ଚଳନ୍ତା ବସ୍‌ରେ ବିପଦପୂର୍ଣ୍ଣ ଷ୍ଟଣ୍ଟ୍‌ ଶୋ’

ଝାରସୁଗୁଡ଼ା,୧୫ା୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ୪୯ ନମ୍ବର ଜାତୀୟ ରାଜପଥ ଏବଂ ବିଜୁ ଏକ୍ସପ୍ରେସ୍‌ ଓ୍ବେ ମରଣଯନ୍ତା ପାଲିଟିଛି। ପ୍ରତିଦିନ ଏହି ରାସ୍ତାରେ ଦୁର୍ଘଟଣା ଘଟୁଥିଲେ ମଧ୍ୟ ଗାଡ଼ି ମାଲିକ, ହାଇୱେରେ ପାଟ୍ରୋଲିଂ କରୁଥିବା ପୋଲିସ କିମ୍ବା ଜିଲା ପରିବହନ ବିଭାଗର ତିଳେମାତ୍ର ଚିନ୍ତା ନାହିଁ। ଏନେଇ ଏକ ବିପଦପୂର୍ଣ୍ଣ ଦୃଶ୍ୟ ବ୍ରଜରାଜନଗର ପାଖ ବୁଢୀପଦର ଜାତୀୟ ରାଜପଥ-୪୯ରେ ଦେଖିବାକୁ ମିଳିଛି। ରବିବାର ଅପରାହ୍ନ ପ୍ରାୟ ୨ଟା ୩୦ ମିନିଟ୍‌ରେ ରାୟଗଡ଼ରୁ ବ୍ରଜରାଜନଗର ଦେଇ ଝାରସୁଗୁଡ଼ା ଯାଉଥିବା ସୁରଜିତ୍‌ ଆଣ୍ଡ୍‌ ହରଜିତ୍‌ ନାମକ ବସ୍‌ (ନଂ.ଓଡି୨୩ଆର-୫୦୯୫)ର କ୍ୟାବିନ୍‌ ଉପରେ ଜଣେ ଯୁବକ ଷ୍ଟଣ୍ଟ୍‌ ଶୋ’ ମାଧ୍ୟମରେ ବିଭିନ୍ନ ଷ୍ଟାଇଲରେ ନୃତ୍ୟ କରୁଥିଲେ। ଏହି ଦୃଶ୍ୟ ଦେଖି ରାସ୍ତାରେ ଯାଉଥିବା ଲୋକମାନେ ମଲା ମଲା ବୋଲି ଚିତ୍କାର କରୁଥିଲେ। ହେଲେ ବସ୍‌ ଡ୍ରାଇଭର କିମ୍ବା ଉକ୍ତ ଯୁବକଙ୍କ ଉପରେ ଏହାର କୌଣସି ପ୍ରଭାବ ପଡି ନ ଥିଲା। ଏହି ଦୃଶ୍ୟ ଏବେ ବ୍ରଜରାଜନଗର, ଝାରସୁଗୁଡ଼ା ଅଞ୍ଚଳରେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ତେବେ ବସ୍‌ ଉପରେ ଏଭଳି ବିପଦପୂର୍ଣ୍ଣ ଘଟଣା ଘଟୁଥିଲେ ମଧ୍ୟ ଚାଳକ ଓ କଣ୍ଡକ୍ଟର କ’ଣ ପାଇଁ ସମ୍ପୃକ୍ତ ଯୁବକଙ୍କୁ ମନା କଲେ ନାହିଁ ତାହାକୁ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏଭଳି କାର୍ଯ୍ୟ କରୁଥିବା ଯୁବକଙ୍କ ପ୍ରତି ପୋଲିସ, ପରିବହନ ବିଭାଗ ଏବଂ ଗାଡି ମାଲିକମାନେ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ସାଧାରଣରେ ଦାବି ହେଉଛି। ଏନେଇ ଜିଲା ପରିବହନ ଅଧିକାରୀଙ୍କ ପ୍ରତିକ୍ରିୟା ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri