ବିପଦ ମାଡ଼ି ଆସୁଛି, ଏନ୍ତୁଡ଼ିଶାଳକୁ ପୁଣି ଫେରିଲା କରୋନା…

ବେଜିଂ,୮।୮: କରୋନା ମହାମାରୀର ଏନ୍ତୁଡ଼ିଶାଳ ପାଲଟିଥିବା ଚାଇନାର ହୁବେଇ ପ୍ରଦେଶର ଉହାନ୍‌ ସହରରେ ସଙ୍କଟ ସୃଷ୍ଟି ହୋଇଛି। ଏଠାକୁ ପୁଣି କରୋନା ଫେରିଛି। ସହରରେ କେରାନା ସଂକ୍ରମଣ ଆରମ୍ଭ ହେବାରୁ ସୁରକ୍ଷା ଦୃଷ୍ଟିରୁ ଇତିମଧ୍ୟରେ କୋଟିଏରୁ ଅଧିକ ଲୋକଙ୍କ ନମୁନା ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସହରର ୧ କୋଟି ୧୨ ଲକ୍ଷ ୩୦ ହଜାରରୁ ଅଧିକ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ସ୍ଥାନୀୟ ସ୍ବାସ୍ଥ୍ୟ ଅଧିକାରୀ ସୂଚନା ଦେଇଛନ୍ତି। ୨୦୧୯ରେ ଉହାନରେ କରୋନା ମହାମାରୀ ସଂକ୍ରମଣର ପ୍ରଥମ ମାମଲା ରିପୋର୍ଟ କରାଯାଇଥିଲା। ଏବେ ଏଠାରେ ୬ ଜଣ ଆକ୍ରାନ୍ତଙ୍କଠାରେ କରୋନା ଲକ୍ଷଣ ଥିବାବେଳେ୧୫ ଜଣ ବିନା ଲକ୍ଷଣ ଆକ୍ରାନ୍ତ ରହିଛନ୍ତି। ସହରରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୪୭ ଛୁଇଁଛି। ଏଥିରେ ସହରର ୩୧ ଜଣ ବାସିନ୍ଦା ରହିଛନ୍ତି। ଅନ୍ୟମାନେ ସହର ବାହାରର ବୋଲି କୁହାଯାଉଛି। ସ୍ବାସ୍ଥ୍ୟ ଅଧିକାରୀ କହିଛନ୍ତି , ନ୍ୟୁକ୍ଲିକ ଏସିଡ ପରୀକ୍ଷା ପାଇଁ ୧ କୋଟି ୧୨ ଲକ୍ଷ ୩୦ ହଜାରରୁ ଅଧିକ ଲୋକଙ୍କ ନମୁନା ସଂଗ୍ରହ କରାଯାଇଛି। ଜାତୀୟ ନ୍ୟୁଜ ଏଜେନ୍ସି ଶିହ୍ନୁଆ ରିପୋର୍ଟ ଅନୁସାରେ ଡାକ୍ତରୀ ପରୀକ୍ଷଣ ସମୟରେ ଲକ୍ଷଣ ନଥିବା ୬୪ ଆକ୍ରାନ୍ତଙ୍କୁ ମଧ୍ୟ ଚିହ୍ନଟ କରାଯାଇଛି। ହୁବେଇ ପ୍ରଦେଶର ରୋଗ ନିୟନ୍ତ୍ରଣ ଏବଂ ପ୍ରତିରୋଧ କେନ୍ଦ୍ରର ଉପନିର୍ଦ୍ଦେଶକ ଲି ୟାଙ୍ଗ ଗଣମାଧ୍ୟମକୁ କହିଛନ୍ତି ଯେ, ସହରରେ ବ୍ୟାପକ ଲୋକଙ୍କ ନମୁନା ପରୀକ୍ଷା ଲାଗି ଅଗଷ୍ଟ ୪ଠାରୁ ଅଭିଯାନ ଆରମ୍ଭ ହୋଇଛି।
ଚାଇନାର ଜାତୀୟ ସ୍ବାସ୍ଥ୍ୟ ଆୟୋଗ କୁହାଯାଇଛି ଯେ, ଇତିମଧ୍ୟରେ ସହରରେ ୧୩୯ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଆୟୋଗ କହିଛି ଦେଶରେ କରୋନା ସଂକ୍ରମଣ ମାମଲା ୯୩,୬୦୫କୁ ବୃଦ୍ଧି ପାଇଛି। ୧,୪୪୪ ଜଣ ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଛି। ସେମାନଙ୍କ ମଧ୍ୟରୁ ୩୯ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଇତିମ ଧ୍ୟରେ ୪,୬୩୬ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ଏଜେନ୍ସି କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଚନ୍ଦ୍ରକୁ ମହାକାଶଚାରୀ ପଠାଇଲା ନାସା, ରକେଟ ଛଡ଼ାଯିବାର ୫ ମିନିଟ୍‌ ପରେ କମାଣ୍ଡର କହିଲେ…

କେପ୍‌ କାନାଭେରାଲ,୨ା୪: ଆମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡମିନିଷ୍ଟ୍ରେଶନ(ନାସା) ବୁଧବାର ଚନ୍ଦ୍ର ଅଭିମୁଖେ ୪ଜଣ ମହାକାଶଚାରୀଙ୍କୁ ପଠାଇଛି। ଆର୍ଟେମିସ୍‌-୨ ନାମରେ ଏହି ଚନ୍ଦ୍ର ଅଭିଯାନ ୩ଜଣ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri