ବିପଦସଙ୍କୁଳ ସ୍କୁଲ, ଶିକ୍ଷାଦାନରେ ସମସ୍ୟା

ରାଉରକେଲା,୨୧।୭(ଦିନେଶ ମିଶ୍ର): ରାଉରକେଲା ବାସନ୍ତୀ କଲୋନୀର ଡିଏଲ ବ୍ଲକରେ ଥିବା ବାସନ୍ତୀ ବିଦ୍ୟାପୀଠ ପ୍ରାଥମିକ ସ୍କୁଲ ଏବେ ନାନା ଅବ୍ୟବସ୍ଥା ଦେଇ ଗତି କରୁଛି। ଏହି ସ୍କୁଲରେ ମୌଳିକ ସୁବିଧା ନ ଥିବାରୁ ପିଲାମାନଙ୍କ ପାଠପଢାରେ ସମସ୍ୟା ହେଉଛି। ଏହାକୁ ନେଇ ଅଭିଭାବକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।
ସୂଚନା ଅନୁସାରେ, ୧୯୮୬ ଅକ୍ଟୋବର ୩ ରେ ଏହି ସ୍କୁଲ ଉଦଘାଟିତ ହୋଇଥିଲା। ଏଠାରେ ପ୍ରଧାନ ଶିକ୍ଷକଙ୍କ ଅଫିସ ଗୃହ ସହ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୫ଟି ଗୃହ ନିର୍ମାଣ କରାଯାଇଥଲା। ସ୍କୁଲ ଖୋଲିବାର ୧୦ ବର୍ଷ ସବୁ ଠିକ୍‌ଠାକ୍‌ ଚାଲିଥିଲା। ସମୟ କ୍ରମେ ରକ୍ଷଣାବେକ୍ଷଣ ଅଭାବରୁ ଏହା ଭାଙ୍ଗିଯିବା ଅବସ୍ଥାକୁ ଆସିଗଲାଣି। ସବୁ ଶ୍ରେଣୀ ଗୃହ ଛାତରୁ ସିମେଣ୍ଟ ପ୍ଲାଷ୍ଟର ଖଣ୍ଡ ଖସୁଥିବା ବେଳେ କାନ୍ଥଗୁଡିକ ଫାଟି ଆଁ କରିଛି। ବତ୍ତର୍ମାନ ସ୍କୁଲ ବିପଦସଙ୍କୁଳ ଅବସ୍ଥାରେ ଥିବାରୁ ନିକଟରେ ଥିବା ଏକ ଛୋଟ ଘରେ ପ୍ରଥମରୁ ପଞ୍ଚମ ଯାଏ ୭୦ ଜଣ ବିଦ୍ୟାର୍ଥୀଙ୍କୁ ପାଠ ପଢ଼ାଯାଉଛି। ଏତେ ସଂଖ୍ୟକ ବିଦ୍ୟାର୍ଥୀଙ୍କ ପାଇଁ ମାତ୍ର ୨ ଜଣ ଶିକ୍ଷୟିତ୍ରୀ ଥିବାରୁ ଶିକ୍ଷାଦାନରେ ଅସୁବିଧା ସମ୍ମୁଖୀନ ହେଉଛି। ସେହିପରି ସନ୍ଧ୍ୟା ହେଲେ ସ୍କୁଲ ପଡିଆରେ ଅସାମାଜିକଙ୍କ ଆଡ୍ଡା ଜମୁଛି। ସକାଳ ସ୍କୁଲ ଖୋଲିଲେ ବିଦ୍ୟାଳୟ ପରିସରରେ ମଦବୋତଲ ମିଳୁଛି। ଏ ନେଇ ସ୍କୁଲର ପୁରାତନ ଛାତ୍ର ସଂଗ୍ରାମ କେଶରୀ ପାଣିଗ୍ରାହୀ କୁହନ୍ତି, ମୁ ୧୯୯୨ରୁ ଏହି ବିଦ୍ୟାଳୟରେ ପ୍ରଥମରୁ ସପ୍ତମ ଯାଏ ପାଠ ପଢ଼ିଥିଲି। ବର୍ତ୍ତମାନ ସ୍କୁଲ ପରିସ୍ଥିତି ଦେଖି ଦୁଃଖ ଲାଗୁଛି। ଏଥିରେ ସୁଧାର ଆସିବା ନିତାନ୍ତ ଆବଶ୍ୟକ। ସେହିପରି ଅନ୍ୟ ଜଣେ ଛାତ୍ର ଅମରେଶ କୁମାର ଷଢ଼ଙ୍ଗୀ କୁହନ୍ତି, ବାସନ୍ତୀ ବିଦ୍ୟାପୀଠ ସ୍କୁଲରେ ମୁ ୭ ବର୍ଷ ପାଠ ପଢ଼ିଛି ା ବିପଦସଙ୍କୁଳ ଅବସ୍ଥାରେ ଥିବା ଏହି ସ୍କୁଲ ପ୍ରତି ଶିକ୍ଷା ବିଭାଗ ଦୃଷ୍ଟିଦେବା ଆବଶ୍ୟକ। ଏ ସମ୍ପର୍କରେ ସୁନ୍ଦରଗଡ ଜିଲା ଶିକ୍ଷାଧିକାରୀ ଅମୂଲ୍ୟ କୁମାର ପ୍ରଧାନଙ୍କୁ ପଚାରିବାରୁ ସେ କହିଲେ, ଏ ନେଇ ମୋ ପାଖରେ କୌଣସି ଅଭିଯୋଗ ହୋଇନାହିଁ। ଆଗାମୀ ଦିନରେ ମୁ ରାଉରକେଲା ଗସ୍ତ କରି ଉକ୍ତ ବିଦ୍ୟାଳୟ ପରିଦର୍ଶନ କରି ସମସ୍ୟା ସମାଧାନ କରିବି।


Enter your email to get our daily news in your inbox.

All Right Reserved By Dharitri.Com

ସାତୁଲୀ ୟୁଥ୍ କ୍ଲବ୍ କ୍ରିକେଟ ଟୁର୍ନାମେଣ୍ଟ: ସେମିଫାଇନାଲରେ ଅଙ୍ଗାରଗାଁର ଦମଦାର ବିଜୟ, ଫାଇନାଲରେ…

ଗଞ୍ଜାମ,୧୦।୭(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସନ୍ତୋଷପୁର ପଞ୍ଚାୟତ ଅଧୀନସ୍ଥ ସାତୁଲୀ ୟୁଥ୍ କ୍ଲବ୍ ଆନୁକୂଲ୍ୟରେ ଚାଲିଥିବା କ୍ରିକେଟ ଟୁର୍ନାମେଣ୍ଟର ଶୁକ୍ରବାର ଦିନ ସେମିଫାଇନାଲ ମ୍ୟାଚ୍ ଅନୁଷ୍ଠିତ ହୋଇଯାଇଛି।…

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

ସମଣା ଘାଟରୁ ଉଠୁନି ଗୋଟେ ମୁଠା ବାଲି; ତଥାପି ପୋଲିସ,ପ୍ରଶାସନ, ମୁଖ୍ୟମନ୍ତ୍ରୀଙ୍କୁ ମିଛ ଟାର୍ଗେଟ: ପ୍ରତିବାଦରେ ଗର୍ଜିଲେ…

ହାଟଡିହୀ,୧୦।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ସମଣା ବାଲିଘାଟକୁ ନେଇ ଚାଲିଥିବା ଇଚ୍ଛାକୃତ ଅପପ୍ରଚାର ଓ ଷଡ଼ଯନ୍ତ୍ର ବିରୋଧରେ ଗ୍ରାମବାସୀ ସ୍ୱର ଉତ୍ତୋଳନ କରିଛନ୍ତି।…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ: ଦ୍ୱିପ୍ରହରରେ ଗାଡ଼ି ଡିକି ଭାଙ୍ଗି ଦେଢ଼ ଲକ୍ଷ ଟଙ୍କା ଲୁଟ

ଛତ୍ରପୁର, ୧୦।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ ଦ୍ୱିପ୍ରହରରେ ଏକ ଦୁଃସାହସିକ ଲୁଟ୍ ଘଟଣା ଘଟିଛି। ଦୁର୍ବୃତ୍ତମାନେ…

ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୭ ଦିନ ଯାଏ ପ୍ରବଳ ବର୍ଷା; ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୧୦ା୭ (ବନ୍ଦନା ସେଠୀ) – ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ରପତନଠାରୁ ୪.୫ ରୁ ୫.୮…

ଇନ୍ଦ୍ରାବତୀରୁ ଖରିଫ ପାଇଁ ଜଳ ସେଚନର ଶୁଭାରମ୍ଭ

ଜୟପାଟଣା,୧୦।୭(ଓମ ପ୍ରକାଶ ବୈଠାରୁ): ଇନ୍ଦ୍ରାବତୀ ଜଳ ବିଦ୍ୟୁତ ପ୍ରକଳ୍ପ ମଙ୍ଗଳପୁର ବ୍ୟାରେଜରୁ ଶୁକ୍ରବାର ସକାଳରୁ ଚଳିତ ପାଇଁ ଖରିଫ ଜଳ ସେଚନ ର ଶୁଭାରମ୍ଭ ହୋଇ ଯାଇଛି।ଏଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri