ଡିପୁମାହାରେ ଜଙ୍ଗଲ ପୁନଃରୁଦ୍ଧାର: ଦାରିଙ୍ଗବାଡ଼ି ବନାଞ୍ଚଳ ପକ୍ଷରୁ ଲାଗିଲା ଚାରା, ଯୋଗଦେଲେ…

ଦାରିଙ୍ଗବାଡି, ୧୭।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳ ସିମନବାଡି ସେକ୍ସନର ଡିପୁମାହାଠାରେ ଜଙ୍ଗଲ ସୃଷ୍ଟି କରାଯିବ। ଉଜୁଡିଯାଇଥିବା ଜଙ୍ଗଲକୁ ପୁନଃରୁଦ୍ଧାର ପାଇଁ ନିଆଯାଇଛି ପଦକ୍ଷେପ। ବନାଞ୍ଚଳ ଅଧିକାରୀ ମାଧବ ଚନ୍ଦ୍ର ବେହେରାଙ୍କ ତତ୍ତ୍ୱାବଧାନରେ ବନପାଳ ବନିତା ପ୍ରଧାନଙ୍କ ନେତୃତ୍ୱରେ ମୁଖ୍ୟ ଅତିଥିଭାବେ ବ୍ଲକ ଚେୟାରମେନ ସୁଶାନ୍ତ କୁମାର ପ୍ରଧାନ, ଡିଏସ୍‌ପି କନକ ମାଝୀ, ଜାଗୃତି ସମ୍ପାଦକ କୈଳାଶ ଚନ୍ଦ୍ର ଦଣ୍ଡପାଟ, ଶ୍ରନିକେତା ସରପଞ୍ଚ ଗଙ୍ଗାଧର ପ୍ରଧାନ ପ୍ରମୁଖ ଅତିଥିଭାବେ ଯୋଗଦେଇ ବୃକ୍ଷରୋପଣ କରିଥିଲେ। ଉଜୁଡିଯାଇଥିବା ୨୫ ହେକ୍ଟର ଜମିରେ ବୃକ୍ଷରୋପଣ କରାଯାଉଛି ବୋଲି ବନପାଳ ବନିତା ପ୍ରଧାନ କହିଛନ୍ତି। ବିଭିନ୍ନ ପ୍ରକାର ଫଳ ଗଛ ତଥା ଆମ୍ବ, ପଣସ, ଲିଚୁ, ଜାମୁ, ଲେମ୍ବୁ ସମେତ ଔଷଧୀୟ ବୃକ୍ଷ ରୋପଣ କରାଯାଇଛି, ଯାହାକି ଅଞ୍ଚଳର ଲୋକଙ୍କୁ ରୋଜଗାର ମଧ୍ୟ ଦେବ ବୋଲି କୁହାଯାଇଛ। ଆଜି ଏକ ପେଡ ମା’କେ ନାମ ପାଳନ କରାଯାଉଥିବା ବେଳେ ବନ ବିଭାଗର ଏଭଳି ଜଙ୍ଗଲକୁ ପୁନଃରୁଦ୍ଧାର କରାଯାଉଥିବା ଜାଣି ଗ୍ରାମବାସୀ ବନ ବିଭାଗକୁ ସାଧୁବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ଛାତ୍ରଙ୍କୁ ମାଡ଼ ମାରି ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ, ଜିଲା ନ ଛାଡ଼ିବାକୁ ନିର୍ଦ୍ଦେଶ

ସୁନ୍ଦରଗଡ଼,୨୧।୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ବ୍ଲକରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଛାତ୍ରଙ୍କୁ ମାଡ଼ ମାରିବା ଏବଂ କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

ବରଗଡ଼ରେ ପୁଣି କଫ ସିରପ କାରବାର: ୭୬ ହଜାରରୁ ଅଧିକ ଟଙ୍କା ଜବତ ସହ…

ବରଗଡ଼,୨୧ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲସ ବୁଧବାର ୫୦୫୦ବୋତଲ କଫ୍‌ ସିରପ୍‌ ଜବତ କରିଛି। ଏଥିରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଥିବାବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri