ମେରୁ ଅଞ୍ଚଳରେ ଥିବା ହିମ ପାହାଡ଼ ତରଳିବା ଧାରା ଜାରି ରହିଛି। ଏହାଯୋଗୁ ସମୁଦ୍ରର ଜଳସ୍ତର ବୃଦ୍ଧି ପାଉଛି। ଫଳରେ ଆସନ୍ତା ୯ ବର୍ଷ ମଧ୍ୟରେ ୨୦୩୦ ସୁଦ୍ଧା ଏସିଆର ୭ ବଡ଼ ସହର ସମୁଦ୍ରରେ ବୁଡ଼ିଯିବାର ଆଶଙ୍କା ସୃଷ୍ଟି ହୋଇଛି। ପୃଥିବୀର ୫୫ରୁ ଅଧିକ ଦେଶରେ ପରିବେଶ ସୁରକ୍ଷା ଉପରେ କାର୍ଯ୍ୟ କରୁଥିବା ଗ୍ରୀନ୍‌ପିସ୍‌ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ଏ ସମ୍ପର୍କରେ ଉଲ୍ଲେଖ ହୋଇଛି। ବ୍ୟାଙ୍କଙ୍କ, ହଂକଂ, ଟୋକିଓ, ସିଓଲ୍‌, ଜାକର୍ତ୍ତା, ତାଇପେ ଏବଂ ମାନିଲା ଆଦି ସହର ଉପରେ ବିପଦ ମାଡ଼ି ଆସୁଛି। ଆଗାମୀ ଦିନରେ ଏସବୁ ଉପନକୂଳବର୍ତ୍ତୀ ସହରରେ ଘୂର୍ଣ୍ଣିଝଡ଼, ଲଘୁଚାପ, ଉଚ୍ଚା ଜୁଆର, ପ୍ରବଳ ବନ୍ୟା ଆଦି ଘଟଣା ଘଟିବାର ଆଶଙ୍କା ରହିଥିବା ରିପୋର୍ଟରେ ଦର୍ଶାଯାଇଛି। ଏହାଦ୍ୱାରା ମୋଟ ୬୦ କୋଟିରୁ ଅଧିକ ଲୋକ ପ୍ରତ୍ୟକ୍ଷ ଏବଂ ପରୋକ୍ଷ ଭାବେ ପ୍ରଭାବିତ ହେବେ। ତେବେ ଦେଢ଼ କୋଟିରୁ ଅଧିକ ଲୋକ ବାସହରା ହେବା ସହିତ ଜୀବନଜୀବିକା କ୍ଷେତ୍ରରେ ବହୁ ସମସ୍ୟାର ସମ୍ମୁଖୀନ ହେବାର ଆଶଙ୍କା ରହିଛି। ସମୁଦ୍ର ସ୍ଥଳ ଭାଗକୁ ମାଡ଼ି ଆସିବା ଦ୍ୱାରା ବ୍ୟାଙ୍କଙ୍କର ୧୭ ପ୍ରତିଶତ ଅଞ୍ଚଳ ଜଳମଗ୍ନ ହେବ। ସେହିପରି ଜାକର୍ତ୍ତାର ୧୭ ପ୍ରତିଶତ ଅଞ୍ଚଳ ସମୁଦ୍ରରେ ବୁଡ଼ିଯିବ। ଟୋକିଓ ମୋଟ ଜିଡ଼ିପିର ୬୮,୦୦ କୋଟି ଡଲାର କ୍ଷତି ସହିବ। ତାଇପେ ଜିଡ଼ିପିର ୨୪ ପ୍ରତିଶତ ପ୍ରଭାବିତ ହେବାର ଆଶଙ୍କା ରହିଛି। ମାନିଲାର ୮୭ ପ୍ରତିଶତ ଉପକୂଳ ସ୍ଥଳଭାଗ ସମୁଦ୍ର ଗର୍ଭରେ ଲୀନ ହେବ ବୋଲି ରିପୋର୍ଟରେ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯାହା କୋହଲି-ସୂର୍ଯ୍ୟକୁମାର କରିପାରି ନ ଥିଲେ ତାହା କରିଦେଖାଇବେ ଶ୍ରେୟସ ଆୟର: ବଡ଼ ରେକର୍ଡର ସୁଯୋଗ

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ଟିମ ଇଣ୍ଡିଆର ଅଧିନାୟକ ଶ୍ରେୟସ ଆୟରଙ୍କ ପାଇଁ ଏକ ବଡ଼ ସୁଯୋଗ ନେଇ ଆସିଛି। ଏହି ସିରିଜ୍ରେ ସେ ଏମିତି…

ନିଷ୍ପତ୍ତି ବଦଳାଇଲେ ସରକାର, ACP ବିବେକ ଭଗତଙ୍କ ପଦୋନ୍ନତି ସ୍ଥଗିତ!

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ ସରକାର ACP ବିବେକ ଭଗତଙ୍କୁ ଆଡିସନାଲ DCPର ଚାର୍ଜ ଦେବା ନେଇ ଜାରି ହୋଇଥିବା ଆଦେଶ ଉପରେ ରୋକ ଲଗାଇଛନ୍ତି । ବିବେକ ଭଗତଙ୍କ…

କ୍ରିକେଟ୍‌ରେ ନୂଆ ଇତିହାସ ରଚିଲା ଆମେରିକା: ଦିନିକିଆରେ ପ୍ରଥମଥର କଲା ଏମିତି କାରନାମା

ଡଲାସ,୬।୧୦: ଆମେରିକା କ୍ରିକେଟ ଟିମ ଦିନିକିଆ କ୍ରିକେଟ୍‌ରେ ଏକ ବଡ଼ ଇତିହାସ ରଚିଛି। ଡଲାସରେ ଖେଳାଯାଇଥିବା ICC ମେନ୍ସ କ୍ରିକେଟ ୱାଲର୍‌ଡ କପ ଲିଗ-୨ ମ୍ୟାଚ୍‌ରେ ଆମେରିକା…

୬ଟି ଆସନରେ ଆଜି ଉପନିର୍ବାଚନ; CM ବିଜୟଙ୍କ ପାଇଁ ବଡ଼ ରାଜନୈତିକ ପରୀକ୍ଷା, ଏହି ଦିନ ଫଳାଫଳ

ନୂଆଦିଲ୍ଲୀ,୬।୧୦: ଦେଶର ୬ଟି ଆସନରେ ଆଜି ଉପନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି । ଆସାମର ନଗାଓଁ ଲୋକସଭା ଆସନ ସମେତ ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର,…

ଭାଉଜଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ଦିଅର: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୬।୧୦ (ପ୍ରସନଜିତ୍‌ ସାହୁ):ରାଜଧାନୀରେ ମହିଳାଙ୍କୁ ନିର୍ଯାତନା ଘଟଣା ସାମନାକୁ ଆସିଛି। ଭାଉଜଙ୍କୁ ଦିଅର ମାନସିକ ନିର୍ଯାତନା ଦେବା ସହ ତାଙ୍କ ଫଟୋ ଭିଡିଓ ଶୁଟ୍‌ କରି ଭାଇରାଲ…

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

ଅବିଶ୍ୱାସର ସୁଅ

ମୁଖ୍ୟ ନିର୍ବାଚନ କମିଶନର (ସିଇସି)ଙ୍କୁ ହଟେଇବା ପାଇଁ ଦେଶବ୍ୟାପୀ ଆନ୍ଦୋଳନ ଚାଲିଥିବା ବେଳେ ଏବେ ତାଙ୍କୁ ଅଦାଲତରୁ ମଧ୍ୟ ବଡ଼ ଝଟ୍‌କା ମିଳିଛି। ଜ୍ଞାନେଶଙ୍କ ବିରୋଧରେ ମାମଲା…

ସୂର୍ଯ୍ୟକୁମାରଙ୍କୁ ଲାଗିଲା ଝଟକା: ସବୁଠୁ ବିଦା, ଅନ୍ଧାରରେ କ୍ୟାରିୟର

ମୁମ୍ବାଇ,୬।୧୦: ଭାରତର ଟି-୨୦ ବିଶ୍ୱକପ ବିଜୟୀ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ପାଇଁ ଏବେ ଚିନ୍ତା ବଢ଼ିଛି। ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ଏବେ ମୁମ୍ବାଇର ରଣଜୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?