ବିପଦ ଆଣିଲା ନୂଆ ଭାରିଆଣ୍ଟ୍‌, ପୁଣି ଦିଆଯିବ ଭାକ୍ସିନ୍‌ ଡୋଜ୍‌…

ମସ୍କୋ,୨୨।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଆତଙ୍କ ସୃଷ୍ଟି କରିଛି। କରୋନା ଭୂତାଣୁର ମ୍ୟୁଟେଶନ ଯୋଗୁ ନୂଆନୂଆ ଭାରିଆଣ୍ଟ୍‌ ସୃଷ୍ଟି ହେଉଛି। ନୂଆ ଭାରିଆଣ୍ଟ୍‌ ଯୋଗୁ ବିପଦ ବଢ଼ିବାରେ ଲାଗିଛି। ରୁଷିଆରେ ଦେଖାଦେଇଥିବା ନୂଆ ଭାରିଆଣ୍ଟ୍‌ରୁ ଦୂରେଇ ରହିବା ପାଇଁ ପୁଣି ଥରେ ଦେଶରେ ଭାକ୍ସିନ୍‌ ଦିଆଯିବ। ଏନେଇ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଦେଶରେ କେତେକ ଅଞ୍ଚଳରେ ସଂକ୍ରମଣ ସ୍ଥିତି ସଙ୍କଟ ଜନକ ଥିବାରୁ ରାଷ୍ଟ୍ରପତି ବ୍ଲାଡିମୀର୍‌ ପୁଟିନ୍‌ଙ୍କ ସରକାର ଏଭଳି ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏନେଇ ପୁଟିନ୍‌ ସଂସଦର ନିମ୍ନ ସଦନରେ ସୂଚନା ଦେଇଛନ୍ତି। ଦେଶରେ କରୋନା ମହାମାରୀର ତୃତୀୟ ଲହର ଆଶଙ୍କା ଧୀରେଧୀରେ ଘନିଭୁତ ହେବାରେ ଲାଗିଥିବାରୁ ୬ ମାସ ତଳେ ଯେଉଁମାନେ ଭାକ୍ସିନ୍‌ ନେଇଥିଲେ ସେମାନଙ୍କୁ ପୁଣି ଡୋଜ୍‌ ପ୍ରଦାନ କରାଯିବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ମିଖାଇଲ୍‌ ମୁରାଶାକୋ ପ୍ରକାଶ କରିଛନ୍ତି। ରାଜଧାନୀ ମସ୍କୋ ଡେଲ୍ଟା ଭାରିଆଣ୍ଟ୍‌ର ମୁଖ୍ୟ କେନ୍ଦ୍ର ପାଲଟିଛି। ଏଠାରେ ୯୦ ପ୍ରତିଶତ ଲୋକ ଆକ୍ରାନ୍ତ ହୋଇଛନ୍ତି। ଏହି ପୁନଃଟିକାକରଣ କାର୍ଯ୍ୟକ୍ରମ ଜୁନ୍‌ ୨୫ରୁ ଆରମ୍ଭ ହେବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା, ୧୫ରୁ ଊର୍ଦ୍ଧ୍ବ ଆହତ ସୂଚନା

ଧର୍ମଶାଳା,୧୪।୧୨(ଶିବପ୍ରସାଦ ମହାନ୍ତି): ଧର୍ମଶାଳାରେ ପୁଣିଥରେ ହିଂସା ଦେଖିବାକୁ ମିଳିଛି । ଧର୍ମଶାଳା ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା କରାଯାଇଥିବା ସୂଚନା ରହିଛି...

Video: ଅନ୍ଧାଧୁନ କରିଚାଲିଥିଲେ ଗୁଳିମାଡ଼, ମାଡି ବସିଲେ ସାହାସୀ ଯୁବକ

ସିଡନୀ,୧୪।୧୨: ଅଷ୍ଟ୍ରେଲିଆର ସିଡନୀସ୍ଥିତ ବଣ୍ଡି ବିଚ୍ ଅଞ୍ଚଳରେ ରବିବାର ସନ୍ଧ୍ୟାରେ ହୋଇଥିବା ଗୁଳିକାଣ୍ଡ ଯୋଗୁ ଆତଙ୍କ ଖେଳିଯାଇଛି। ଦୁଇଜଣ ବନ୍ଧୁକଧାରୀଙ୍କ ଅନ୍ଧାଧୁନ ଗୁଳିମାଡ଼ ଭିତରେ ଜଣେ...

ପ୍ରଥମେ ମିଳିମିଶି ଦରମା ବଢ଼ାଇଦେଲେ: ଏବେ ଲୋକ ଦେଖାଣିଆ ରାଜନୈତିକ ବୟାନବାଜୀ

ଭୁବନେଶ୍ବର,୧୪।୧୨: ଏବେ ରାଜ୍ୟର ଘରେ ଘରେ ଆଉ ଗଳି କନ୍ଦିରେ ଚର୍ଚ୍ଚା ବିଧାୟକଙ୍କ ଦରମା ବୃଦ୍ଧି। ଓଡିଶା ଭଳି ଗରିବ ରାଜ୍ୟର ବିଧାୟକ ମାନେ ଭାରତରେ...

ବେସାହାରା ଲଳିତାଙ୍କୁ ସାହାରା ଦେବାକୁ ଦାବି, ପାଠ ସହିତ ବଞ୍ଚିବାର ସହାୟତା ଆଶାରେ ଲଳିତା

କେନ୍ଦୁଝର,୧୪।୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ) : କଥାରେ ଅଛି ଦୁଃଖ ଯେତେବେଳେ ପରିବାର ବନ୍ଧୁବର୍ଗଙ୍କୁ ସାଙ୍ଗରେ ନେଇକି ଆସେ । ଏଭଳି ଏକ ଦୁଃଖଦ ଘଟଣା...

ଭାଜପାକୁ ମିଳିଲା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି, ନୀତିନ ନବୀନଙ୍କୁ ଦାୟିତ୍ବ

ନୂଆଦିଲ୍ଲୀ,୧୪।୧୨:  ବଡ଼ ଘୋଷଣା କଲା ଭାଜପା । ଭାରତୀୟ ଜନତା ପାର୍ଟି ଏକ ବଡ଼ ସାଂଗଠନିକ ପରିବର୍ତ୍ତନ କରିଛି । ନୀତିନ ନବୀନ ହେଲେ ଭାଜପା...

ଧାନଖଳାରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ଜଳିଗଲା ୬୦୦ ବସ୍ତା ଧାନ

ବଲାଙ୍ଗୀର,୧୪ା୧୨(ସୁନିଲ କୁମାର ମହାନ୍ତି): ପୁଣି ଧାନ ଖଳାରେ ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ। ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଉଡାର ପଞ୍ଚାୟତ ଜଲିଆ ଗାଁର ଚାଷୀ...

ବାପି ସର୍ଖେଲଙ୍କ ବଡ଼ ବୟାନ, କହିଲେ ମୁଁ ଦାମଙ୍କ ପୁଅ

ଭୁବନେଶ୍ବର,୧୪।୧୨: ବାପି ସର୍ଖେଲ ବଡ଼ ବୟାନ ଦେଇଛନ୍ତି। ନିଜକୁ ଦାମଙ୍କ ପୁଅ କହିଲେ ପାରାଦୀପ ଶ୍ରମିକ ନେତା ବାପି ସର୍ଖେଲ । ପାରାଦୀପ, କୁଜଙ୍ଗରେ ଆୟୋଜିତ...

କୋଟଗଡ଼ରେ ହାତୀ ଆତଙ୍କ: ନଷ୍ଟ କଲେ ଫସଲ

ବାଲିଗୁଡ଼ା,୧୪ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡର କୋଟଗଡ଼ ଅଭୟାରଣ୍ୟରେ ଦେଖିବାକୁ ମିଳିଛି ହାତୀ ଆତଙ୍କ। ଗତ ଦୁଇଦିନ ଧରି କୋଟଗଡ଼ ବନାଞ୍ଚଳର ଲାସେରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri