ଗୋପାଳପୁର ବନ୍ଦରରେ ୨ ନମ୍ବର ବିପଦ ସଙ୍କେତ, ପର୍ଯ୍ୟଟକଙ୍କୁ ବେଳାଭୂମି ବୁଲିବା ମନା

ଗୋପାଳପୁର,୨୭ା୧୦(ନବୀନ ରାଜ ଆଚାରୀ): ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇ ବଳ ଗୋଟାଇ ଭୀଷଣ ବାତ୍ୟା ରୂପ ଧାରଣ କରି ସ୍ଥଳଭାଗମୁହାଁ ହୋଇ ମାଡି ଆସୁଛି। ଏହାର ନାମ ‘ମୋନ୍ଥା’ ରହିଛି। ମଙ୍ଗଳବାର ସନ୍ଧ୍ୟା ରାତି ମଧ୍ୟରେ ଆନ୍ଧ୍ରପ୍ରଦେଶ ରାଜ୍ୟର କାକିନାଡ଼ା ପାଖପାଖି ଉପକୂଳରେ ସ୍ଥଳଭାଗ ଅତିକ୍ରମ କରିବ ବୋଲି ପାଣିପାଗ ବିଭାଗ ପୂର୍ବ ଅନୁମାନ କରିଛି। ଏହାର ପ୍ରଭାବରେ ସୋମବାର ଗୋପାଳପୁର ଓ ଆଖପାଖ ଅଞ୍ଚଳ ସକାଳୁ ସକାଳୁ ପବନ, ବର୍ଷା ହେବା ସହ ଘଡ଼ଘଡ଼ି ଆରମ୍ଭ ହୋଇ କିଛି ସମୟ ପରେ ଛାଡ଼ିଯାଇଛି। ଏହା ପ୍ରକୋପରେ ଗୋପାଳପୁର ସମୁଦ୍ର ଧିରେ ଧିରେ ଅଶାନ୍ତ ହେବା ଉଗ୍ରରୂପ ଧାରଣ କରୁଛି। ଜିଲା ପ୍ରଶାସନ ପକ୍ଷରୁ ଗୋପାଳପୁର ଓ ସୁନାପୁର ବେଳାଭୂମିକୁ ପର୍ଯଟକମାନଙ୍କୁ ବୁଲିବାକୁ ବାରଣ କରାଯାଇଛି। ଗୋପାଳପୁର ହୋଟେଲ ରହି ଥିବା ପର୍ଯଟକମାନଙ୍କୁ ବେଳାଭୂମିକୁ ବୁଲିବା ସହ ଗାଧୋଇବାକୁ ମନା କରାଯାଇଛି। ଗୋପାଳପୁର ବନ୍ଦରକୁ ଦୁଇ ନମ୍ବର ବିପଦ ସଙ୍କେତ ଜାରି କରାଯାଇଛି। ଜିଲା ପ୍ରଶାସନ ପକ୍ଷ୍ୟରୁ ପୂର୍ବରୁ ନିଜକୁ ପ୍ରସ୍ତୁତି ହେବା ଲାଇନ ବିଭାଗ ସଜାଗ ରହିଛି। ରଙ୍ଗେଇଲୁଣ୍ଡା ବ୍ଲକ ଓ ଗୋପାଳପୁର ଏନ୍‌ଏସି ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ହୋଇ ସଜାଗ ରହିଛନ୍ତି। ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସହ ପବନ ବହିବା ସମ୍ଭାବନା ରହିଛି ବୋଲି ପାଣିପାଗ ପକ୍ଷରୁ ସୂଚନା ମିଳିଛି। ଆସନ୍ତା ୨୯ ତାରିଖ ପର୍ଯନ୍ତ ସମୁଦ୍ର ଭିତରକୁ ନ ଯିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ ବାରଣ କରାଯାଇଛି। ବିଦ୍ୟାଳୟ ଓ ଅଙ୍ଗନବାଡ଼ିକୁ ମଙ୍ଗଳବାର ପର୍ଯନ୍ତ ବନ୍ଦ କରାଯାଇଛି। ମଙ୍ଗଳବାର ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସହ ପବନ ବହିବା ସମ୍ଭାବନା ରହିଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ପୋଲିସ ସେବା ପୁରସ୍କାର-୨୦୨୬ ଘୋଷଣା: ଓଡ଼ିଶାର ସଞ୍ଜୀବ ପଣ୍ଡା, ସ୍ମୀତାରାଣୀ ମହାନ୍ତିଙ୍କୁ ରାଷ୍ଟ୍ରପତି ପଦକ

ଭୁବନେଶ୍ୱର,୧୪ା୮(ତ୍ରିନାଥ ମହାନ୍ତି): ସ୍ବାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ଶୁକ୍ରବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଓଡ଼ିଶା ସମେତ ଦେଶର ଅନ୍ୟାନ୍ୟ ରାଜ୍ୟ, କେନ୍ଦ୍ର ଶାସିତ ଅଞ୍ଚଳ ଏବଂ ବିଭିନ୍ନ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri