ବନ୍ଦପାଳନରେ ଦାରିଙ୍ଗବାଡ଼ି ପ୍ରଭାବିତ

ଦାରିଙ୍ଗବାଡ଼ି,୧୫।୨(ଡି.ଏନ୍‌.ଏ.): ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ୬ ଘଣ୍ଟିଆ ବନ୍ଦ ପାଳନର ପ୍ରଭାବ ଦାରିଙ୍ଗବାଡ଼ି ବ୍ଲକରେ ଦେଖିବାକୁ ମିଳିଛି। ଦଳର ବ୍ଲକ ସଭାପତି ପ୍ରଦୀପ ନାୟକଙ୍କ ତତ୍ତ୍ବାବଧାନରେ ବ୍ଲକ ଅଧ୍ୟକ୍ଷା ରୁଦା ମଲ୍ଲିକଙ୍କ ସହଯୋଗରେ ଦଳୀୟ କର୍ମୀଙ୍କ ପକ୍ଷରୁ ଚାରିଛକ,ସିମନବାଡ଼ିର ଜାତୀୟ ରାଜପଥରେ ବଡ଼ବଡ଼ କାଠ ଗଣ୍ଡି, ପଥର ରଖି ରାଜପଥ ଅବରୋଧ କରାଯାଇଥିଲା। ସେହିପରି ବ୍ରାହ୍ମଣାଁ ଶିବମନ୍ଦିର ଛକରେ ମଧ୍ୟ ରାସ୍ତା ଅବରୋଧ କରି ପ୍ରତିବାଦ କରାଯାଇଛି। ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରୁ କୌଣସି ଗାଡ଼ି ଚଳାଚଳ କରୁ ନ ଥିବା ବେଳେ ଦୋକାନ ବଜାର, ସରକାରୀ,ବେସରକାରୀ ସଂସ୍ଥା ସବୁ ବନ୍ଦ ରହିଥିଲା। ତୈଳଦର ବୃଦ୍ଧି ସହ ରନ୍ଧନ ଗ୍ୟାସ ଆଦି ବୃଦ୍ଧି ଯୋଗୁ ଜନସାଧାରଣ ହଟହଟା ହେଉଛନ୍ତି। ଗରିବ ଏବଂ ମଧ୍ୟବିତ୍ତ ଲୋକ ଚଳିବା ମୁସ୍କିଲ ବୋଲି କଂଗ୍ରେସ ପକ୍ଷରୁ ଅଭିଯୋଗ କରାଯାଇଛି। ପେଟ୍ରୋଲ ଡିଜେଲ ଦର ନ କମିଲେ ଆଗକୁ ଆହୁରି ବଡ଼ ଧରଣର ଆନ୍ଦୋଳନ କରାଯିବ ବୋଲି ଦଳ ପକ୍ଷରୁ ଚେତାବନୀ ଦିଆଯାଇଛି। ଆନ୍ଦୋଳନରେ ଅନ୍ୟମାନଙ୍କ ମଧ୍ୟରେ ଦଳର ବ୍ଲକ ସମ୍ପାଦକ ଶରତ ଚନ୍ଦ୍ର ପ୍ରଧାନ, ରାଜ୍ୟ ସଙ୍ଗଠନର ଏକଜିକ୍ୟୁଟିଭ୍‌ ସଦସ୍ୟ ପ୍ରଭଞ୍ଜନ ନାୟକ, ଦାରିଙ୍ଗବାଡ଼ି ସରପଞ୍ଚ ରାଧାକାନ୍ତ ପ୍ରଧାନ,ବରୁଣ ନାୟକ,ଉତ୍ତମ ପ୍ରଧାନ, ସୁରେନ୍ଦ୍ର ସାହୁ, ବିଦ୍ୟାଧର ମଲ୍ଲିକ, ନାଗେଶ୍ବର ପ୍ରଧାନ,ରାମଦେଉ ପ୍ରଧାନ, ରଜନ ପ୍ରଧାନ, ମୋହନ ପ୍ରଧାନ ପ୍ରମୁଖ ବିକ୍ଷୋଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନୀ ରାଲିରେ ଟ୍ରମ୍ପ୍‌ଙ୍କ ବଡ଼ ଦାବି, ଭାରତ-ପାକିସ୍ତାନ ଯୁଦ୍ଧକୁ ନେଇ…

ଓ୍ବାଶିଂଟନ,୨୪ା୧୦: ଆମେରିକାରେ ମଧ୍ୟବର୍ତ୍ତିକାଳୀ ନିର୍ବାଚନ ପାଇଁ ପ୍ରଚାର ଜୋର୍‌ ଧରିଥିବା ବେଳେ ସେଥିରେ ଅପରେଶନ ସିନ୍ଦୂର ସ୍ଥାନ ପାଇଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଉଚ୍ଚ ଟାରିଫ୍‌ ଧମକ…

ବିଶ୍ୱ ରେକର୍ଡ ଭାଙ୍ଗିଲେ ତିଲକ ବର୍ମା, ଟି-୨୦ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ବନିଲେ ନମ୍ବର ୧…

ନୂଆଦିଲ୍ଲୀ, ୨୪।୧୦: ଭାରତୀୟ ଯୁବ କ୍ରିକେଟର୍ ତିଲକ ବର୍ମା ଟି-୨୦ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଏକ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛନ୍ତି। ଶନିବାର ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଦ୍ୱିତୀୟ…

ଭୁବନେଶ୍ୱର କୁମାରଙ୍କ ଜର୍ସି ନମ୍ବର ‘୮୭’ର ରହସ୍ୟ, କ୍ରିକେଟର୍‌ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ, ୨୪।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଦ୍ରୁତ ବୋଲର ଭୁବନେଶ୍ୱର କୁମାରଙ୍କ ଯାଦୁ ଦେଖିବାକୁ ମିଳିନାହିଁ। ଦୀର୍ଘ ଦିନ ପରେ ଅନ୍ତର୍ଜାତୀୟ କ୍ରିକେଟ୍‌କୁ…

ବୋମା ଖାଇ ୨ ଗୋରୁ ଗୁରୁତର, ତଦନ୍ତ ନିର୍ଦ୍ଦେଶ

ଖମାର,୨୪।୧୦(ରଜନୀକାନ୍ତ ମହାରଣା): ଅନୁଗୋଳ ଜିଲା ଖମାର ଥାନା ଅନ୍ତର୍ଗତ ରଜଡ଼ଙ୍ଗ ଗାଁ ଜଙ୍ଗଲରେ ବନ୍ୟଜନ୍ତୁ ଶିକାର ପାଇଁ ଜଙ୍ଗଲରେ ବିଛାଯାଇଥିବା ବୋମା ଖାଇ ୨ଟି ଗୋରୁ ଶୁକ୍ରବାର…

ବରଗଡ଼ ମୁଖ୍ୟ କେନାଲରେ ୨ମାସ ଆସିବନି ପାଣି: ଏହି ଦିନଠାରୁ ଯୋଗାଣ ବନ୍ଦ, ଚିନ୍ତାରେ ଚାଷୀ

ବରଗଡ଼, ୨୪।୧୦ (ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲରେ ଆସନ୍ତା ନଭେମ୍ବର ମାସ ୧ ତାରିଖରୁ ଜଳ ଯୋଗାଣ ସମ୍ପୂର୍ଣ୍ଣ ବନ୍ଦ କରାଯିବ। ଦୀର୍ଘ ୨ ମାସ…

ଧର୍ମପରାୟଣ ଶିକ୍ଷକ ଏସ୍‌. ସୀମା ରେଡ୍ଡୀ ଆଉ ନାହାନ୍ତି: ଶୋକାକୁଳ ପରିବେଶରେ…

ଦିଗପହଣ୍ଡି, ୨୪।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଓଡ଼ାସିଙ୍ଗି ଗ୍ରାମର ଜଣାଶୁଣା ଧର୍ମପରାୟଣ ବ୍ୟକ୍ତିତ୍ୱ ତଥା ଅବସରପ୍ରାପ୍ତ ହିନ୍ଦୀ ଶିକ୍ଷକ ଏସ୍‌. ସୀମା…

ନଦୀରେ ଭାସୁଥିଲା ଅଖା, ଭିତରୁ ଯାହା ମିଳିଲା…

କାଲିମେଳା, ୨୪।୧୦ (ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅଧୀନ ଏମଭି-୬୪/୧୦ ଗ୍ରାମ ନିକଟସ୍ଥ ପଟେରୁ ନଦୀରୁ ଏକ ଗଳିତ ମୃତଦେହ ଶନିବାର ମିଳିଛି।…

ଦିଗପହଣ୍ଡିରେ କଲେଜ ନିର୍ବାଚନ ପରବର୍ତ୍ତୀ ହିଂସା ଓ ହତ୍ୟା ଉଦ୍ୟମ: ପୁଣି ୨ ଅଣଛାତ୍ର ଗିରଫ, ଜେଲ୍‌ ଗଲେ…

ଦିଗପହଣ୍ଡି, ୨୪।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ଛାତ୍ର ନିର୍ବାଚନ ପରବର୍ତ୍ତୀ ହିଂସାକାଣ୍ଡ ଓ ହତ୍ୟା ଉଦ୍ୟମ ଘଟଣାରେ ପୋଲିସକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?