Posted inଜାତୀୟ

ଦାରା ସିଂଙ୍କ କ୍ଷମା ଆବେଦନ: ସୁପ୍ରିମକୋର୍ଟ ଲୋଡ଼ିଲେ ଓଡ଼ିଶା ମତ

ନୂଆଦିଲ୍ଲୀ,୨୧ା୮(ପିଟି):ବହୁ୍‌ଚର୍ଚ୍ଚିତ ଅଷ୍ଟ୍ରେଲୀୟ ମିଶନାରି ଗ୍ରାହାମ୍‌ ଷ୍ଟେନ୍ସ ଏବଂ ତାଙ୍କର ୨ ନାବାଳକ ପୁତ୍ରଙ୍କ ହତ୍ୟା ମାମଲାରେ ଆଜୀବନ ଦଣ୍ଡାଦେଶ ପାଇଥିବା ରବୀନ୍ଦ୍ର ପାଲ୍‌ ଓରଫ ଦାରା ସିଂଙ୍କ କ୍ଷମା ଆବେଦନ ଉପରେ ଓଡ଼ିଶା ସରକାରଙ୍କ ମତ ଲୋଡ଼ିଛନ୍ତି ସର୍ବୋଚ୍ଚ ଅଦାଲତ। ଜେଲରେ ୨୪ବର୍ଷରୁ ଊର୍ଦ୍ଧ୍ୱ ସମୟ କାଟି ସାରିଥିବାରୁ କ୍ଷମା କରି ମୁକ୍ତ କରିବାକୁ ଦାରା ସିଂ ସୁପ୍ରିମକୋର୍ଟରେ ଆବେଦନ କରିଛନ୍ତି। ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ଗଠିତ ୩ ଜଣିଆ ଖଣ୍ଡପୀଠ ଏହି ଆବେଦନର ଶୁଣାଣି କରି ଓଡ଼ିଶା ସରକାରଙ୍କଠାରୁ ୨ ସପ୍ତାହ ମଧ୍ୟରେ ଉତ୍ତର ଚାହିଁଛନ୍ତି। ଦାରାଙ୍କ ପାଇଁ ମାମଲା ଲଢ଼ୁଥିବା ଓକିଲ ବିଷ୍ଣୁ ଶଙ୍କର ଜୈନ କହିଛନ୍ତି ଯେ, ଦାରା ୨୪ବର୍ଷ ୬ମାସ ଜେଲ୍‌ଦଣ୍ଡ ଭୋଗିସାରିଥିବାରୁ ତାଙ୍କ କ୍ଷମା ଆବେଦନକୁ ଗ୍ରହଣ କରାଯାଇ କୋହଳ ନୀତି ଲାଗୁ କରି ମୁକ୍ତ କରାଯାଉ। ଏହି ଯୁକ୍ତି ଶୁଣିବା ପରେ ରାଜ୍ୟ ସରକାରଙ୍କଠାରୁ ୨ସପ୍ତାହ ମଧ୍ୟରେ ଉତ୍ତର ଲୋଡ଼ା ଯାଇଥିବା ଖଣ୍ଡପୀଠ କହିଛନ୍ତି।
ପ୍ରକାଶ ଯେ, ୧୯୯୯ ଜାନୁଆରୀ ୨୨ ତାରିଖ ମଧ୍ୟରାତିରେ କେନ୍ଦୁଝର ଜିଲା ମନୋହରପୁର ଗ୍ରାମରେ ଗ୍ରାହାମ ଷ୍ଟେନ୍ସ ଏବଂ ତାଙ୍କ ୧୧ବର୍ଷୀୟ ପୁଅ ଫିଲିପ୍‌ ଏବଂ ୮ବର୍ଷୀୟ ପୁଅ ତିମୋଥି ଏକ ଗାଡ଼ିରେ ଶୋଇଥିଲେ। ଦାରାଙ୍କ ନେତୃତ୍ୱରେ କେତେଜଣ ଲୋକ ଉକ୍ତ ଗାଡ଼ିରେ ନିଆଁ ଲଗାଇ ଦେଇଥିଲେ। ଫଳରେ ଗାଡ଼ି ଭିତରେ ୩ଜଣ ଯାକ ଜୀବନ୍ତ ଦଗ୍ଧ ହୋଇଯାଇଥିଲେ। ଏହି ଘଟଣାରେ ଦାରା ମୁଖ୍ୟ ଅଭିଯୁକ୍ତ ଥିଲେ। ୨୦୦୩ରେ ସିବିଆଇ କୋର୍ଟ ଦାରାଙ୍କୁ ଫାଶୀ ଦଣ୍ଡ ଦେଇଥିଲେ। ପରେ ୨୦୦୫ରେ ଓଡ଼ିଶା ହାଇକୋର୍ଟ ଉକ୍ତ ଫାଶୀ ଦଣ୍ଡାଦେଶକୁ କୋହଳ କରି ଆଜୀବନ କାରାଦଣ୍ଡ ଶୁଣାଇଥିଲେ। ଏପରି କି ହାଇକୋର୍ଟଙ୍କ ଏହି ରାୟକୁ ୨୦୧୧ରେ ସୁପ୍ରିମକୋର୍ଟ ମଧ୍ୟ କାଏମ ରଖିଥିଲେ। ଦାରାଙ୍କ ସହଯୋଗୀ ମହେନ୍ଦ୍ର ହେମ୍ବ୍ରମ୍‌ ମଧ୍ୟ ଏହି ଘଟଣାରେ ଆଜୀବନ କାରାଦଣ୍ଡ ଭୋଗୁଛନ୍ତି। ଏହି ମାମଲାରେ ଅନ୍ୟ ୧୧ଜଣଙ୍କୁ ପ୍ରମାଣ ଅଭାବରୁ ହାଇକୋର୍ଟ ଦୋଷମୁକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?