ଦନ୍ତା ଉତ୍ପାତ, ଭାଙ୍ଗିଲାଣି ୫ ଘର

ପାଟଣା, ୨।୮ (ବୀର କିଶୋର ଦାଶ)
କେନ୍ଦୁଝର ଜିଲା ପାଟଣା ରେଞ୍ଜ ପାଟଣା ସେକ୍ସନ ତଣ୍ଡ ବିଟ୍‌ରେ ଏକ ଗୋଠଛଡ଼ା ଦନ୍ତା ହାତୀ ରବିବାର ରାତିରେ ଘଟଗଁା ରେଞ୍ଜ୍‌ରୁ ଆସି ଉତ୍ପାତ ଆରମ୍ଭ କରିଛି। ଦୁଇଦିନରେ ଏହି ଦନ୍ତା ୫ ଘର ଭାଙ୍ଗି ସାରିଲାଣି। ରବିବାର ବିଳମ୍ବିତ ରାତିରେ ହାତୀ ତଣ୍ଡ ଗ୍ରାମର ଶୈଳେନ୍ଦ୍ରୀ ନାଏକ, ବନ ମୁଣ୍ଡା, ସମରା ମୁଣ୍ଡାଙ୍କ ଘର ଭାଙ୍ଗିଥିବା ବେଳେ କେତେଜଣଙ୍କ ଘରେ ପଶି ଧାନ ଚାଉଳ ଖାଇଦେଇଛି। ସେହିପରି ସୋମବାର ରାତିରେ ଦନ୍ତା ଘାଟ ବାଲିଯୋଡ଼ିର ଅର୍ଜୁନ ମୁଣ୍ଡାଙ୍କ ଖପର ଘର ଓ ତଣ୍ଡ ଗ୍ରାମର କୃଷ୍ଣଚନ୍ଦ୍ର ନାଏକ ଘର କାନ୍ଥ ଭାଙ୍ଗି ଦେଇଛି। କ୍ଷୟକ୍ଷତି ଆକଳନ କରି ଖୁବ୍‌ଶୀଘ୍ର କ୍ଷତିଗ୍ରସ୍ତଙ୍କୁ ସରକାରୀ ସହାୟତା ଯୋଗାଇ ଦିଆଯିବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି। ଅନ୍ୟପକ୍ଷେ ବନ କର୍ମଚାରୀ କେହି ପହଞ୍ଚତ୍ ନ ଥିବାରୁ କ୍ଷତିଗ୍ରସ୍ତମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି।
ପ୍ରତିବର୍ଷ ହାତୀ ଚଳପ୍ରଚଳ ଅଞ୍ଚଳରେ ଏଲିଫ୍ୟାଣ୍ଟ କରିଡର ପାଇଁ ସୋଲାର ଫିନିସିଙ୍ଗ ନିମନ୍ତେ ରାଜକୋଷରୁ ଖର୍ଚ୍ଚ ହେଉଥିବା ହାତୀ ଆଳରେ ଡୁମୁରିଆ ଅଞ୍ଚଳର ଡୁମୁରିଆ, ତଣ୍ଡ, ବାଲିଯୋଡି, ବଣମହୁଲଡିହା, ସଡଙ୍ଗବାହାଳି, ଜାମୁଳେଇବେଡା, କାଳିଘାଇ ଆଦି ଗ୍ରାମରେ ଦୁଇଦିନ ଧରି ଅଘୋଷିତ ଭାବେ ରାତିରେ ବିଦ୍ୟୁତ୍‌ କାଟ୍‌ ଯୋଗୁ ଲୋକେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଦନ୍ତାଟି ରାତିରେ ଜନବସତିକୁ ଆସି ଉତ୍ପାତ କରି ପୁଣି ଅଟେଇ ସଂରକ୍ଷିତ ଜଙ୍ଗଲକୁ ଚାଲି ଯାଉଥିବା ଦେଖିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଲିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡି ରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ରାହୁ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ: ମେଷ ସମେତ ୪ ରାଶିଙ୍କ ଉପରେ ମାଡ଼ି ଆସୁଛି ଭୟଙ୍କର ସଙ୍କଟ! ସତର୍କ ନ ରହିଲେ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ସହିତ ସେମାନଙ୍କର ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ପ୍ରଭାବଶାଳୀ ବୋଲି ମନେ କରାଯାଏ। ମଙ୍ଗଳଙ୍କୁ ସାହସ, ଶକ୍ତି, ଆତ୍ମବିଶ୍ୱାସ ଏବଂ…

ଅସହାୟ ପରିବାର ପାଖରେ ପହଞ୍ଚିଲା ‘ଯୁବ ଶକ୍ତି ଥୁଆମୂଳ ରାମପୁର’

ଥୁଆମୂଳ ରାମପୁର,୧୭।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡେପଦର ପଞ୍ଚାୟତ ଭାଟିଫାସ ଗ୍ରାମର ଦାଦନ ଶ୍ରମିକ ସ୍ବର୍ଗତ ସିବା ମାଝୀଙ୍କ ଅକାଳ ବିୟୋଗ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri