ପୁଣି ଘନେଇଲା ବିପଦ, ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୦ ଟପିଲା…

ନୂଆଦିଲ୍ଲୀ,୨୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଶେଷ ନ ହେଉଣୁ ପୁଣି ନୂଆ ବିପଦ ଘନେଇବାରେ ଲାଗିଛି। ଡେଲ୍ଟା ଭାରିଆଣ୍ଟ୍‌ ପରେ ଏବେ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ନୂଆ ଡେଲ୍ଡା ପ୍ଲସ୍‌ ଭାରିଆଣ୍ଟ୍‌କୁ ନେଇ ଏବେ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଅର୍ଥାତ୍‌ ବି-୧-୬୧୭-୨-୧ କରୋନା ଭୂତାଣୁ ସଂକ୍ରମଣ ମହାରାଷ୍ଟ୍ର, ମଧ୍ୟପ୍ରଦେଶ, କେରଳ, ତାମିଲନାଡୁ, କର୍ନାଟକ, ପଞ୍ଜାବ, ଆନ୍ଧ୍ରପ୍ରଦେଶ ଏବଂ ଜମ୍ମ-କଶ୍ମୀରରେ ଆଦି ୮ ରାଜ୍ୟରେ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ମହାରାଷ୍ଟ୍ରରେ ୨୧ ଜଣଙ୍କଠାରେ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଚିହ୍ନଟ ହୋଇଥିବାବେଳେ ମଧ୍ୟପ୍ରଦେଶରେ ୬ ଜଣ, କେରଳରେ ୩ ଜଣ, ତାମିଲନାଡୁରେ ୩, କର୍ନାଟକରେ ୨, ପଞ୍ଜାବରେ ଜଣେ, ଆନ୍ଧ୍ରପ୍ରଦେଶରେ ଜଣେ ଏବଂ ଜମ୍ମୁ-କଶ୍ମୀରରେ ଜଣେ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଡେଲ୍ଟା ଭାରିଆଣ୍ଟ୍‌ ତୁଳନାରେ ଅଧିକ ବେଗରେ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ସଂକ୍ରମଣ ବ୍ୟାପିବାର ଆଶଙ୍କା ରହିଥିବା ବିଶେଷଜ୍ଞମାନେ ମତପୋଷଣ କରିଛନ୍ତି। ଏହାକୁ ନେଇ ଭାରତ ସହିତ ଅନ୍ତର୍ଜାତୀୟସ୍ତରରେ ଆତଙ୍କ ବୃଦ୍ଧି ପାଇଛି।

Share