ତୃତୀୟ ଲହର ବିପଦ: ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ତାଣ୍ଡବ ରଚିବା ଆଶଙ୍କା …

ନୂଆଦିଲ୍ଲୀ,୧୭।୬: କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ଭାରତରେ ସୃଷ୍ଟି ହୋଇଥିବା ଡେଲ୍ଟା ଭାରିଆଣ୍ଟ୍‌ର ନୂଆ ରୂପ ଡେଲ୍ଟା ପ୍ଲସ୍‌ ଚିହ୍ନଟ କରାଯାଇଛି। ଏହି ନୂଆ ଭାରିଆଣ୍ଟ୍‌ ଯୋଗୁ ତୃତୀୟ ଲହର ସୃଷ୍ଟି ହୋଇ ଅଧିକ ତାଣ୍ଡବ ରଚିବାର ଆଶଙ୍କା ଦେଖାଦେଇଛି। ଏନେଇ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନିର୍ଦ୍ଦେଶରେ ଗଠିତ ହୋଇଥିବା ଟାସ୍କ୍‌ ଫୋର୍ସ ପକ୍ଷରୁ ଆଶଙ୍କା ବ୍ୟକ୍ତ କରାଯାଇଛି।

ସୁରକ୍ଷାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ବରିଷ୍ଠ ଡାକ୍ତର ଏବଂ ଅଧିକାରୀଙ୍କୁ ଗ୍ରାମୀଣ ତଥା ସହରାଞ୍ଚଳରେ ଆବଶ୍ୟକ ଔଷଧ ଏବଂ ସ୍ବାସ୍ଥ୍ୟ ଉପକରଣ ସୁନିଶ୍ଚିତ କରାଇବା ଲାଗି ନିର୍ଦ୍ଦେଶ ଜାରି କରିଛନ୍ତି। ଅନୁଷ୍ଠିତ ହୋଇଥିବା ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀଙ୍କୁ ଏ ସମ୍ପର୍କରେ ଅବଗତ କରାଯାଇଥିଲା। ଏହାପରେ ସୁରକ୍ଷା ଦୃଷ୍ଟିରୁ ମୁଖ୍ୟମନ୍ତ୍ରୀ କଡ଼ା ପଦକ୍ଷେପ ଗ୍ରହଣ କରିଛନ୍ତି।

ଇତିମଧ୍ୟରେ ମଧ୍ୟପ୍ରଦେଶର ଭୋପାଳର ବଡ଼ଖେଡ଼ାରେ ବାସ କରୁଥିବା ଜଣେ ୬୫ ବର୍ଷ ବୟସ୍କା ମହିଳାଙ୍କଠାରେ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଚିହ୍ନଟ ହୋଇଛି। ଏହାକୁ ନେଇ କେନ୍ଦ୍ର ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି।

ସୂଚନାଯୋଗ୍ୟ, କରୋନା ଭୂତାଣୁ ଲଗାତାର ମ୍ୟୁଟେଶନ ଦ୍ୱାରା ନିଜର ନୂଆ ନୁଆ ରୂପ ସୃଷ୍ଟି କରୁଥିବାରୁ ବୈଜ୍ଞାନିକଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଏବେ ଚିହ୍ନଟ ହୋଇଥିବା ନୂଆ ଭାରିଆଣ୍ଟ୍‌ ଡେଲ୍ଟା ପ୍ଲସ୍‌କୁ ଏଓ୍ବାଇ-୧ ଭାବେ ମଧ୍ୟ ନାମିତ କରାଯାଇଛି। ନୂଆ ଭାରିଆଣ୍ଟ୍‌ ଅଧିକ ତାଣ୍ଡବ ରଚିବାର ସହିତ ତୀବ୍ର ବେଗରେ ମଧ୍ୟ ସଂକ୍ରମଣ କରିବାର ଆଶଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ନାକୁ ଆସିଲା ବଡ଼ ଘୋଟାଲା, କମିଶନ୍‌ ନେଇ ୨୦୦ କୋଟିର ନକଲି ବିଲ୍‌ ପାସ୍‌

ନୂଆଦିଲ୍ଲୀ, ୨୬।୦୭: କରୋନା ସମୟରେ ୨୦୦ କୋଟି ଟଙ୍କାର ଏକ ବଡ ଦୁର୍ନୀତିର ଖୁଲାସା କରିଛି ଦୁର୍ନୀତି ନିବାରଣ ବ୍ୟୁରୋ ବା ଏସିବି । ଏହି...

ପ୍ରକାଶ ପାଇଲା ନିଟ୍‌ର ସଂଶୋଧିତ ତାଲିକା, ୬୭ରୁ ୧୭କୁ ଖସିଲେ ଟପ୍ପର

ନୂଆଦିଲ୍ଲୀ, ୨୬।୦୭: ଗତ କିଛିଦିନ ଧରି ବିବାଦରେ ରହିଥିବା ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ବା ଏନ୍‌ଟିଏ ମେଡିକାଲ୍‌ ପ୍ରବେଶିକା ପରୀକ୍ଷା ନିଟ୍‌-ୟୁଜିର ଫାଇନାଲ୍‌ ରେଜଲ୍ଟ ପ୍ରକାଶ...

୯୯ରେ ସାପ କାମୁଡ଼େ, କଂଗ୍ରେସକୁ ଏମିତି କହିଦେଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ, ୨୬।୦୭: ବରିଷ୍ଠ ଜନତା ଦଳ ୟୁନାଇଟେଡ (ଜେଡିୟୁ) ନେତା ତଥା କେନ୍ଦ୍ର ମନ୍ତ୍ରୀ ରାଜୀବ ରଂଜନ (ଲଲନ ସିଂ) ଶୁକ୍ରବାର ଦିନ କଂଗ୍ରେସକୁ ଟାର୍ଗେଟ୍‌...

ମନୀଷ ସିସୋଦିଆଙ୍କୁ ପୁଣି କୋର୍ଟ ଝଟ୍‌କା, ବଢ଼ିଲା ନ୍ୟାୟିକ ହେପାଜତ ଅବଧି

ନୂଆଦିଲ୍ଲୀ, ୨୬।୦୭: ଦିଲ୍ଲୀ ମଦ ଦୁର୍ନୀତି ସହ ଜଡ଼ିତ ସିବିଆଇ ମାମଲାରେ ଆଜି ପୁଣିଥରେ କୋର୍ଟ ଶୁଣାଣି କରିଛନ୍ତି । ରାଉଜ ଆଭେନ୍ୟୁ କୋର୍ଟ ଦିଲ୍ଲୀର...

‘ଦିଲ୍ଲୀରୁ ଗୋଟିଚାଳନା ସରିଛି, ଉତ୍ତରପ୍ରଦେଶରେ କିଛି ବଡ଼ ହେବାକୁ ଯାଉଛି’

ନୂଆଦିଲ୍ଲୀ,୨୬।୭: ଆମ ଆଦମୀ ପାର୍ଟି(ଏଏପି)ର ଏମ୍‌ପି ସଞ୍ଜୟ ସିଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ନେଇ ଏକ ବଡ଼ ଦାବି କରିଛନ୍ତି। ସଞ୍ଜୟ ଶୁକ୍ରବାର କହିଛନ୍ତି...

ରାହୁଲ ଗାନ୍ଧୀଙ୍କ ନୂଆ ଠିକଣା: ବଙ୍ଗଳା ନମ୍ବର-୫, ସୁନ୍‌ହେରୀ ବାଗ୍‌ ରୋଡ…

ନୂଆଦିଲ୍ଲୀ,୨୬।୭: କଂଗ୍ରେସ ନେତା ଏବଂ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଠିକଣା ବଦଳିବାକୁ ଯାଉଛି। ସୁନ୍‌ହରୀ ବାଗ୍‌ ରୋଡ୍‌, ବଙ୍ଗଳା ନମ୍ବର-୫...

ଗୁଗୁଲ ସିଇଓ ସୁନ୍ଦର ପିଚାଇଙ୍କୁ ଭାରତରୁ ମିଳିଲା ବଡ଼ ଉପାଧି, କହିଲେ…

ନୂଆଦିଲ୍ଲୀ, ୨୬।୦୭: ଲୋକପ୍ରିୟ ସର୍ଚ୍ଚ ଇଞ୍ଜିନ୍‌ ଗୁଗୁଲର ସିଇଓ ସୁନ୍ଦର ପିଚାଇଙ୍କୁ ନିଜେ ପଢ଼ୁଥିବା ଅନୁଷ୍ଠାନରୁ ବଡ଼ ଉପାଧି ମିଳିଛି । ଆଇଆଇଟି ଖଡ଼ଗପୁରରୁ ସେ...

ଫିଟିଗଲା ଗୁମର, କଂଗ୍ରେସ ସହ ହୋଇଛି ଭିତିରି ମେଣ୍ଟ!

ନୂଆଦିଲ୍ଲୀ,୨୬।୭:ନିର୍ବାଚନରେ ହାରିବା ଏବଂ ମୁଖ୍ୟମନ୍ତ୍ରୀ ପଦ ହରାଇବା ପରେ ଜଗନମୋହନ ରେଡ୍ଡୀଙ୍କ ଅଡୁଆ ବଢିବାରେ ଲାଗିଛି। ଚନ୍ଦ୍ରବାବୁ ନାଇଡୁ ଆନ୍ଧ୍ରପ୍ରଦେଶର ସିଏମ ହୋଇଛନ୍ତି ଏବଂ ଦାୟିତ୍ୱ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri