ସ୍ବାଧୀନତା ଦିବସ ପାଇଁ ସଜେଇ ହେଉଛି ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୪।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିିରେ ବ୍ଲକସ୍ତରୀୟ ୭୭ତମ ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ବ୍ଲକର ବ୍ରାହ୍ମଣୀଗାଁ, ଗଦାପୁର, କାଟିଙ୍ଗିଆ, ସରାମୁଳି, ହାତୀମୁଣ୍ଡା, ଝିଞ୍ଜିରୀଗୁଡା, କୁମ୍ଭାରିପଦର, ତାଜୁଙ୍ଗିଆ, ସୋନପୁର, ସିକାବର୍ଗ, ଦାସିଙ୍ଗବାଡି, ସିମନବାଡି, ଭ୍ରମରବାଡ଼ି, ସିଆଙ୍ଗବାଲି, ତିଲୋରୀ, କିରିକୁଟି, ବୁଡ଼ାଗୁଡା, ଗୁମିକିଆ, ପର୍ତ୍ତମାହା, ବାଡାବାଙ୍ଗା, ଦାରିଙ୍ଗବାଡି, ପ୍ଳିହେରି, ଶ୍ରାନିକେତା, ଗ୍ରୀନବାଡି ଏବଂ ଦନେକବାଡି ପଞ୍ଚାୟତ ଅଞ୍ଚଳରେ ରହିଥିବା ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷା ଅନୁଷ୍ଠାନ ସମେତ ପଞ୍ଚାୟତ କାର୍ଯ୍ୟାଳୟ ସମେତ ସରକାରୀ ଓ ବେସରକାରୀ ଅନୁଷ୍ଠାନ ଗୁଡିକରେ ସ୍ବାଧୀନତା ଦିବସ ପାଳନ କରାଯିବ। ଏନେଇ ଜୋରଦାର ପ୍ରସ୍ତୁତି କରାଯାଇଛି।

ଦାରିଙ୍ଗବାଡି ବ୍ଲକସ୍ତରୀୟ କାର୍ଯ୍ୟକ୍ରମରେ ଛାତ୍ରୀଛାତ୍ରଙ୍କ ମିଳିତ ପ୍ୟାରେଡ୍‌ ସହ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏନେଇ ଦାରିଙ୍ଗବାଡି ସଜେଇ ହେଉଥିବା ବେଳେ ସ୍ବଚ୍ଛ ଭାରତ ମିଶନ ପକ୍ଷରୁ ବଜାର, ରାସ୍ତା ଘାଟ ସଫେଇ କରାଯାଇଛି। ସେହିପରି ଅଟୋ ମାଲିକ ସଙ୍ଘ ପକ୍ଷରୁ ମଧ୍ୟ ସଫେଇ କରାଯାଉଥିବା ବେଳେ ପ୍ୟାରେଡ୍‌ ପଡ଼ିଆକୁ ଦାରିଙ୍ଗବାଡି ଅନ୍ତରଙ୍ଗ ଯୁବ ସଙ୍ଘ ପକ୍ଷରୁ ସଫେଇ କରାଯିବା ସହ କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ସହଯୋଗ କରାଯାଉଥିବା ମହାସଙ୍ଘର ଜିଲା ସଭାପତି ଦିଲିପ କୁମାର ସାହୁ, ଧନେଶ୍ୱର ସାହୁ, ସଦାନନ୍ଦ ସିଂ ପ୍ରମୁଖ କହିଛନ୍ତି। ଶାନ୍ତି ଶୃଙ୍ଖଳା ପାଇଁ ଦାରିଙ୍ଗବାଡି ଆଇଆଇସି କୌଶିକ ମାଝିଙ୍କ ନେତୃତ୍ୱରେ ବିଭିନ୍ନ ସ୍ଥାନରେ ପାଟ୍ରୋଲିଂ କରାଯିବା ସହ ଗାଡିମୋଟର ଯାଞ୍ଚ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri