ଘରେ ଶୋଇଥିବାବେଳେ ମାଡ଼ି ଆସିଲା ବିପଦ: ଆକାଶରୁ ଖସିଲା ମୃତ୍ୟୁ, ଗୋଟିଏ ପରିବାରର…

ନୀଳଗିରି,୨୦ା୭(ପ୍ରଶାନ୍ତ କୁମାର ବିଶ୍ୱାଳ): ଘରେ ଶୋଇଥିବା ଅବସ୍ଥାରେ ରବିବାର ରାତିରେ ହଠାତ୍‌ ହେଲା ବଜ୍ରପାତ। ଏହି ବଜ୍ରପାତରେ ଗୋଟିଏ ପରିବାରର ୮ ଜଣଙ୍କ ମଧ୍ୟରୁ ୫ ଜଣ ଆହତ ଓ ୩ ଜଣ ଗୁରୁତର ହୋଇଥିବାବେଳେ ୩ଟି ଛେଳିର ମୃତ୍ୟୁ ମଧ୍ୟ ହୋଇଛି। ସମସ୍ତ ପରିବାର ସଦସ୍ୟଙ୍କୁ ନୀଳଗିରି ମେଡିକାଲରେ ଭର୍ତ୍ତି କରାଯାଇଛି। ୩ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ରେମୁଣା ମେଡିକାଲ କଲେଜକୁ ସ୍ଥାନାନ୍ତର କରାଯାଇଛି।

ସୂଚନା ଥାଉକି, ନୀଳଗିରି ବ୍ଲକ ବରହମପୁର ଥାନା କେସିପୁର ପଞ୍ଚାୟତର ବୁଦୁଡ଼ାହି ଗାଁରେ ରଘୁ ସିଂ ଓ ତାଙ୍କ ପରିବାର ଲୋକେ ଘରେ ଶୋଇଥିବା ବେଳେ ହଠାତ୍‌ ବଜ୍ରପାତ ହୋଇଥିଲା। ଏହି ବଜ୍ରପାତରେ ପରିବାର ତିନି ଜଣ ଗୁରୁତର ହୋଇଥିଲେ ଓ ପାଞ୍ଚ ଜଣ ଆହତ ହୋଇଥିଲେ। ପରେ ଗାଁ ଲୋକେ ଉଦ୍ଧାର କରି ପ୍ରଥମେ ବରହମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରେ ନୀଳଗିରି ଉପଖଣ୍ଡ ଚିକିତ୍ସାଳୟକୁ ପଠାଇଥିଲେ। ପରେ ଅଧିକ ଗୁରୁତର ହେବାରୁ ତିନି ଜଣଙ୍କୁ ରେମୁଣା ମେଡିକାଲ କଲେଜକୁ ସ୍ଥାନାନ୍ତର କରାଯାଇଛି। ପରିବାରରେ ୩ ଜଣ ମହିଳା, ୩ ଜଣ ଶିଶୁ ଓ ଦୁଇ ଜଣ ପୁରୁଷ ଅଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପାହାଡ଼ରୁ ମାଡ଼ି ଆସିଲା ବର୍ଷା ପାଣି, ଧସିଲା ପଥର, ଭାସିଗଲା ଘର

ରାଇକିଆ,୨୯ା୧୦(ପ୍ରଦୀପ ବେହେରା): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ବିଶେଷ କରି ମାଣିକେଶ୍ୱର ପଞ୍ଚାୟତର ଡାଙ୍ଗେସି ଗ୍ରାମରେ ଏକ ବଡ଼ଧରଣର…

ଗାଜଲବାଡ଼ି ଘାଟିରେ ପୁଣି ଭୂସ୍ଖଳନ: ଫନିରେ ଯେଉଁଠି ଧସିଥିଲା ପାହାଡ଼, ସେହି ସ୍ଥାନରେ ପୁଣି ଅଘଟଣ

ଦାରିଙ୍ଗବାଡ଼ି, ୨୯।୧୦(ଅରୁଣ ସାହୁ):୨୦୧୯ ମସିହାରେ ବାତ୍ୟା ‘ଫନି’ ସମୟରେ ଗାଜଲବାଡ଼ି ଘାଟିରେ ଘଟିଥିବା ଭୂସ୍ଖଳନର ସ୍ମୃତି ପୁଣି ତାଜା ହୋଇଛି। ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ଏହି ଘାଟିରେ…

ଭାରତ ଉପରେ ‘ଏଲ ନିନୋ’ (El Ni୦o) ର ଗମ୍ଭୀର ପ୍ରଭାବ; ଦେଶରେ ୬ ମାସ ମଧ୍ୟରେ ୫୫ହଜାର ଲୋକଙ୍କର ହୋଇପାରେ ମୃତ୍ୟୁ!

ନୂଆଦିଲ୍ଲୀ,୨୯।୧୦: ‘ସୁପର’ ଏଲ ନିନୋ ଯୋଗୁ, ବିଶ୍ୱ ବୃଷ୍ଟିପାତ ଢାଞ୍ଚା ପରିବର୍ତ୍ତନ ହେଉଛି ଏବଂ 2026 ରେ ତାପମାତ୍ରା ବୃଦ୍ଧି ପାଉଛି। ପ୍ରତିକ୍ରିୟା ସ୍ବରୂପ, ‘କ୍ଲାଇମେଟ ଇମ୍ପାକ୍ଟ…

ଖବର ପ୍ରସାରଣ ପରେ ସନ୍ତୋଷୀଙ୍କ ନିକଟରେ ପହଞ୍ଚିଲା ପ୍ରଶାସନ

ଗଞ୍ଜାମ,୨୯ା୧୦(ବିଦ୍ୟାଧର ସାହୁ): ସାମୁଦ୍ରିକ ଝଡ଼ ଅର୍ଣ୍ଣବ ପ୍ରଭାବରେ ଲଗାଣ ବର୍ଷା ଓ ପବନ ଯୋଗୁ ଗଞ୍ଜାମ ସହର ସାନ ବଜାରସ୍ଥିତ ଓ୍ବାର୍ଡ ନଂ ୭ ବାଲିସାହି ସନ୍ତୋଷୀ…

ନିର୍ଜନ ଜଙ୍ଗଲ ଭିତରକୁ ଆଲିଆଙ୍କୁ ନେଇଗଲେ ରଣବୀର, ହଠାତ୍‌ ଗାଡ଼ି ରଖି କହିଲେ…

ବଲିଉଡ୍‌ର ଲୋକପ୍ରିୟ ଯୋଡ଼ି ରଣବୀର କପୁର ଓ ଆଲିଆ ଭଟ୍ଟଙ୍କ ପ୍ରେମ କାହାଣୀକୁ ନେଇ ପୁଣି ଚର୍ଚ୍ଚା। ୧୪ ଏପ୍ରିଲ ୨୦୨୨ରେ ବିବାହ କରିଥିବା ଏହି ଯୋଡ଼ିଙ୍କ…

ଏହି ବ୍ୟାଙ୍କ୍‌ ଖାତାରେ ଟଙ୍କା ଅଛି କି? ଡିସେମ୍ୱର ୧ରୁ ବଦଳିବ ନିୟମ, ଜାଣନ୍ତୁ ନଚେତ୍‌ ପସ୍ତେଇବେ

ନୂଆଦିଲ୍ଲୀ,୨୯।୧୦: ଆକ୍ସିସ ବ୍ୟାଙ୍କ (Axis Bank) ନିଜର କୋଟି କୋଟି ଖାତାଧାରୀଙ୍କ ପାଇଁ ନିୟମରେ ପରିବର୍ତ୍ତନ କରିବାକୁ ଯାଉଛି। ଏବେ ଆକାଉଣ୍ଟରେ କମ ଟଙ୍କା ରଖିବା, ନଗଦ…

ଧସିଲା ପାହାଡ଼: ମା’ ସିଦ୍ଧ ବାଙ୍କେଶ୍ୱରୀଙ୍କ ପୀଠକୁ ଯୋଗାଯୋଗ ବିଚ୍ଛିନ୍ନ

ଦିଗପହଣ୍ଡି,୨୯ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡି ଗ୍ରାମ ନିକଟସ୍ଥ କେରାଣ୍ଡିମାଳ ପର୍ବତ ଶୀର୍ଷରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ଅଧିଷ୍ଠାତ୍ରୀ ଦେବୀ…

ଚତୁର୍ଥ ଟି-୨୦ରୁ ବୈଭବଙ୍କୁ ବାହାର କରିବାକୁ ପଡିବ? କାହିଁକି ଏପରି କହିଲେ ଅଶ୍ୱିନ, ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୨୯।୧୦: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ସିରିଜର ପରବର୍ତ୍ତୀ ମୁକାବିଲା ଏବେ ଅକଲାଣ୍ଡରେ ଖେଳାଯିବ। ଶୁକ୍ରବାର, ଅକ୍ଟୋବର ୩୦ ତାରିଖରେ ଉଭୟ ଦଳ ଚତୁର୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?