ଚାଇନା ଉପରେ ମାଡ଼ି ଆସିଲା ବିପଦ: କରୋନା ପରେ ଏବେ ନୂଆ ସଂକ୍ରମଣ

ବେଜିଂ, ୬।୮: କରୋନା ମହାମାରୀ ସଂକ୍ରମଣର ଏନ୍ତୁଡ଼ିଶାଳ ପାଲଟିଥିବା ଚାଇନା ଉପରେ ପୁଣି ଏକ ନୂଆ ବିପଦ ମାଡ଼ି ଆସୁଛି। ଏଠାରେ ନୂଆ ସଂକ୍ରମଣରେ ୬୦ ଜଣ ଆକ୍ରାନ୍ତ ହୋଇଥିବାବେଳେ ୭ ଜଣଙ୍କ ମୃତ୍ୟୁ ଘଟିଛି। ଗ୍ଲୋବାଲ ଟାଇମ୍ସ୍‌ ରିପୋର୍ଟ ଅନୁସାରେ ପୂର୍ବ ଚାଇନାର ଜିୟାଙ୍ଗଶୁ ଏବଂ ଅନଶୁଇ ପ୍ରଦେଶରେ ହୁଇୟାଙ୍ଗଶାନ ବନୟାଙ୍ଗ୍‌ ଭୂତାଣୁ ସଂକ୍ରମଣ ଆରମ୍ଭ ହୋଇଛି। ଏହାକୁ ଏସ୍‌ଏଫ୍‌ଟିଏସ୍‌ ଭୂତାଣୁ ମଧ୍ୟ କୁହାଯାଉଛି। ଏକ ପ୍ରକାର କୀଟ କାମୁଡ଼ାରୁ ଏହି ଭୂତାଣୁ ସଂକ୍ରମିତ ହୋଇଥାଏ। ଏହି ଭୂତାଣୁ ଦ୍ୱାରା ଶରୀରର ଉତ୍ତାପ ବୃଦ୍ଧି ପାଇବା ସହିତ କାଶ, ଡାଇରିଆ ଏବଂ ବାନ୍ତି ହୋଇଥାଏ। ଧୀରେଧୀରେ ରକ୍ତରେଥିବା ଲ୍ୟୁକୋସାଇଟ୍‌ ମାତ୍ରା କମିବାରେ ଲାଗିଥାଏ। ଏହାପରେ ମଲ୍ଟି ଅର୍ଗାନ୍‌ ଫେଲ୍ୟୁର ହୋଇଥାଏ। ଏହି ଭୂତାଣୁ କବଳରୁ ଚାଇନା ୨୦୧୧ରେ ମୁକ୍ତ ହୋଇଥିଲା। ତେବେ ପୁଣି ୯ ବର୍ଷ ପରେ ଏହା ପ୍ରଭାବ ଦେଖିବାକୁ ମିଳିଛି। ସଂକ୍ରମିତ ମଣିଷଙ୍କଠାରୁ ଏହି ଭୂତାଣୁ ସୁସ୍ଥ ଲୋକଙ୍କୁ ବ୍ୟାପିଥାଏ ବୋଲି ଜୋଝିୟାଙ୍ଗ୍‌ ବିଶ୍ୱ ବିଦ୍ୟାଳୟର ପ୍ରଫେସର ଡାକ୍ତର ଶେଙ୍ଗ୍‌ ଜିଫାଙ୍ଗ୍‌ ସୂଚନା ଦେଇଛନ୍ତି। ଏହି ଭୂତାଣୁ ଜାପାନ, ଭିଏତ୍‌ନାମ୍‌, ଦକ୍ଷିଣ କୋରିଆ, ତାଇଓ୍ବାନ୍‌ ଆଦି ଦେଶରେ ଦେଖାଯାଇଥାଏ । ଏହି ଭୂତାଣୁର ଫର୍ଟିଲିଟି ହାର ୧୨ ପ୍ରତିଶତ ରହିଥାଏ ବୋଲି ବିଶେଷଜ୍ଞ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri