ବିପଦ ସଙ୍କେତ ଟପିଲା ବୈତରଣୀ

ଭଣ୍ଡାରିପୋଖରୀ,୨୪।୭(ଡି.ଏନ୍‌.ଏ.): ଉପରମୁଣ୍ଡରେ ଲଘୁଚାପ ଜନିତ ବର୍ଷା ଯୋଗୁ ବୈତରଣୀ ନଦୀରେ ଦ୍ୱିତୀୟ ବନ୍ୟା ଆସିଛି। ଶନିବାର ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଆଖୁଆପଦା ଆନିକଟଠାରେ ବୈତରଣୀ ଜଳସ୍ତର ବିପଦ ସଙ୍କେତ ଟପିଛି। ରାତି ୧୦ଟା ସୁଦ୍ଧା ୧୭.୯୫ ମିଟର ଛୁଇଁଛି ଜଳସ୍ତର।

ସୂଚନା ଅନୁସାରେ, ଆଖୁଆପଦାଠାରେ ବିପଦ ସଙ୍କେତ ୧୭.୮୩ ମିଟର ରହିଥିବା ବେଳେ ଅପରାହ୍ନ ସାଢ଼େ ୩ଟାରେ ଏହା ଅତିକ୍ରମ କରିଥିଲା। ଗତ ୨୪ ଘଣ୍ଟା ମଧ୍ୟରେ ବୈତରଣୀ ଉପରମୁଣ୍ଡରେ ହୋଇଥିବା ବର୍ଷା ରେକର୍ଡ ଅନୁଯାୟୀ ସର୍ବାଧିକ ଚମ୍ପୁଆରେ ୯୯.୦୪ ସେମି, କେନ୍ଦୁଝରରେ ୪୯.୦୦, ଠାକୁରମୁଣ୍ଡାରେ ୨୧.୦୦, ଆନନ୍ଦପୁରରେ ୧୨.୦୬, ସ୍ବାମପାଟଣାରେ ୩୨.୦୦ ଓ ଆଖୁଆପଦାରେ ୧.୦୪ ସେମି ବର୍ଷା ହୋଇଛି। ତେବେ ମଧ୍ୟରାତ୍ରି ସୁଦ୍ଧା ନଦୀର ଜଳସ୍ତର ବୃଦ୍ଧି ପାଇ ୧୮ ମିଟର ପର୍ଯ୍ୟନ୍ତ ଯାଇ ସ୍ଥିର ରହିବ ବୋଲି ଆଖୁଆପଦା ବନ୍ୟା ନିୟନ୍ତ୍ରଣ କକ୍ଷ ସୂତ୍ରରୁ ଜଣାଯାଇଛି। ପ୍ରକାଶ ଯେ, ଚଳିତବର୍ଷ ମେ’ରେ ବୈତରଣୀରେ ପ୍ରଥମ ବନ୍ୟା ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା କଂଗ୍ରେସ, ଜାଣନ୍ତୁ କେଉଁ ଆସନରୁ କାହାକୁ ମିଳିଲା ଟିକେଟ୍‌

ଭୁବନେଶ୍ୱର,୨୦ା୪: ଶନିବାର କଂଗ୍ରେସ ତା’ର ଆଉ ୧୬ଟି ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଝାରସୁଗୁଡ଼ାରୁ ଅମିତା ବିଶ୍ୱାଳଙ୍କୁ କଂଗ୍ରେସ ପ୍ରାର୍ଥୀ କରିଥିବା ବେଳେ ବଡ଼ସାହିରୁ...

ବର୍ତ୍ତମାନ ସୁଦ୍ଧା କେଉଁ ଦଳ କେତେ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି, ଆଉ ରହିଲା କେତେ ଜାଣନ୍ତୁ…

ଭୁବନେଶ୍ୱର,୨୦ା୪: ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ସମସ୍ତଙ୍କ ମଧ୍ୟରେ ଉତ୍ସାହ ସେତିକି ବଢ଼ି ଚାଲିଛି। ବିଶେଷକରି ଭୋଟରଙ୍କ ନଜର ତିନି ପ୍ରମୁଖ ଦଳ ଯଥା...

ବାରବାଟୀରେ ଗର୍ଜିଲେ ସମୀର ଦାଶ; ହଜାର ହଜାର ସମର୍ଥକ କହିଲେ ‘ସମୀର ନାହିଁ ତ ଶଙ୍ଖ ନାହିଁ’ 

ନିମାପଡ଼ା,୨୦।୪: ବିଜେଡି ପକ୍ଷରୁ ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ଟିକେଟ ମିଳିନାହିଁ। ଏହାକୁ ନେଇ ତାଙ୍କର ସମର୍ଥକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି।...

ଜଙ୍ଗଲରେ ନିଆଁ: ସହରମୁହାଁ ଭାଲୁ, ଧରିବା ପାଇଁ ବନ ବିଭାଗ ନାକେଦମ୍‌

କୋରାପୁଟ,୨୦ା୪(ଅମିତାଭ ବେହେରା): ବର୍ତ୍ତମାନ କୋରାପୁଟର ବିଭିନ୍ନ ଜଙ୍ଗଲରେ ଲୋକେ ନିଆଁ ଲଗାଇଥିବା ବେଳେ ଏଥିଯୋଗୁ ଜଙ୍ଗଲରେ ଥିବା ବନ୍ୟପ୍ରାଣୀ ଏବେ ଖାଦ୍ୟ ଅନ୍ବେଷଣରେ ସହରମୁହାଁ ହେଉଥିବା...

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ: ୪୫ ଡିଗ୍ରୀ ଟପିଗଲା ତାତି

ଭୁବନେଶ୍ୱର,୨୦।୪: ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପୂର୍ବାନୁମାନ ଅନୁଯାୟୀ ଓଡ଼ିଶାରେ ୪୫ ଡ଼ିଗ୍ରୀ ଅତିକ୍ରମ କରିଛି ତାପମାତ୍ରା। ଶନିବାର ବୌଦ୍ଧରେ ସର୍ବୋଚ୍ଚ ଦିନ...

ରାଜନୀତି ବିନା ମୁଁ ବଞ୍ଚିପାରିବି ନାହିଁ, ଟିକେଟ୍‌ ମିଳିବା ପରେ କହୁକହୁ ଅନେକ କିଛି କହିଦେଲେ ସନାତନ

କେନ୍ଦୁଝର,୨୦ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବିତ୍ତଶାଳୀ ଚମ୍ପୁଆ ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ହୋଇଛନ୍ତି ପୂର୍ବତନ ବିଧାୟକ ସନାତନ ମହାକୁଡ଼। ଗତ ନିର୍ବାଚନରେ ନିଜେ ନ ଲଢ଼ି...

ଲବି କରୁଥିଲେ ତିନି ନେତା, ବର୍ଷାଙ୍କୁ ଟିକେଟ୍ ଦେଇ ଚମକାଇଦେଲେ ନବୀନ

ଭୁବନେଶ୍ୱର,୨୦ା୪: ଶନିବାର ବିଜୁ ଜନତା(ବିଜେଡି) ଦଳ ମୁଖିଆ ନବୀନ ପଟ୍ଟନାୟକ ଶନିବାର ନଅ ବିଧାନସଭା ଆସନ ପାଇଁ ଟିକେଟ୍ ଘୋଷଣା କରିଛନ୍ତି। ଏଥିରେ ଅଭିନେତ୍ରୀ ବର୍ଷା...

ଅଖିଳଙ୍କ ପ୍ରାର୍ଥିତ୍ୱକୁ ବିରୋଧ କଲା ଭାଜପାର ଆଉ ଏକ ଗୋଷ୍ଠୀ

ପାଟଣା,୨୦ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବୈତରଣୀ ନଦୀକୂଳ ଧାନବେଣୀ ପାର୍ଶ୍ୱରେ ଶନିବାର ପାଟଣା ଭାଜପା ନିର୍ବାଚନ ମଣ୍ଡଳୀସ୍ତରୀୟ ନିଷ୍ପତ୍ତି ସାମାବେଶ ଅନୁଷ୍ଠିତ ହୋଇଛି। ସୂଚନାଯୋଗ୍ୟ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri