ଭୋଟର ଦିବସରେ ପ୍ରଥମଥର ପୁରସ୍କୃତ ହେଲା ଦାରିଙ୍ଗବାଡ଼ି ବ୍ଲକ, ବିଡିଓ କହିଲେ…

ଦାରିଙ୍ଗବାଡ଼ି,୨୫ା୧(ଅରୁଣ ସାହୁ): ଆଗକୁ ତ୍ରିସ୍ତରୀୟ ପଞ୍ଚାୟତ ଏଥିପାଇଁ ଗାଁଠାରୁ ସହର ପର୍ଯ୍ୟନ୍ତ ମତଦାନ ପାଇଁ ଆବଶ୍ୟକ ଭୋଟ୍‌ ପରିଚୟ ପତ୍ରର ସଂଶୋଧନ ଓ ଯୋଡ଼ିବା କାର୍ଯ୍ୟକୁ ତ୍ୱରାନ୍ବିତ କରାଯାଉଛି। ଗାଁ ଗାଁରେ ବିଏଲଓ (ବୁଥ ଲେବଲ ଅଧିକାରୀଙ୍କୁ )ନିୟୋଜିତ କରାଯାଇଛି ସରକାରଙ୍କ ଗାଁ ଗାଁରେ ରହିଥିବା ବିଦ୍ୟାଳୟର ଶିକ୍ଷୟିତ୍ରୀଶିକ୍ଷକ ଏହି କାର୍ଯ୍ୟକୁ ଅତି ସୂଚାରୁରୂପେ ସମ୍ପାଦନା କରୁଛନ୍ତି। ଏହି ପ୍ରରିପ୍ରେକ୍ଷୀରେ ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀର ଦାରିଙ୍ଗବାଡ଼ି ବ୍ଲକରେ ମଧ୍ୟ ଏହି କାର୍ଯ୍ୟକୁ ଅତି ସୂଚାରୁରୂପେ ସମ୍ପାଦନା କରାଯାଇଥିବା ଜଣାଯାଇଛି। ରବିବାର କନ୍ଧମାଳ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସର ମଧ୍ୟରେ ଜାତୀୟ ଭୋଟର ଦିବସ-୨୦୨୬ ପାଳିତ ହୋଇଯାଇଛି। ଏହି ଅବସରରେ ଦାରିଙ୍ଗବାଡ଼ି ବିଡିଓ ତଥା ସହକାରୀ ନିର୍ବାଚନ ପଞ୍ଜୀକରଣ ଅଧିକାରୀ (ଏଇଆରଓ ) ପ୍ରୀତିରଞ୍ଜନ ରଥଙ୍କୁ ଜିଲା ପକ୍ଷରୁ ସମ୍ବର୍ଦ୍ଧିତ କରାଯିବା ସହ ମାନପତ୍ର ଓ ଟ୍ରଫି ପ୍ରଦାନ କରାଯାଇଛି। ସେ ଏହି ନିର୍ବାଚନ ମଣ୍ଡଳୀରେ ଶ୍ରେଷ୍ଠ ପ୍ରଦର୍ଶନ କରି ଏହି ସଫଳତା ହାସଲ କରିଛନ୍ତି।

ସେହିପରି ଉକ୍ତ ବ୍ଲକର ଶ୍ରେଷ୍ଠ ବିଏଲ୍‌ଓ ପର୍ଯ୍ୟବେକ୍ଷକ ଭାବେ କିରିକୁଟି ସିଆରସିସି ରାକେଶ କୁମାର ସାହୁ ଏବଂ ଶ୍ରେଷ୍ଠ ବିଏଲ୍‌ଓ ଭାବେ ଉକ୍ତ ବ୍ଲକ ଶ୍ରାନିକେତା ପଞ୍ଚାୟତର ୧୭୫ ନଂ ବୁଥ୍‌ର ବିଏଲଓ ସଂଗ୍ରାମ ନାୟକଙ୍କୁ ଜିଲା ପ୍ରଶାସନ ସମ୍ବର୍ଦ୍ଧିତ କରିବା ସହ ମାନପତ୍ର ଏବଂ ଟ୍ରଫି ପ୍ରଦାନ କରିଛି। ଜିଲା ପ୍ରଶାସନ ପକ୍ଷରୁ ଅତିରିକ୍ତ ଜିଲାପାଳ ରମେଶ ଚନ୍ଦ୍ର ଜେନା, କୁଶଳ ଚନ୍ଦ୍ର ନାୟକ ଏବଂ ଫୁଲବାଣୀ ଆଇଟିଡିଏର ପ୍ରକଳ୍ପ ପ୍ରଶାସକ ତଥା ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଗଦାଧର ପାତ୍ର ପ୍ରମୁଖ ମଞ୍ଚରେ ଉପସ୍ଥିତ ରହି ଏହି ସମ୍ବର୍ଦ୍ଧିତ କରିଛନ୍ତି। ଦାରିଙ୍ଗବାଡ଼ି ପ୍ରଶାସନର ଏହି ସଫଳତାକୁ ନେଇ ଚାରିଆଡ଼େ ଶୁଭେଚ୍ଛାର ସୁଅ ଛୁଟୁଥିବା ବେଳେ ଜାତୀୟ ଭୋଟର ଦିବସରେ ଦାରିଙ୍ଗବାଡ଼ି ବ୍ଲକ ପୁରସ୍କୃତ ହେବା ଏହା ପ୍ରଥମ ଘଟଣା ବୋଲି ଜଣାପଡ଼ିଛି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବୁରୁଡ଼ି ଗ୍ରାମକୁ ନିର୍ମାଣ ହେବ ସ୍ଥାୟୀ ପକ୍କା ରାସ୍ତା: ସ୍ଥିତି ପରଖିଲେ ବିଡ଼ିଓ, ଖୁସି ପ୍ରକାଶ କଲେ…

ଗୁଡ଼ାରି, ୧୯/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ବୁରୁଡ଼ି ଗ୍ରାମବାସୀଙ୍କ ଦୀର୍ଘଦିନର ସମସ୍ୟାର ସମାଧାନ ହେବାକୁ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?