ବିପଦସଙ୍କୁଳ ଚବେରି ନଦୀ ପୋଲ, ଭୁଶୁଡ଼ିବା ଆଶଙ୍କା

ଦଶମନ୍ତପୁର, ୨୭।୯(ଡି.ଏନ୍‌.ଏ.):କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅଧୀନ ଏ.ମାଲକାନଗିରି ପଞ୍ଚାୟତ ସଦର ମହକୁମାରୁ ମାତ୍ର ଅଧ କିମି ଦୂରରେ ଥିବା ଚବେରି ନଦୀ ପୋଲ ଏବେ ବିପଦସଙ୍କୁଳ ଅବସ୍ଥାରେ। କେତେବେଳେ ଯେ ପୋଲଟି ଭୁଶୁଡ଼ି ପଡ଼ିବ ତାହା କହିବା ମୁସ୍କିଲ। ଏବେ ପୋଲକୁ ନେଇ ଅଞ୍ଚଳବାସୀ ଚିନ୍ତାରେ। ସେମାନେ ଏହାର ମରାମତି ଦାବି କରିଛନ୍ତି।
କିଛିଦିନ ତଳେ କୋରାପୁଟ-ରାୟଗଡ଼ାକୁ ସଂଯୋଗ କରୁଥିବା ୩୨୬ ନମ୍ବର ଜାତୀୟ ରାଜପଥର ବଙ୍ଗଳାଗୁଡ଼ା ଗଁା ନିକଟସ୍ଥ ପୋଲ ଭୁଶୁଡ଼ି ଯିବାରୁ ସେହି ରାସ୍ତାରେ ଯାନବାହନ ଚଳାଚଳ ଠପ୍‌ ହୋଇଯାଇଛି। ବର୍ତ୍ତମାନ ପୋଡ଼ାଗଡ଼ ଛକରୁ ବାଇପାସ୍‌ ରାସ୍ତା ଗାଦିଆଗୁଡ଼ା, ଆଡ଼ମୁଣ୍ଡା, ଏ. ମାଲକାନଗିରି ପଞ୍ଚାୟତ ଅତିକ୍ରମ କରି ପୁଣି ମୁଖ୍ୟ ରାସ୍ତା ବାଗ୍ରା ଛକ ଦେଇ କୋରାପୁଟ ସହରକୁ ଯିବାକୁ ପଡୁଛି। ଏହି ରାସ୍ତା ଦେଇ ପ୍ରତିଦିନ ଶହଶହ ସଂଖ୍ୟାରେ ଭାରିଯାନ ଯାତାୟାତ କରୁଛି। ଫଳରେ ଏହି ଚବେରି ନଦୀରେ ନିର୍ମାଣ ହୋଇଥିବା ସ୍ଥାୟୀ ପୋଲର ଦୁଇ ପାର୍ଶ୍ୱ ଦୁର୍ବଳ ହୋଇ ଏବେ ତଳକୁ ଦବିଦବି ଯାଉଛି। କେତେବେଳେ ବଙ୍ଗଳାଗୁଡା ପୋଲ ଭଳି ଏହା ଭୁଶୁଡି ପଡ଼ିବ ବୋଲି ଲୋକେ ଆଶଙ୍କା କରୁଛନ୍ତି। ଏହା ଦଶମନ୍ତପୁର ଓ ଲକ୍ଷ୍ମୀପୁର ବ୍ଲକବାସୀଙ୍କ ଏକମାତ୍ର ଭରସାଯୋଗ୍ୟ ରାସ୍ତା। ଯଦି ଏହି ପୋଲ ଭୁଶୁଡ଼ି ଯିବ ଏହି ଦୁଇ ବ୍ଲକକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଯିବ। ଫଳରେ ଶିକ୍ଷା ସ୍ବାସ୍ଥ୍ୟ କ୍ଷେତ୍ରରେ ବ୍ୟାପକ ବାଧା ଦେଖାଯିବ। ତେବେ ତୁରନ୍ତ ଜିଲା ପ୍ରଶାସନ ଏହି ରାସ୍ତାର ଦୁଇ ପାର୍ଶ୍ୱରେ ସୁରକ୍ଷା ସିମେଣ୍ଟ କଂକ୍ରିଟ୍‌ କାନ୍ଥ ନିର୍ମାଣ କରିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଝି ରାସ୍ତାରେ ଓଲୋଟିଲା ଯାତ୍ରା ପାର୍ଟି ଟ୍ରକ

ଧାମନଗର,୪।୪( ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଭଣ୍ଡାରି ପଦି ଛକ ନିକଟସ୍ଥ ଏସଡିପିଓ ଅଫିସ ସାମ୍ନାରେ ଧାମନଗର ଭଦ୍ରକ  ମୁଖ୍ୟ ରାସ୍ତାରେ ଶନିବାର ଅପରାହ୍ନରେ ଏକ…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ବ୍ଲକସ୍ତରୀୟ ପ୍ରବେଶ ଉତ୍ସବରେ ଖଡ଼ିଛୁଇଁଲେ ଶିଶୁ

କର୍ଲାମୁଣ୍ଡା:୪।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଶନିବାର ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ ଏବଂ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

ଶପଥ ନେଇ ନିଜ ନିଜର ଦାୟିତ୍ୱ ଗ୍ରହଣ କଲେ ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତା

ପୁରୁଷୋତ୍ତମପୁର,୪ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାମାନେ ଶନିବାର ଶପଥ ନେଇ ନିଜନିଜର ଦାୟିତ୍ୱ ଗ୍ରହଣ କରିଛନ୍ତି। ଓକିଲ ସଂଘ କକ୍ଷରେ ଆୟୋଜିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri