ବିପଦ ସଙ୍କେତ ଟପିଲା ବୈତରଣୀ

ଭଣ୍ଡାରିପୋଖରୀ,୨୪।୭(ଡି.ଏନ୍‌.ଏ.): ଉପରମୁଣ୍ଡରେ ଲଘୁଚାପ ଜନିତ ବର୍ଷା ଯୋଗୁ ବୈତରଣୀ ନଦୀରେ ଦ୍ୱିତୀୟ ବନ୍ୟା ଆସିଛି। ଶନିବାର ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଆଖୁଆପଦା ଆନିକଟଠାରେ ବୈତରଣୀ ଜଳସ୍ତର ବିପଦ ସଙ୍କେତ ଟପିଛି। ରାତି ୧୦ଟା ସୁଦ୍ଧା ୧୭.୯୫ ମିଟର ଛୁଇଁଛି ଜଳସ୍ତର।

ସୂଚନା ଅନୁସାରେ, ଆଖୁଆପଦାଠାରେ ବିପଦ ସଙ୍କେତ ୧୭.୮୩ ମିଟର ରହିଥିବା ବେଳେ ଅପରାହ୍ନ ସାଢ଼େ ୩ଟାରେ ଏହା ଅତିକ୍ରମ କରିଥିଲା। ଗତ ୨୪ ଘଣ୍ଟା ମଧ୍ୟରେ ବୈତରଣୀ ଉପରମୁଣ୍ଡରେ ହୋଇଥିବା ବର୍ଷା ରେକର୍ଡ ଅନୁଯାୟୀ ସର୍ବାଧିକ ଚମ୍ପୁଆରେ ୯୯.୦୪ ସେମି, କେନ୍ଦୁଝରରେ ୪୯.୦୦, ଠାକୁରମୁଣ୍ଡାରେ ୨୧.୦୦, ଆନନ୍ଦପୁରରେ ୧୨.୦୬, ସ୍ବାମପାଟଣାରେ ୩୨.୦୦ ଓ ଆଖୁଆପଦାରେ ୧.୦୪ ସେମି ବର୍ଷା ହୋଇଛି। ତେବେ ମଧ୍ୟରାତ୍ରି ସୁଦ୍ଧା ନଦୀର ଜଳସ୍ତର ବୃଦ୍ଧି ପାଇ ୧୮ ମିଟର ପର୍ଯ୍ୟନ୍ତ ଯାଇ ସ୍ଥିର ରହିବ ବୋଲି ଆଖୁଆପଦା ବନ୍ୟା ନିୟନ୍ତ୍ରଣ କକ୍ଷ ସୂତ୍ରରୁ ଜଣାଯାଇଛି। ପ୍ରକାଶ ଯେ, ଚଳିତବର୍ଷ ମେ’ରେ ବୈତରଣୀରେ ପ୍ରଥମ ବନ୍ୟା ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଘୂର୍ଣ୍ଣିବଳୟ ସକ୍ରିୟ: ୨୩ ଯାଏ ପ୍ରବଳ ବର୍ଷା, ସତର୍କ ଜାରି କରି ପାଣିପାଗ ବିଭାଗ କହିଲା…

ଭୁବନେଶ୍ୱର,୧୮ା୯: ଉତ୍ତର ଥାଇଲାଣ୍ଡ ଉପରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ଗୁରୁବାର ଅପରାହ୍ନ ୨ଟା ୩୦ ସୁଦ୍ଧା ସେହି ଅଞ୍ଚଳରେ ସକ୍ରିୟ ରହିଛି। ଏହି ଘୂର୍ଣ୍ଣିବଳୟ ୧୮…

ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ଉପନିର୍ବାଚନ ପୂର୍ବରୁ ଇସିଙ୍କ ପଦକ୍ଷେପ; ତୃଣମୂଳ କଂଗ୍ରେସର ନାମ, ଚିହ୍ନ ଉପରେ ରୋକ

ନୂଆଦିଲ୍ଲୀ,୧୮।୯(ପି.ଟି.): ପଶ୍ଚିମବଙ୍ଗର ଆଗାମୀ ବିଧାନସଭା ଉପନିର୍ବାଚନ ପୂର୍ବରୁ ‘ଅଲ୍‌ ଇଣ୍ଡିଆ ତୃଣମୂଳ କଂଗ୍ରେସ’ (ଏଆଇଟିସି)ରେ ସୃଷ୍ଟ ତୀବ୍ର ଗୋଷ୍ଠୀ କନ୍ଦଳକୁ ନେଇ ନିର୍ବାଚନ କମିଶନ (ଇସି) ଗୁରୁତ୍ୱପୂର୍ଣ୍ଣ…

ପୀତବାସ ହତ୍ୟା ମାମଲାର ସାକ୍ଷୀଙ୍କୁ ଧମକ: ଡାକ୍ତରଙ୍କ ମୋବାଇଲ ଫୋନ ଜବତ

ବ୍ରହ୍ମପୁର,୧୬ା୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲ ଭିତରୁ ଯେଉଁ ମୋବାଇଲ ଫୋନରୁ ଧମକ ମିଳିଥିବା ତାହା ସେଠାରେ କାର୍ଯ୍ୟରତ…

ପୋଖରୀରେ ବୁଡ଼ି ଚାଲିଗଲା ଜୀବନ

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମା’ନାରାୟଣୀ ଠାକୁରାଣୀ ମନ୍ଦିର ନିକଟ ପୋଖରୀକୁ ଶୌଚ ପାଇଁ ଯାଇଥିବା ଜଣେ ମହିଳା ଗୁରୁବାର…

ରାଣୀ ସାହି ଦୁର୍ଗାପୂଜା କମିଟି ଗଠିତ, ଆଶ୍ୱିନ ମହାସପ୍ତମୀରୁ ହେବ ମହୋତ୍ସବ

ଦିଗପହଣ୍ଡି,୧୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ. ୱାର୍ଡ ରାଣୀ ସାହି ଦୁର୍ଗାପୂଜା କମିଟିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରତିବର୍ଷ ଭଳି…

‘ମୁକ୍ତା’ଯୋଜନାରେ ହୋଇଥିବା କାର୍ଯ୍ୟର ଭିଜିଲାନ୍ସ ତଦନ୍ତ ହେବ: ବିଧାୟକ

ଗୁଡାରି,୧୭।୯(ପ୍ରମୋଦ କୁମାର ପତି): ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ ଗୁଡାରି ଏନ୍‌ଏସି କାର୍ଯ୍ୟାଳୟରେ ଗୁରୁବାର ବିଭିନ୍ନ ଯୋଜନାର ସମୀକ୍ଷା କରିଥିଲେ। ନଥିପତ୍ର ଯାଞ୍ଚ ପରେ ଭେଣ୍ଡି ଜୋନ…

ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୯(ସୁଚିସ୍ମିତା ସାହୁ): ଭୁବନେଶ୍ୱର ସମେତ ସାରା ରାଜ୍ୟରେ ଜଳିଲା କୋଟିଏରୁ ଅଧିକ ‘ଆଶୀର୍ବାଦ ଦୀପ’। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ଗୁରୁବାର ରାଜ୍ୟ ସରକାରଙ୍କ…

ଦୋକାନୀମାନେ UPI ଶୁଳ୍କର ବୋଝ ଗ୍ରାହକଙ୍କ ଉପରେ ଲଦି ପାରିବେ ନାହିଁ; ସରକାର ପ୍ରସ୍ତୁତ କରିଛନ୍ତି ମାଷ୍ଟର ପ୍ଲାନ

ନୂଆଦିଲ୍ଲୀ,୧୭।୯: UPI କାରବାର ଉପରେ ଶୁଳ୍କ ଲାଗୁ ହେବା ନେଇ ଚିନ୍ତା ପ୍ରକାଶ ପାଉଥିବା ବେଳେ, ସରକାର ଏହା ସୁନିଶ୍ଚିତ କରିବାକୁ କାର୍ଯ୍ୟ କରୁଛନ୍ତି ଯେ ୨,୦୦୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?