ବିପଦସଙ୍କୁଳ ସେବା ସମବାୟ ସମିତି କାର୍ଯ୍ୟାଳୟ

ଖଣ୍ଡପଡ଼ା,୨୭ା୫(ସ୍ବ.ପ୍ର.): ରାଜ୍ୟ ସରକାର କୃଷି ଓ କୃଷକମାନଙ୍କ ଉନ୍ନତି ପାଇଁ ବିଭିନ୍ନ କଲ୍ୟାଣକାରୀ ଯୋଜନା ପ୍ରଣୟନ କରିଛନ୍ତି। ଏ ବାବଦରେ ଅନେକ କୋଟି ଟଙ୍କା ବ୍ୟୟ କରାଯାଉଛି। ହେଲେ ବହୁଦିନରୁ ଏକ ଭଙ୍ଗା ଦଦରା, ବିପଦଶଙ୍କୁଳ ଗୃହରେ ଚାଲିଛି ସେବା ସମବାୟ ସମିତି କାର୍ଯ୍ୟାଳୟ। ଏ ସଂକ୍ରାନ୍ତରେ ବିଭାଗୀୟ ଅଧିକାରୀଙ୍କୁ ବାରମ୍ବାର ଅବଗତ କରାଯାଇଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ନ ଥିବା ଅଭିଯୋଗ ହୋଇଛି। ଉକ୍ତ କାର୍ଯ୍ୟାଳୟ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ଅଭାବରୁ କାର୍ଯ୍ୟାଳୟ ଗୃହ ଭାଙ୍ଗି ମାଟିରେ ମିଶିବାକୁ ବସିଛି। ଏଭଳି ଅବସ୍ଥାରେ ଖଣ୍ଡପଡ଼ା ବ୍ଳକ ଅଧୀନ ସିଂଘାପଡା ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ଅବସ୍ଥିତ କିଆଝର ସେବା ସମବାୟ ସମିତି କାର୍ଯ୍ୟାଳୟ ଗୃହରେ କର୍ମଚାରୀମାନେ ବସି କାମ କରୁଥିବା ବେଳେ ପ୍ରତି ମୁହୂର୍ତ୍ତରେ ପ୍ରମାଦ ଗଣୁଛନ୍ତି। ପ୍ରତିବର୍ଷ ଧାନ କିଣା ସମୟରେ ଏଠାରେ ଚାଷୀଙ୍କ ଭିଡ଼ ଜମୁଛି। ବର୍ଷ ତମାମ ନାନା ଆଶଙ୍କା ଭିତରେ ରହି କାର୍ଯ୍ୟ କରୁଥିବା କର୍ମଚାରୀମାନେ ଏ ନେଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। କିଆଝର ସେବା ସମବାୟ ସମିତି କାର୍ଯ୍ୟାଳୟ ପ୍ରତି ନୟାଗଡ଼ ଜିଲାପାଳ, ଖଣ୍ଡପଡ଼ା ବିଧାୟକ ଦୃଷ୍ଟି ଦେବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କୁ ପୁଣି ବଡ଼ ଆନ୍ଦୋଳନର ଧମକ ଦେଲେ ଅଭିଜିତ ଦିପ୍‌କେ, କହିଲେ ସର୍ତ୍ତ ନ ରଖିଲେ…

ନୂଆଦିଲ୍‌ଲୀ,୨୮।୭: କକରୋଚ ଜନତା ପାର୍ଟି (CJP) ର ସଂସ୍ଥାପକ ଅଭିଜିତ୍ ଦୀପକେ ପୁଣି ଥରେ ଆନ୍ଦୋଳନର ଚେତାବନୀ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ପୋଲିସ ପକ୍ଷରୁ…

ଶିକ୍ଷକଙ୍କ କ୍ୱାର୍ଟରରେ ପଶିଗଲା ନାଗ ସାପ, ସ୍ନେକ୍ ହେଲ୍‌ପଲାଇନ୍ ନ ଥାଇ ମଧ୍ୟ…

ବ୍ରାହ୍ମଣୀଗାଁ, ୨୮।୭(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଏକ ଶିକ୍ଷକ କ୍ୱାର୍ଟରରୁ ଏକ ନାଗସାପ ଉଦ୍ଧାର କରାଯାଇଛି।…

କୃତିମ ସୂର୍ଯ୍ୟ ତିଆରି କରୁଛି ଚାଇନା, ବିଶ୍ୱର ସବୁଠାରୁ ଶକ୍ତିଶାଳୀ ମ୍ୟାଗନେଟ୍‌ର ପରୀକ୍ଷଣ ସଫଳ

ନୂଆଦିଲ୍‌ଲୀ,୨୮।୭: ପୃଥିବୀରେ ଶକ୍ତିର ସନ୍ଧାନ ମଧ୍ୟରେ ଚୀନ୍ ଏକ ବଡ଼ ସଫଳତା ହାସଲ କରିଛି। ଚୀନ୍ ବିଶ୍ୱର ସବୁଠାରୁ ବଡ଼ ସୁପରକଣ୍ଡକ୍ଟିଂ ଫ୍ୟୁଜନ୍ ମ୍ୟାଗନେଟ୍ (Superconducting Fusion…

ଭଦ୍ରକରେ ବୁଧବାର ସମସ୍ତ ସ୍କୁଲ-ଅଙ୍ଗନବାଡ଼ି ଛୁଟି

ଭଦ୍ରକ,୨୮।୭: ପ୍ରବଳ ବର୍ଷା ଏବଂ ଖରାପ ପାଗକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆସନ୍ତାକାଲି ଅର୍ଥାତ ବୁଧବାର ଜିଲାର…

ଟ୍ରେନ ଆଗକୁ ଡେଇଁ ପଡ଼ିଲେ ମହିଳା, ଆଉ ତା’ପରେ…

ବଲାଙ୍ଗୀର,୨୮।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଖୁଜେନପାଲି କବାଟପଡ଼ା ରେଳ ଲାଇନ୍‌ ନିକଟରୁ ମଙ୍ଗଳବାର ଜଣେ ମହିଳାଙ୍କ ମୃତଦେହ ରେଳବାଇ ପୋଲିସ ଉଦ୍ଧାର କରିଛି। ମହିଳାଙ୍କ ପରିଚୟ ମିଳି…

ଛାତ୍ର ଆନ୍ଦୋଳନକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି, ଗିରଫ ଛାତ୍ରଙ୍କୁ ମୁକ୍ତ କର…

ନୂଆଦିଲ୍‌ଲୀ,୨୮।୭: ମଙ୍ଗଳବାର, ସୁପ୍ରିମକୋର୍ଟ ଛାତ୍ର ପ୍ରଦର୍ଶନରେ ସାମିଲ ଥିବା ପ୍ରତିବାଦକାରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ବିଭିନ୍ନ ଆବେଦନର ଶୁଣାଣି ସମୟରେ, କୋର୍ଟ କହିଛନ୍ତି ଯେ ଦିଲ୍ଲୀର…

ବିପଦ ସଂକେତ ଉପରେ ବୁଢ଼ାବଳଙ୍ଗ: ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ, ଏସ୍‌ପି

ବୈଶିଙ୍ଗା,୨୮।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ତଥା ବେତନଟୀ ବ୍ଲକ ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ପୋଲ ନିକଟରେ ମଙ୍ଗଳବାର ଦ୍ୱିପ୍ରହର ସୁଦ୍ଧା ଜଳସ୍ତର ବିପଦ…

ସଂସଦରେ ପ୍ରିୟଙ୍କାଙ୍କୁ କଟାକ୍ଷ କଲେ ରିଜିଜୁ; ‘ରାହୁଲଙ୍କ ଭାଷଣ ଚୋରି କରିଦେଲେ…

ନୂଆଦିଲ୍ଲୀ,୨୮।୭: ମଙ୍ଗଳବାର ଲୋକ ସଭାରେ ପେପର ଲିକ ବିରୋଧୀ ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିଲା। ପ୍ରିୟଙ୍କା ଗାନ୍ଧୀ ଭଦ୍ରା ମଧ୍ୟ କଂଗ୍ରେସ ଦଳ ପକ୍ଷରୁ ଭାଷଣ ଦେଇଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri