ଘନେଇଲା ବିପଦ, ସ୍କୁଲ ଖୋଲିବା ପରେ ୬ ରାଜ୍ୟରେ ବହୁ ପିଲା କରୋନା ପଜିଟିଭ୍‌…

ନୂଆଦିଲ୍ଲୀ,୧।୯: ପୁଣି ବିପଦ ଘନେଇବା ଆରମ୍ଭ କରିଛି। ସ୍କୁଲ ଖୋଲିବା ପରେ ବିହାର, ପଞ୍ଜାବ, ମଧ୍ୟପ୍ରଦେଶ, ଗୁଜୁରାଟ, ଛତିଶଗଡ ଏବଂ ଉତ୍ତରପ୍ରଦେଶ ସମେତ ୬ ରାଜ୍ୟରେ ବହୁ ପିଲା କରୋନା ପଜିଟିଭ୍‌ ହୋଇଛନ୍ତି। ଏନେଇ ସମ୍ପୃକ୍ତ ରାଜ୍ୟ ସରକାରଙ୍‌ ଚିନ୍ତା ବଢ଼ିବାରେ ଲାଗିଛି।
ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଦୁର୍ବଳ ହେବାରେ ଲାଗିଥିବାବେଳେ ତୃତୀୟ ଲହର ଆତଙ୍କ ବୃଦ୍ଧି ପାଇଛି। ଏସବୁ ମଧ୍ୟରେ କେତେକ ରାଜ୍ୟରେ ସ୍କୁଲ-କଲେଜ ଏବଂ ଅନ୍ୟାନ୍ୟ ଶିକ୍ଷାନୁଷ୍ଠାନ ପୁଣି ଥରେ ଖୋଲିଛି। ଅନ୍ୟ ରାଜ୍ୟଗୁଡ଼ିକ ପକ୍ଷରୁ ଏନେଇ ଯୋଜନା ପ୍ରସ୍ତୁତ କରାଯାଉଛି। ପିଲାମାନଙ୍କ ମଧ୍ୟରେ ସର୍ବାଧିକ ସଂଖ୍ୟକ ସଂକ୍ରମଣ ପଞ୍ଜାବ ରାଜ୍ୟ ଘଟିଛି। ଜୁଲାଇରୁ ଅଗଷ୍ଟ ମଧ୍ୟରେ ପିଲାମାନଙ୍କ ମଧ୍ୟରେ ସଂକ୍ରମଣ ୯.୬ ପ୍ରତିଶତ ବୃଦ୍ଧି ପାଇଛି। ଅଗଷ୍ଟ ୨ରୁ ପଞ୍ଜାବରେ ବିଦ୍ୟାଳୟଗୁଡ଼ିକ ଖୋଲା ଯାଇଥିଲା।

ବିହାର, ମଧ୍ୟପ୍ରଦେଶ, ଗୁଜୁରାଟ, ଛତିଶଗଡରେ ପିଲାମାନଙ୍କ ମଧ୍ୟରେ ସଂକ୍ରମଣ ହାର ୨ ରୁ ୩ ପ୍ରତିଶତ ମଧ୍ୟରେ ରହିଛି। ୨୬ ଜୁଲାଇରୁ ଗୁଜୁରାଟରେ ସ୍କୁଲ ଖୋଲିଛି। ଛତିଶଗଡ ଏବଂ ମଧ୍ୟପ୍ରଦେଶରେ ଅଗଷ୍ଟ ପ୍ରଥମ ସପ୍ତାହରେ ବିଦ୍ୟାଳୟଗୁଡ଼ିକ ଖୋଲା ଯାଇଥିଲା। ବିହାରରେ ୧୬ ଅଗଷ୍ଟ ପରେ ବିଦ୍ୟାଳୟ ଖୋଲାଯାଇଥିଲା। ଏସବୁ ରାଜ୍ୟର କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ଦିଲ୍ଲୀରେ ସ୍କୁଲ ଖୋଲିବା ପାଇଁ ଅତିରିକ୍ତ ସତର୍କତା ଅବଲମ୍ବନ କରାଯାଉଛି। ଦିଲ୍ଲୀ ଏବଂ ତେଲେଙ୍ଗାନାର ଅଙ୍ଗନୱାଡି କେନ୍ଦ୍ର ସମେତ ସମସ୍ତ ଶିକ୍ଷାନୁଷ୍ଠାନ ସେପ୍ଟେମ୍ବର ୧ରୁ ଖୋଲିଛି। ଦ୍ୱିତୀୟ ଲହରରେ ସଙ୍କଟର ସମ୍ମୁଖୀନ ହେଉଥିବା ଦିଲ୍ଲୀରେ ସ୍କୁଲ ଖୋଲାଯିବାକୁ ନେଇ ସାବଧାନତା ଅବଲମ୍ବନ କରାଯାଉଛି। ଦ୍ୱିତୀୟ ପର୍ଯ୍ୟାୟରେ, ସେପ୍ଟେମ୍ବର ୮ ରୁ ଷଷ୍ଠରୁ ଅଷ୍ଟମ ଶ୍ରେଣୀର ପିଲାମାନଙ୍କୁ କ୍ଲାସରେ ଯୋଗଦେବାକୁ ଅନୁମତି ମିଳିବ।
ଅକ୍ଟୋବରରେ, ଜାୟଡସ କାଡିଲା ଦ୍ୱାରା ପ୍ରସ୍ତୁତ ହୋଇଥିବା ତିନି-ଡୋଜ କୋଭିଡ -୧୯ ଡିଏନଏ ଟିକା ୧୨ ବର୍ଷରୁ ଅଧିକ ବୟସ୍କ ପିଲାମାନଙ୍କୁ ଦିଆଯିବାର ସମ୍ଭାବନା ରହିଛି। କରୋନାର ସମ୍ଭାବ୍ୟ ତୃତୀୟ ଲହର ବିଷୟରେ ମଧ୍ୟ ଆତଙ୍କ ସୃଷ୍ଟି ହୋଇଛି। ତେବେ ବିଶେଷଜ୍ଞଙ୍କ ମତରେ ପିଲାମାନଙ୍କର ଅନ୍ତନିର୍ହିତ ରୋଗ ପ୍ରତିରୋଧକ ଶକ୍ତି ସେମାନଙ୍କୁ କରୋନା ଭୂୁତାଣୁଠାରୁ ରକ୍ଷା କରିବାକୁ ସକ୍ଷମ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଗଣେଶ ପୂଜାରେ ଅଘଟଣ: ମଣ୍ଡପକୁ ଯିବା ଲାଗି ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଯୁବକ

ବାଲେଶ୍ୱର,୧୪ା୯(ବାଞ୍ଛାନିଧି ଦେ): ଅଗ୍ରପୂଜ୍ୟ ଗଣପତି ବାବାଙ୍କ ପୂଜା ଉତ୍ସବ ସୋମବାର ଧୂମ୍‌ଧାମରେ ପାଳିତ ହେଉଥିବାବେଳେ ବାଲେଶ୍ୱର ଜିଲା ରେମୁଣା ଅଞ୍ଚଳରେ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି…

ନୂଆଁଖାଇରେ ମାଟିପାତ୍ରର ମହକ; ବଲାଙ୍ଗୀର ହାଟରେ ବିକ୍ରି ହେଲାଣି କୁରେପତ୍ର ସାଙ୍ଗକୁ ଖଲିଦନା

ବଲାଙ୍ଗୀର,୧୪ା୯(ସୁନିଲ କୁମାର ମହାନ୍ତି): ରାତି ପାହିଲେ ନୂଆଁଖାଇ । ପ୍ରକୃତି ସହ ଓତପ୍ରୋତ ଭାବେ ଜଡ଼ିତ ନୂଆଁଖାଇ । ଏହି ଦିନ ପ୍ରଥମ ଅନ୍ନ ପ୍ରସ୍ତୁତିରେ ମାଟିପାତ୍ରର…

ବରଗଡ଼ରେ ଚାଞ୍ଚଲ୍ୟ: ନୂଆଖାଇ ପୂର୍ବରୁ ସ୍ତ୍ରୀଙ୍କୁ ପିଟିପିଟି ମାରିଲେ ସ୍ବାମୀ

ଅତାବିରା,୧୪।୯(ଯୁଧିଷ୍ଠିର ମହାପାତ୍ର)- ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଅମ୍ଳିପାଲି ପଞ୍ଚାୟତ ଗଡତିଆଟିକ୍ରା ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ସ୍ତ୍ରୀଙ୍କୁ ପିଟିପିଟି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ…

ପୁଣି ବଡ଼ ଆନ୍ଦୋଳନ, ମହାରାଷ୍ଟ୍ର ସରକାରଙ୍କୁ ଘେରିବ CJP! ଅଭିଜିତ ଦୀପକେ କହିଲେ..

ମୁମ୍ବାଇ,୧୪ା୯: ଆନ୍ଦୋଳନ ନେଇ ବଡ଼ ଘୋଷଣା କଲା ସିଜେପି । ନିଟ୍‌ ପେପର ଲିକ୍‌ ମାମଲାକୁ ନେଇ ଦିଲ୍ଲୀର ଜନ୍ତର ମନ୍ତରରେ ବିକ୍ଷୋଭ ପରେ ଏବେ ମହାରାଷ୍ଟ୍ରର…

ଓରାଙ୍ଗଉଟାନକୁ ପୁଣି ଜ୍ୱର: ଡାକ୍ତରୀ ଟିମ୍‌ ସଜାଗ

ବାରଙ୍ଗ,୧୪।୧୦(ଲିଙ୍ଗରାଜ ରାଉତ): ବାଲେଶ୍ବରରୁ ଉଦ୍ଧାର ହୋଇ ନନ୍ଦନକାନନକୁ ଆସିଥିବା ଓରାଙ୍ଗଉଟାନଙ୍କ ମଧ୍ୟରୁ ଜଣେ ଜ୍ବରରେ ଆକ୍ରାନ୍ତ ହୋଇଛି। ଉକ୍ତ ଓରାଙ୍ଗଉଟାନଟି ଆସିବା ଦିନଠାରୁ ଜ୍ବରରେ ଆକ୍ରାନ୍ତ ହୋଇଥିବାର…

ଭାଜପାକୁ ବଡ଼ ଝଟକା, ଦଳ ଛାଡି କଂଗ୍ରେସରେ ମିଶିଲେ ବିଧାୟକ

ବେଙ୍ଗାଲୁରୁ,୧୪।୯: ଭାଜପାର ପୂର୍ବତନ ବିଧାୟକ ତଥା ଦଳର ରାଜ୍ୟ ଓବିସି (OBC) ମୋର୍ଚ୍ଚା ସଭାପତି ଏନ.ଏଲ. ନରେନ୍ଦ୍ର ବାବୁ ରବିବାର କଂଗ୍ରେସରେ ଯୋଗ ଦେଇଛନ୍ତି। ‘ଭାରତ ଯୋଡ଼ୋ’…

ମହାନଦୀକୁ ଗାଧୋଇବାକୁ ଯାଇଥିଲେ ୩ ଯୁବକ, ହଠାତ୍‌ ଗଲେ ଭାସି: ଆଉ ତା’ପରେ…

ବାଙ୍କୀ,୧୪।୯(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ସୁବର୍ଣ୍ଣପୁର ପଞ୍ଚାୟତସ୍ଥିତ ଘୋଡାବର ଗ୍ରାମ ନିକଟସ୍ଥ ମହାନଦୀରେ ଗାଧୋଇବାକୁ ଯାଇ ୩ ଜଣ ଯୁବକ ଭାସି ଯାଇଥିବା ବେଳେ ଦୁଇଜଣ…

ଆସିଲା ବଡ଼ ଖବର: ପୁଣି ବଢ଼ିବ LPG ସିଲିଣ୍ଡର ଦାମ୍‌! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୧୪।୯: ସମଗ୍ର ବିଶ୍ୱ ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧର ପ୍ରଭାବ ବହନ କରୁଛି। ଶକ୍ତି ଯୋଗାଣରେ ବାଧା ସୃଷ୍ଟି ହେବା ଯୋଗୁଁ ଇନ୍ଧନ ମୂଲ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?