ବିପଦସଙ୍କୁଳ ଶ୍ରେଣୀ ଗୃହ

ନାରାୟଣପାଟଣା,୧୯।୨(ଡି.ଏନ.ଏ.): ସରକାରୀ ବିଦ୍ୟାଳୟରେ ଛାତ୍ରୀ ଛାତ୍ରଙ୍କ ପାଇଁ ସରକାର ଅନେକ ସୁବିଧା କରୁଛନ୍ତି। ଛତା, ଜୋତା, ଡ୍ରେସ୍‌ଠାରୁ ଆରମ୍ଭ କରି ବିଦ୍ୟାଳୟର ଉନ୍ନତୀକରଣ ଓ ସୌନ୍ଦର୍ଯ୍ୟକରଣ ଲାଗି ବହୁ ଅର୍ଥ ଖର୍ଚ୍ଚ କରୁଛନ୍ତି। ମାତ୍ର ଏବେ ମଧ୍ୟ ଏପରି କେତେକ ବିଦ୍ୟାଳୟ ରହିଛି, ଯେଉଁଠି ଛାତ୍ରୀଛାତ୍ରମାନେ ପିଣ୍ଡାରେ ବସି ପାଠ ପଢୁଛନ୍ତି। ବିଦ୍ୟାଳୟ ଲାଗି ଭିତିଭୂମି ନ ଥିବାରୁ ଅନେକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଛାତ୍ରୀଛାତ୍ର। କେଉଁଠି ବିଦ୍ୟାଳୟ ଘରର ଛାତରୁ ପାଣି ଗଳୁଛି ତ, କେଉଁଠି ରୋଷେଇ ଘର ନ ଥିବାରୁ ବାହାରେ ରୋଷେଇ ହେଉଥିବା ଖାଦ୍ୟ ଖାଉଛନ୍ତି । କୋରାପୁଟ ଜିଲା ନାରାୟଣପାଟଣା ବ୍ଲକ ବୋରିଗି ପଞ୍ଚାୟତ ଅନ୍ତର୍ଗତ କିଲିମିଶି ପ୍ରାଥମିକ ବିଦ୍ୟାଳୟରେ ଏପରି ଦେଖିବାକୁ ମିଳିଛି।
କିଲିମିଶି ଗ୍ରାମରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ରହିଛି। ଛତ୍ରୀଛାତ୍ରଙ୍କ ପାଇ ୨ ଜଣ ଶିକ୍ଷକ ଅଛନ୍ତି, ମାତ୍ର ଏଠାରେ ପିଲାମାନେ ପାଠ ପଢିବାକୁ ନାଁ ଅଛି ଘର ନାଁ ପଢିବାକୁ କିଛି ସୁବିଧା। ଫଳରେ ଅତି ଦୟନୀୟ ଅବସ୍ଥାରେ ଗୋଟିଏ ଘରେ ଛାତ୍ରୀଛାତ୍ରମାନେ ଭାଗ ବାଣ୍ଟି ବସି ପାଠ ପଢୁଛନ୍ତି। ୫ଟି ଶ୍ରେଣୀ ପାଇଁ ୫ଟି ଶ୍ରେଣୀଗୃହ ଆବଶ୍ୟକ ଥିବା ବେଳେ ୨ଟି ଛୋଟ ଛୋଟ ଘରେ ଖୁବ୍‌ କଷ୍ଟରେ ବସି ପିଲାଏ ପଢୁଥିବା ଦେଖିବାକୁ ମିଳୁଛି। ରହିଥିବା ଶ୍ରେଣୀଗୃହ ମଧ୍ୟ ସୁରକ୍ଷିତ ନୁହେଁ। ବସୁଥିବା ଶ୍ରେଣୀଗୃହ କାନ୍ଥ ଫାଟି ଆଁ କଲାଣି। ଛାତରୁ ସିମେଣ୍ଟ ଖସୁଛି। ଏପରି ସ୍ଥିତି ସମ୍ପର୍କରେ ଶିକ୍ଷକ,ଗ୍ରାମବାସୀ ଉପସ୍ଥିତ ଅଧିକାରୀଙ୍କୁ ଅବଗତ କରାଇଥିଲେ ମଧ୍ୟ କିଛି ସୁଫଳ ମିଳିନି। ଏ ସମ୍ପର୍କରେ ବିଡିଓ ଅଶ୍ୱିନୀ ମହାପାତ୍ର ଓ କନିଷ୍ଠ ଯନ୍ତ୍ରୀ ସତେନ୍ଦ୍ର ଦତ୍ତଙ୍କୁ ପଚାରିବାରୁ ଉଭୟେ କହିଲେ, କିଲିମିଶି ଗ୍ରାମରେ ନୂତନ ଶ୍ରେଣୀଗୃହ ନିର୍ମାଣ ଲାଗି ୧୧ ଲକ୍ଷ ଟଙ୍କା ମଞ୍ଜୁର ହୋଇଛି। ତହସିଲକୁ ଜାଗା ଯୋଗାଇଦେବାକୁ ଚିଠି କରାଯାଇଛି। ତହସିଲ ପକ୍ଷରୁ ଏଯାଏ ଜାଗା ମିଳିନାହି। ଜାଗା ମିଳିଲେ ଖୁବ୍‌ ଶୀଘ୍ର ନୃତନ ଗୃହ ନିର୍ମାଣ ଆରମ୍ଭ ହେବ ବୋଲି ବିଡିଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ଖାଦ୍ୟ ସନ୍ଧାନରେ ଗାଁକୁ ପଶିଲା ଦନ୍ତା: ଭାଙ୍ଗିଲା ଘର, ଦଳିଚକଟି ଦେଲା ବ୍ୟାପକ ଧାନ ଫସଲ

ଥୁଆମୂଳ ରାମପୁର, ୬।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି-ରାୟଗଡ଼ା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏକ ଦନ୍ତା ହାତୀର ଉପଦ୍ରବ ଯୋଗୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି।…

ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ଭିଏଚ୍‌ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ

ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍‌ଘାଟନୀ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

ମୃତ୍ୟୁ ସହ ୧୦ ଦିନର ସଂଗ୍ରାମ ପରେ ହାରିଗଲେ ସଞ୍ଜୟ: ନାଗ ସାପ ଚୋଟରେ ଚାଲିଗଲା ୨୮ ବର୍ଷର ଉଦ୍ଦଣ୍ଡ ଯୁବକଙ୍କ ଜୀବନ

ଗୁଡ଼ାରି,୬।୧୦(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅନ୍ତର୍ଗତ ଅସଡ଼ା ଗ୍ରାମପଞ୍ଚାୟତର ବାମୁଣୀଡଙ୍ଗର ଗ୍ରାମରେ ମଙ୍ଗଳବାର ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସାପ କାମୁଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?