ଘରେ ଶୋଇଥିବାବେଳେ ମାଡ଼ି ଆସିଲା ବିପଦ: ଆକାଶରୁ ଖସିଲା ମୃତ୍ୟୁ, ଗୋଟିଏ ପରିବାରର…

ନୀଳଗିରି,୨୦ା୭(ପ୍ରଶାନ୍ତ କୁମାର ବିଶ୍ୱାଳ): ଘରେ ଶୋଇଥିବା ଅବସ୍ଥାରେ ରବିବାର ରାତିରେ ହଠାତ୍‌ ହେଲା ବଜ୍ରପାତ। ଏହି ବଜ୍ରପାତରେ ଗୋଟିଏ ପରିବାରର ୮ ଜଣଙ୍କ ମଧ୍ୟରୁ ୫ ଜଣ ଆହତ ଓ ୩ ଜଣ ଗୁରୁତର ହୋଇଥିବାବେଳେ ୩ଟି ଛେଳିର ମୃତ୍ୟୁ ମଧ୍ୟ ହୋଇଛି। ସମସ୍ତ ପରିବାର ସଦସ୍ୟଙ୍କୁ ନୀଳଗିରି ମେଡିକାଲରେ ଭର୍ତ୍ତି କରାଯାଇଛି। ୩ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ରେମୁଣା ମେଡିକାଲ କଲେଜକୁ ସ୍ଥାନାନ୍ତର କରାଯାଇଛି।

ସୂଚନା ଥାଉକି, ନୀଳଗିରି ବ୍ଲକ ବରହମପୁର ଥାନା କେସିପୁର ପଞ୍ଚାୟତର ବୁଦୁଡ଼ାହି ଗାଁରେ ରଘୁ ସିଂ ଓ ତାଙ୍କ ପରିବାର ଲୋକେ ଘରେ ଶୋଇଥିବା ବେଳେ ହଠାତ୍‌ ବଜ୍ରପାତ ହୋଇଥିଲା। ଏହି ବଜ୍ରପାତରେ ପରିବାର ତିନି ଜଣ ଗୁରୁତର ହୋଇଥିଲେ ଓ ପାଞ୍ଚ ଜଣ ଆହତ ହୋଇଥିଲେ। ପରେ ଗାଁ ଲୋକେ ଉଦ୍ଧାର କରି ପ୍ରଥମେ ବରହମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରେ ନୀଳଗିରି ଉପଖଣ୍ଡ ଚିକିତ୍ସାଳୟକୁ ପଠାଇଥିଲେ। ପରେ ଅଧିକ ଗୁରୁତର ହେବାରୁ ତିନି ଜଣଙ୍କୁ ରେମୁଣା ମେଡିକାଲ କଲେଜକୁ ସ୍ଥାନାନ୍ତର କରାଯାଇଛି। ପରିବାରରେ ୩ ଜଣ ମହିଳା, ୩ ଜଣ ଶିଶୁ ଓ ଦୁଇ ଜଣ ପୁରୁଷ ଅଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୫୨ ବର୍ଷର ମନାନ୍ତର ଭୁଲି ଏକାଠି ହେଲେ ଗୋପପାଲି ଗ୍ରାମବାସୀ: ଯୁବପିଢ଼ିଙ୍କ ଉଦ୍ୟମରେ ଫେରିଲା ଏକତା, ଗଠନ ହେଲା ଗ୍ରାମ୍ୟ କମିଟି

ଅମରପାଲି,୪।୯(ପୀତାମ୍ୱର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ପଞ୍ଚାୟତର ଗୋପପାଲି ଗ୍ରାମରେ ଦୀର୍ଘ ୫୨ ବର୍ଷ ପରେ ଏକତାର ନୂଆ ଅଧ୍ୟାୟ ଆରମ୍ଭ ହୋଇଛି।…

ରୁଷୁଡ଼ା ଫାଣ୍ଡିରେ ଯୋଗଦେଲେ ନୂତନ ଫାଣ୍ଡି ଅଧିକାରୀ, ଅଞ୍ଚଳରେ ଆଇନ ଶୃଙ୍ଖଳା…

ଭେଡ଼େନ ୪।୯(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡ଼େନ ଥାନା ଅନ୍ତର୍ଗତ ରୁଷୁଡ଼ା ପୋଲିସ ଫାଣ୍ଡିରେ ଶୁକ୍ରବାର ନୂତନ ଫାଣ୍ଡି ଅଧିକାରୀ ଭାବରେ ଗୋଳକ ବିହାରୀ ସେଠୀ ଦାୟିତ୍ୱ…

ଦିଗପହଣ୍ଡି ସମିତିସଭ୍ୟଙ୍କୁ ସଂଘବଦ୍ଧ ଆକ୍ରମଣ-ଲୁଟ୍: ଜଣେ ଅଭିଯୁକ୍ତ ଜେଲ୍‌ ଗଲେ, ୨ ନାବାଳକ ବାଳସୁଧାର ଗୃହକୁ…

ଦିଗପହଣ୍ଡି,୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ପଞ୍ଚାୟତ ସମିତିସଭ୍ୟ ବି. ଲଡୁ ପାତ୍ର ଏବଂ ତାଙ୍କ ଦୁଇ ସହଯୋଗୀଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ,…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଖିମଜୀ ଦୟାଭାଇ କୋ.ଗ୍ରୁପ୍‌ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା

ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri