ବଡ଼ଦିନ ପାଇଁ ସଜେଇ ହେଉଛି ଦାରିଙ୍ଗବାଡ଼ି, ପର୍ଯ୍ୟଟକଙ୍କ ଆଗମନକୁ ଦୃଷ୍ଟିରେ ରଖି…

ଦାରିଙ୍ଗବାଡ଼ି,୨୨ା୧୨(ଅରୁଣ ସାହୁ): ଆଉ ମାତ୍ର ୨ ଦିନର ଅପେକ୍ଷା ସାରା ବିଶ୍ୱରେ ଦେଖାଦେବ ଖୁସି ଓ ଆନନ୍ଦ। ପ୍ରଭୁ ଯୀଶୁଖ୍ରୀଷ୍ଟ ଜନ୍ମ ନେବେ ଏଥିପାଇଁ ଚାରିଆଡ଼େ ଖ୍ରୀଷ୍ଟ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଦେଖାଯାଇଛି ଉଲ୍ଲାସ, ଖୁସି ଆଉ ଆନନ୍ଦ। ଭାଇଚାରାର ବାର୍ତ୍ତା ନେଇ ଖ୍ରୀଷ୍ଟ ଶ୍ରଦ୍ଧାଳୁମାନେ ଏହି ବଡ଼ଦିନକୁ ପାଳନ କରିବେ। ଏହି କ୍ରମରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳ ମଧ୍ୟ ଉତ୍ସବ ମୁଖର ହୋଇପଡ଼ିଛି। ଗାଁ ଗାଁରେ ଏବେ ଯୀଶୁଖ୍ରୀଷ୍ଟଙ୍କ ଆଗମନ ପାଇଁ ଗୁହାଳ ଘର ପ୍ରସ୍ତୁତି ସହ ରଙ୍ଗ ବେରଙ୍ଗର ଆଲୋକ ମାଳାରେ ସଜ୍ଜିତ କରାଯାଇଛି। ଯାହାକି ଆକର୍ଷଣୀୟ ଭାବେ ଝଲସି ଉଠୁଛି। ଘରେ ଘରେ ପିଠାପଣାର ଆସର ଜମିବ ଆଉ ଚର୍ଚ୍ଚ, ପ୍ରାର୍ଥନା ଗୃହ ମଧ୍ୟ ବରଣ ସହ ରଙ୍ଗ ବେରଙ୍ଗ ଆଲୁଅରେ ଝଲସିବା ଆରମ୍ଭ ହେଲାଣି। ନୂଆ ପୋଷାକ ପାଇଁ ମାର୍କେଟିଂ ଚାଲିଛି। ସେପଟେ ନିଜ ନିଜ ଗୃହକୁ ରଙ୍ଗ ଦିଆଯିବା ସହ ଘରେ ଘରେ ବନ୍ଧୁବାନ୍ଧବଙ୍କ ଭିଡ଼ ଜମିଲାଣି।

ପ୍ରକାଶ ଯେ, ୨୪ ମଧ୍ୟରାତ୍ରରେ ଯୀଶୁଖ୍ରୀଷ୍ଟଙ୍କ ଆଗମନ ହେବ ୨୫ରେ। ଏହାକୁ ବଡ଼ଦିନ ଭାବେ ପାଳନ କରାଯିବ ସାମୁହିକ ପ୍ରାର୍ଥନା, ଯଜ୍ଞ, ବାଇବଲ ପଠନ ସହ ସାଂସ୍କୃତିକ କାର୍ଯ୍ୟକ୍ରମ ବିଭିନ୍ନ ଚର୍ଚ୍ଚ ଓ ପ୍ରାର୍ଥନା ଗୃହରେ ପାଳନ କରାଯିବ। ସେଥିପାଇଁ ଦାରିଙ୍ଗବାଡ଼ି ଏବେ ଠାରୁ ଉତ୍ସବ ମୁଖର ହୋଇପଡିଛି। ଦାରିଙ୍ଗବାଡ଼ି ସମେତ ସିମନବାଡ଼ି, ବ୍ରାହ୍ମଣୀଗାଁ କାଟିଙ୍ଗିଆ, କିରାମାହା, ତାଜୁଙ୍ଗିଆ, ହାତୀମୁଣ୍ଡା, ଭ୍ରମରବାଡି, ଗଦାପୁର, ପର୍ତ୍ତମାହା, ସିଆଙ୍ଗବାଲି, ବାଡ଼ାବାଙ୍ଗା, ସରାମୁଳି, ଝିଞ୍ଜିରୀଗୁଡ଼ା, କୁମ୍ଭାରୀଗାଁ ଆଦି ପଞ୍ଚାୟତ ଅଞ୍ଚଳରେ ବ୍ୟାପକ ପ୍ରସ୍ତୁତି ଚାଲିଛି। ଏହି ପର୍ବକୁ ଶାନ୍ତି ଶୃଙ୍ଖଳାର ସହ ପାଳନ ପାଇଁ ବ୍ରାହ୍ମଣୀଗାଁ ଓ ଦାରିଙ୍ଗବାଡ଼ି ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିବା ଡିଏସ୍‌ପି ତଥା ଦାରିଙ୍ଗବାଡ଼ି ଥାନା ଅଧିକାରୀ କନକ ମାଝୀ କହିଛନ୍ତି ପୋଲିସ ଫ୍ଲାଗ୍‌ମାର୍ଚ୍ଚ କରିବା ସହ ଉପସ୍ଥିତ ଜାହିର କରିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri