ଉତ୍ସାହରେ ଭୋଟ ଦେଲେ ଡଙ୍ଗରିଆ

ବିଷମକଟକ,୨୬ା୨(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ବିଷମକଟକ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ କଲ୍ୟାଣସିଂହପୁର ବ୍ଲକର ରାଇଲିମା ଗ୍ରାମ ୧୪ ନମ୍ବର ବୁଥ୍‌ରେ ଶୁକ୍ରବାର ସାନି ମତଦାନ ହୋଇଛି। ଏହି ବୁଥ୍‌ରେ ରାଇଲିମା, ତଳମୁଶୁଡ଼ି ଓ ଉପରମୁଶୁଡ଼ି ଗ୍ରାମର ଡଙ୍ଗରିଆ ଭୋଟର ଉତ୍ସାହର ସହ ମତ ସାବ୍ୟସ୍ତ କରିଥିଲେ। ଭୋଟର ତାଲିକାରେ ୧୯୯ ଜଣଙ୍କ ନାମ ରହିଥିବାବେଳେ ୧୫୦ ଜଣ ଭୋଟ ଦେଇଛନ୍ତି। ସେଥିମଧ୍ୟରୁ ୯୯ ମହିଳା ଏବଂ ୫୧ ପୁରୁଷ ଭୋଟର ରହିଛନ୍ତି।
ତୃତୀୟ ପର୍ଯ୍ୟାୟ ଭୋଟ ଗ୍ରହଣବେଳେ ତଳମୁଶୁଡ଼ି ଓ ଉପରମୁଶୁଡ଼ି ଗ୍ରାମବାସୀଙ୍କ ନାମ ଭୋଟର ତାଲିକାରେ ନ ଥିବାରୁ ସେମାନେ ଭୋଟ ଦେଇପାରି ନ ଥିଲେ। ଫଳରେ ଉତ୍ତ୍ୟକ୍ତ ଗ୍ରାମବାସୀ ଭୋଟବାକ୍ସ ଉଠାଇନେଇଥିଲେ। ଏ ବିଷୟରେ ଜିଲା ପ୍ରଶାସନଠାରୁ ଅବଗତ ହେବାପରେ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶରେ ଏହି ଦୁଇ ଗ୍ରାମର ୭୦ ଭୋଟରଙ୍କ ନାମ ତାଲିକାରେ ଯୋଡ଼ାଯାଇଥିଲା। ରାଇଲିମା ୧୪ ନଂ. ବୁଥ୍‌ରେ ସାନି ମତଦାନ ଶାନ୍ତିପୂର୍ଣ୍ଣଭାବେ ହୋଇଥିବା ରାୟଗଡ଼ା ଉପଜିଲାପାଳ ପ୍ରତାପ ଚନ୍ଦ୍ର ପ୍ରଧାନ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁପତ୍ର ତୋଳିବାକୁ ଯାଇଥିବାବେଳେ ୨ ଜଣଙ୍କୁ ଆକ୍ରମଣ କଲା ବାର୍‌ହା

ଦେବଗଡ଼,୧୮ା୪(ଶଶାଙ୍କ ଶେଖର ଝାଙ୍କର): ବାର୍‌ହା ଆକ୍ରମଣରେ ୨ ଜଣ ଗୁରୁତର ହୋଇଛନ୍ତି। ଦେବଗଡ଼ ଜିଲା ରିଆମାଳ ବ୍ଲକ ଜୟନ୍ତପାଲି ଗ୍ରାମର ଟୁନି ଭୋଇ ଓ ମଦନ ମୋହନ…

ପାକିସ୍ତାନ ଆତଙ୍କୀ ଲିଙ୍କ: ଇମ୍ରାନଙ୍କୁ ଗିରଫ ଦର୍ଶାଇଲା ଦିଲ୍ଲୀ ପୋଲିସ, ଦେଶ ବିରୋଧରେ ବଡ଼ ଧରଣର ଷଡ଼ଯନ୍ତ୍ର

ଭୁବନେଶ୍ୱର,୧୮।୪: ଶେଖ୍‌ ଇମ୍ରାନଙ୍କୁ ଗିରଫ ଦର୍ଶାଇଲା ଦିଲ୍ଲୀ ପୋଲିସ। ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ୍‌ ଦ୍ବାରା ଆତଙ୍କବାଦୀ ମଡ୍ୟୁଲ ପର୍ଦ୍ଦାଫାସ କରାଯାଇଛି। ଇମ୍ରାନଙ୍କ ସହ ଅନ୍ୟ ୩…

୨ ଯୁବତୀଙ୍କ ସହ ବାଇକ୍‌ରେ ଯାଉଥିଲେ ଯୁବକ, ସାମ୍ନାପଟୁ ଧକ୍କାଦେଲା ହାଇଓ୍ବା, ଆଉ ତା’ ପରେ…

ଥୁଆମୂଳ ରାମପୁର,୧୮ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ଶ୍ରୀମସ୍କା ଛକଠାରେ ଶନିବାର ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଯାଇଛି। ଗ୍ରାମ ଭିତରୁ ମୁଖ୍ୟ…

ଏହା କେଉଁ ସଙ୍କେତ? ଏପ୍ରିଲରେ ପଡୁଛି ବରଫ, ପର୍ଯ୍ୟଟକ ଖୁସିରେ ବିଭୋର

ଜମ୍ମୁ,୧୮।୪: ଏପ୍ରିଲ ମାସରେ ଜମ୍ମୁ କଶ୍ମୀରରେ ପୁଣି ଥରେ ଶୀତ ଭଳି ପାଗ ଫେରିଛି। ଗତ ୨୪ ଘଣ୍ଟା ମଧ୍ୟରେ ଜମ୍ମୁ କଶ୍ମୀରର ଉତ୍ତର, ଦକ୍ଷିଣ ଏବଂ…

ଏକତରଫା ପ୍ରେମକୁ ନେଇ ତୁମୁଳକାଣ୍ଡ: ଝିଅର ବାପାଙ୍କୁ ଭୁଜାଲି ମାଡ଼ କରି…

ବାଲେଶ୍ୱର,୧୮ା୪(ବାଞ୍ଛାନିଧି ଦେ): ଏକତରଫା ପ୍ରେମକୁ ନେଇ ଝିଅର ବାପାଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରିଛନ୍ତି ଜଣେ ଯୁବକ। ଗୁରୁତର ଅବସ୍ଥାରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଝିଅର ବାପାଙ୍କୁ ଭର୍ତ୍ତି…

ଭେଷଜ ବିଶେଷଜ୍ଞ ଡାକ୍ତର ପି.ସି ଦାସଙ୍କ ପରଲୋକ

କେନ୍ଦୁଝର,୧୮।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ପ୍ରତିଷ୍ଠିତ ଭେଷଜ ବିଶେଷଜ୍ଞ ଡାକ୍ତର ପି.ସି ଦାସଙ୍କ ଶନିବାର ପରଲୋକ ହୋଇଯାଇଛି। ତାଙ୍କୁ ୮୬ ବର୍ଷ ବୟସ ହୋଇଥିଲା। ତାଙ୍କ…

ଇରାନ-ଚାଇନା ହେଲେ ନିକଟତର, ବଢିଲାଣି ଆମେରିକାର ଟେନସନ!

ତେହରାନ,୧୮।୪: ଇରାନ ଏବଂ ଚାଇନା ମଧ୍ୟରେ ବଢୁଥିବା ଘନିଷ୍ଠତା ଆମେରିକାର ଚିନ୍ତାକୁ ବୃଦ୍ଧି କରିଛି। ରିପୋର୍ଟ ଅନୁଯାୟୀ, ଗତ ତିନି ଦଶନ୍ଧି ଧରି, ଇରାନ ଚାଇନାର ବୈଷୟିକ…

୨୦ରୁ ୨୨ ବନ୍ଦ ରହିବ ଏହି ଜିଲାର ସମସ୍ତ ସରକାରୀ-ବେସରକାରୀ ସ୍କୁଲ, ଜିଲାପାଳ କହିଲେ ଆଗକୁ ଆହୁରି…

ସମ୍ବଲପୁର,୧୮ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଜାରି ପ୍ରବଳ ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ଛାତ୍ରୀଛାତ୍ରଙ୍କ ସୁରକ୍ଷା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri