ଅଙ୍ଗନୱାଡି କେନ୍ଦ୍ରକୁ ବିପଜ୍ଜନକ ରାସ୍ତା

ସୁନାବେଡା,୨୧ା୯(କୃତ୍ତିବାସପ୍ରଧାନ): ସୁନାବେଡା ପୌର ପରିଷଦ ଅନ୍ତର୍ଗତ ସୁନାବେଡା ଶିଶୁ ସମନ୍ବିତ ଅଧିକାରୀଙ୍କ ଅଧୀନରେ ୮୫ଟି ଅଙ୍ଗନୱାଡି କେନ୍ଦ୍ର ରହିଛି। ସେଥିରୁ ସେମିଳିଗୁଡାର ଗୋପବନ୍ଧୁ ନଗରରେ ଥିବା ୩ ନଂ. ଅଙ୍ଗନୱାଡି କେନ୍ଦ୍ର ଅନ୍ୟତମ। ଏହି କେନ୍ଦ୍ରକୁ ଯିବାକୁ ଥିବା ରାସ୍ତା ବିପଜ୍ଜନକ ହୋଇପଡିଛି। ପାଠ ପଢିବାକୁ ଆସୁଥିବା ୪୦ ଜଣ କୁନି କୁନି ପିଲା ଏହି ରାସ୍ତାରେ ଯାତାୟାତ ବେଳେ କେତେବେଳେ ଯେ ଅଘଟଣର ଶିକାର ନ ହେବେ ସେ ନେଇ ସନ୍ଦେହ ପ୍ରକାଶ ପାଇଛି। କେନ୍ଦ୍ରକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାର ଦୁଇ ପାଶର୍‌ବରେ ବଡବଡ ଖାଲମାନ ରହିଛି। ଏହି ଅଙ୍ଗନୱାଡି କେନ୍ଦ୍ରରେ ମାସରେ ଥରେ ଗୋପବନ୍ଧୁ ନଗରର ୨,୩,୫ ନଂ ଓ କାକିଗାଁର ୧,୨,୩ ନଂ. ଅଙ୍ଗନୱାଡି କେନ୍ଦ୍ରର ଗର୍ଭବତୀ ଓ ପ୍ରସୂତି ମହିଳାଙ୍କୁ ପ୍ରତିଷେଧକ ଟିକା ଦେବାର ବ୍ୟବସ୍ଥା ହୋଇଛି। ବିଗତ ଦିନରେ ଟିକା ନେବାକୁ ଆସୁଥିବା କିଛି ଗର୍ଭବତୀ ମହିଳା ଖାଲରେ ପଡି ଆହତ ହୋଇଥିବାର ନଜୀର ମଧ୍ୟ ରହିଛି। ଅଙ୍ଗନୱାଡି କେନ୍ଦ୍ରକୁ ଭଲ ରାସ୍ତା ନିର୍ମାଣ ପାଇଁ ବହୁବାର ଦାବି ହୋଇଥିଲେ ମଧ୍ୟ କୌଣସି ପଦକ୍ଷେପ ଗ୍ରହଣ କରାଯାଉ ନ ଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ପୌର ପ୍ରଶାସନଠାରୁ ଆରମ୍ଭ କରି ବିଭିନ୍ନ ମହଲରେ ଏନେଇ ଅବଗତ କରାଯାଇଥିଲେ ମଧ୍ୟ କୌଣସି ସୁଫଳ ମଳିନି। ଏସମ୍ପର୍କରେ ସୁନାବେଡା ସିଡିପିଓ ନଳିନୀ ବେହେରାଙ୍କୁ ପଚାରିବାରୁ ସେ କହିଲେ, ସେ ୧୫ ଦିନ ହେବ ନୂଆ କରି ଏଠାକୁ ଆସିଛିି। ଅଭିଯୋଗ ସମ୍ପର୍କରେ ଠିକ୍‌ ଭାବେ କିଛି ଜାଣି ନାହିଁ। ତେବେ ସମ୍ପୃକ୍ତ କେନ୍ଦ୍ର ପରିଦର୍ଶନ କରି ଉପରିସ୍ଥ ଅଧିକାରୀଙ୍କୁ ଏନେଇ ଜଣାଇବି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶାଳକଙ୍କୁ ଏସିଡ୍‌ ଫିଙ୍ଗି ବନ୍ଧା ହେଲେ ଭିଣୋଇ

ବ୍ରହ୍ମପୁର,୩୦ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ପୋଲିସ ଏସିଡ ମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି l ସେ ହେଲେ ପାଟପୁର ଥାନା ପୋଡାମାରି ବଜାର…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…

କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ…

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

୩୨ କେଭି ବିଦ୍ୟୁତ୍‌ ତାରରେ ବାଜିଗଲା ଛାତ୍ରଙ୍କ ହାତ, ଚାଲିଗଲା ଜୀବନ

ପାତ୍ରପୁର,୩୦ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ଜରଡ଼ା ଥାନା ଅନ୍ତର୍ଗତ ଭୈରପୁର ଗ୍ରାମର ସୁଶାନ୍ତ ପ୍ରଧାନଙ୍କ ପୁଅ ଚନ୍ଦନ( ୧୬)ଙ୍କ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ…

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

ଭଲିବଲ୍‌ରେ ଡିଏଭି ଚାମ୍ପିଅନ୍‌

ଭଞ୍ଜନଗର, ୩୦।୮ (ବାବୁଲା ପ୍ରଧାନ): ଜାତୀୟ କ୍ରୀଡ଼ା ଦିବସ ଅବସରରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଏଥିସହ କିଛି…

କଲ୍ୟାଣସିଂହପୁର ଜଗନ୍ନାଥ କଲୋନିରେ ଚାଲିଛି ଗଣେଶ ପୂଜା ପ୍ରସ୍ତୁତି, ସ୍ଥାପନ ହେ

​କଲ୍ୟାଣସିଂହପୁର,୩୦।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାସ୍ଥିତ ଜଗନ୍ନାଥ କଲୋନିଠାରେ ଆଗାମୀ ଗଣେଶ ପୂଜା ନିମନ୍ତେ ରବିବାର ବିଧିବଦ୍ଧ ଭାବେ ଭୂମି ପୂଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri