ଦୁଲୁକିଲା ଦାରିଙ୍ଗବାଡି: ପାରମ୍ପରିକ ଲୋକ କଳା ଦ୍ୱିତୀୟ ବର୍ଷ ମହୋତ୍ସବ, ବାଦ୍ୟ, ନୃତ୍ୟରେ…

ଦାରିଙ୍ଗବାଡି,୩୦।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପଞ୍ଚାୟତ ପରିସର ମଧ୍ୟରେ ବୁଧବାର ପାରମ୍ପରିକ ଲୋକ କଳା ଦ୍ୱିତୀୟ ବର୍ଷ ମହୋତ୍ସବ ପାଳିତ ହୋଇଯାଇଛି। ଏହି ଅବସରରେ ଓଡ଼ିଶା ଲୋକକଳା ସଂଗଠନର ଜିଲା ସଦସ୍ୟ ମହେଶ୍ୱର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅତିଥିଭାବେ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ, ପୂର୍ବତନ ବିଡିଓ ତଥା ବରିଷ୍ଠ ପ୍ରଶାସନିକ ଅଧିକାରୀ ଗଦାଧର ପାତ୍ର, ଜିଲା କଳା ଓ ସଂସ୍କୃତି ବିଭାଗ ଅଧିକାରୀ ଅକ୍ଷୟ କୁମାର ସେଠି, ବଣିକ ସଙ୍ଘ ସଭାପତି ଲଡ଼ୁକିଶୋର ସାହୁ, ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଳିକ, ଲୋକକଳା ସଭାପତି ବିଜେନ୍ଦ୍ର ପ୍ରଧାନ, ଲୋକକଳା ମହାସଙ୍ଘର ସମ୍ପାଦକ କ୍ରିଷ୍ଣା ଦିଗାଲ, ବରିଷ୍ଠ ନାଗରିକ ନାରଙ୍ଗ ପ୍ରଧାନ, ହିମଗିରି ଜିଲାପରିଷଦର ସମ୍ପାଦକ ପତିତପାବନ ରାଉତ, ଉପସଭାପତି ସାରଦା ବଳିୟାରସିଂ, ନାଟ୍ୟ ନିର୍ଦ୍ଦେଶକ ମଣ୍ଟୁ ସାହୁ ପ୍ରମୁଖ ମଞ୍ଚାସିନ ଥିଲେ। ପାଣ୍ଡବ ନାୟକ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଏହି ଅବସରେ ଜନଜାତି ସମ୍ପ୍ରଦାୟର କଳାକାରମାନେ ପାରମ୍ପରିକ ବାଦ୍ୟଯନ୍ତ୍ର ଧରି ସଙ୍ଗୀତ, ନୃତ୍ୟ କରି ବଜାର ପରିକ୍ରମା କରିଥିଲେ। ବ୍ଲକ କାର୍ଯ୍ୟାଳୟରୁ ବିରାଟ ଶୋଭଯାତ୍ରାରେ ଅତିଥି ମାନଙ୍କୁନେଇ ମଞ୍ଚ ନିକଟରେ ପହଞ୍ଚିଥିଲେ। ସେଠାରେ ଅତିଥିମାନେ ମଞ୍ଚାସିନ ହେବାପରେ ଲୋକକଳାକୁ ବଞ୍ଚାଇବା ପାଇଁ ଏଭଳି ସଦାବେଳେ କାର୍ଯ୍ୟକ୍ରମ କରିବାକୁ ପରାମର୍ଶ ଦେଇଥିଲେ। ସାରଦା ବଳିୟାର ସିଂ ବାର୍ଷିକ ବିବରଣୀ ପଠନ କରିଥିଲେ। ଏହି ଅବସରରେ ପାରମ୍ପରିକ ଲୋକକଳା ସଂଗଠନ ପକ୍ଷରୁ ପୂର୍ବତନ ବିଡିିଓଙ୍କୁ ସମ୍ବର୍ଦ୍ଧନା ଦିଆଯାଇଥିଲା। ଏଥିସହ ସେ ଦାରିଙ୍ଗବାଡିରେ ଗତ ୩ ବର୍ଷ କାର୍ଯ୍ୟକାଳ ମଧ୍ୟରେ କଳା ସଂସ୍କୃତିକୁ ଆଗକୁ ନେଇଥିବା ବେଳେ ଅନୁସୂଚିତ ଜନଜାତିଙ୍କ ଜୀବନଜୀବିକାକୁ ଗୁରୁତ୍ୱ ଦେବା ସହ ସେ ଇକୋ ରିଟ୍ରିଟ ହେଉ କି ଶୀତ ଉତ୍ସବ ସବୁଠି ସେ ଲୋକ କଳ ସେ ଲୋକ କଳାକୁ ଗୁରୁତ୍ୱ ଦେଇ ଆସୁଥିବାରୁ ତାଙ୍କର ଅନ୍ୟତ୍ର ବଦଳି ହେବା ପରେ ସଂଗଠନ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବକେୟା ଅର୍ଥ ନ ମିଳିବାରୁ ପ୍ଲାଣ୍ଟ ଉପରେ ଚଢ଼ି ଠିକାଦାରଙ୍କ ଆତ୍ମହତ୍ୟା ଉଦ୍ୟମ, ହାଇଡ୍ରାମା ପରେ ପୋଲିସ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀସ୍ଥିତ ଆଇଆର୍‌ଆଇଏଲ କମ୍ପାନୀର ଡ୍ରେଜିଙ୍ଗ କାର୍ଯ୍ୟ ଚାଲିଥିବା ଅଞ୍ଚଳରେ ଏକ ହାଇଡ୍ରାମା ଦେଖିବାକୁ ମିଳିଛି। କାର୍ଯ୍ୟର ବକେୟା ଟଙ୍କା ନ ମିଳିବାରୁ…

କ୍ରାଶ ହେଲା ନୌସେନାର MH-60 ହେଲିକପ୍ଟର, ଆରବ ସାଗରରେ ଜରୁରୀକାଳୀନ ଅବତରଣ ସମୟରେ ଘଟିଲା…

ଓ୍ବାଶିଂଟନ,୨।୭: ଆରବ ସାଗରରେ ଜରୁରୀକାଳୀନ ଅବତରଣ କରିବାକୁ ଚେଷ୍ଟା କରୁଥିବା ସମୟରେ ଏକ ଆମେରିକୀୟ ନୌସେନା MH-60S ସିହକ୍ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ତିନି ଜଣ କ୍ରୁ…

ପାଠପଢ଼ା ବୟସରେ ହାତରେ ବନିଶୀ କଣ୍ଟା, ମାଛ ମାରି ପେଟ ପୋଷୁଛନ୍ତି ଜନଜାତି ପିଲା

ମହାକାଳପଡ଼ା,୨ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ଶବରପଡ଼ା, ଜଙ୍ଗଲଘେରି, ବାଘୁଆମେଦି, ଜମ୍ବୁ , ସୁନିତି ଅଠର ବାଙ୍କି ଓ ପାଣିଖିଆ…

ମାତ୍ର ୧୦୦ ଦିନରେ ଶାହରୁଖଙ୍କ ସ୍ବପ୍ନ ହେଲା ପୂରଣ: ଏବେ…

ନୂଆଦିଲ୍ଲୀ,୨।୭: ଅଭିନେତା ଶାହରୁଖ ଖାନଙ୍କ ଦୀର୍ଘ ଦିନର ସ୍ବପ୍ନ ପୂରଣ ହୋଇଛି। ତାଙ୍କ ସ୍ବପ୍ନ ପୂରଣ କରିଛନ୍ତି ଆଇସିସି ଅଧ୍ୟକ୍ଷ ଜୟ ଶାହ। ଏଥିପାଇଁ ଶାହରୁଖ ତାଙ୍କୁ…

ଚାଷୀଙ୍କ ମୁଁହରେ ଫେରିଲା ହସ, ଖୁବ ଶୀଘ୍ର କାର୍ଯ୍ୟକ୍ଷମ ହେବ ଅଚଳ ଶୀତଳ ଭଣ୍ଡାର

ଗଞ୍ଜାମ,୨।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ବୁରୁଡ଼ି ଠାରେ ୨୦୧୦ ମସିହାରେ ନିର୍ମିତ ଶୀତଳ ଭଣ୍ଡାର ଅଚଳ ଅବସ୍ଥାରେ ରହିଛି । ଉକ୍ତ ଶୀତଳ ଭଣ୍ଡାରଟି ଆରଏମସି…

ରେଳ ଷ୍ଟେସନରେ ଚାଞ୍ଚଲ୍ୟ! ମା’ କୋଳରେ ଶୋଇଥିବା ପୁଅକୁ ଅପହରଣ, ସିସିଟିଭିରେ…

ହାଇଦ୍ରାବାଦ,୨।୭: ଦେଶର ସବୁଠାରୁ ବ୍ୟସ୍ତବହୁଳ ରେଳ ଷ୍ଟେସନ ମଧ୍ୟରୁ ହାଇଦ୍ରାବାଦର ସିକନ୍ଦରାବାଦ ରେଳ ଷ୍ଟେସନ ଅନ୍ୟତମ । ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଅପହରଣ ଘଟଣା ସାମ୍ନାକୁ ଆସିଛି…

ଲଗାଣ ବର୍ଷା: ଏହି ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା

ଫୁଲବାଣୀ,୨।୭(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ଦୁଇ ଦିନ ଧରି ପ୍ରବଳ ବର୍ଷା ହେଉଛି। ଲଗାଣ ବର୍ଷା ଯୋଗୁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ…

ବରଗଡ଼ ଏମପିଙ୍କ ବଡ଼ ସୂଚନା, ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ

ବରଗଡ଼,୨ା୭:(ପ୍ରେମାନନ୍ଦ ଖମାରୀ):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ ହୋଇଛି । ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଥିବା ବେଳେ ଏହା ବାତିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri