ଖସୁଛି ପାରଦ: ଥରୁଛି ଦାରିଙ୍ଗବାଡ଼ି, ଶୀତର ମଜା ନେଉଛନ୍ତି ପର୍ଯ୍ୟଟକ

ଦାରିଙ୍ଗବାଡ଼ି,୧୦ା୧୧(ଅରୁଣ ସାହୁ): ଥରୁଛି ଦାରିଙ୍ଗବାଡ଼ି। ସୋମବାର ଭୋର ତାପମାତ୍ରା ୧୦ ଡିଗ୍ରୀ ରେକର୍ଡ କରାଯାଇଥିବା ବିଡିଓ ପ୍ରୀତିରଞ୍ଜନ ରଥ କହିଛନ୍ତି। ଶୀତ ବିଳମ୍ବରେ ଆସିଥିଲେ ମଧ୍ୟ ଗତ ୩ ଦିନ ହେଲା ତାପମାତ୍ରା ତଳମୁହାଁ ହୋଇଛି। ବିଳମ୍ବିତ ରାତିଠାରୁ ଘନ କୁହୁଡ଼ି ଆରମ୍ଭ ହୋଇ ସକାଳ ୮ ଟା ପର୍ଯ୍ୟନ୍ତ କୁହୁଡ଼ି ଆଚ୍ଛାଦିତ ହୋଇରହୁଛି। ଦାରିଙ୍ଗବାଡ଼ିର ଆଭ୍ୟନ୍ତରୀଣ ଅଞ୍ଚଳରେ ଏହା ଠାରୁ ଆହୁରି ତାପମାତ୍ରା କମିଥିବା କୁହାଯାଉଛି। ଦୁର୍ଗମ ଅଞ୍ଚଳ ସିର୍କାବର୍ଗ, ସିଆଙ୍ଗବାଲି, ପର୍ତ୍ତମାହା, ସୋନପୁର, ଦନେକବାଡ଼ି, ତାଜୁଙ୍ଗିଆ ଆଦି ଅଞ୍ଚଳରେ ଥିବା ଦୁର୍ଗମ ଗ୍ରାମରେ ଶୀତର ପ୍ରକୋପ ଅଧିକ ରହିଛି। ବିଭିନ୍ନ ସ୍ଥାନରେ ଲୋକ ନିଆଁର ଆଶ୍ରୟ ନେଉଥିବା ଦେଖିବାକୁ ମିଳିଛି। ଦାରିଙ୍ଗବାଡ଼ିର ଶୀତର ମଜା ନେବା ପାଇଁ ଆସିଥିବା ପର୍ଯ୍ୟଟକ ଅତ୍ୟନ୍ତ ଖୁସି ଅନୁଭବ କରୁଛନ୍ତି। ସେହିପରି ସ୍ଥାନୀୟ କ୍ରୀଡ଼ାବିତ୍‌ ଖେଳ ପଡ଼ିଆରେ ଶୀତର ମଜା ନେଇ ଫୁଟବଲ ଖେଳୁଥିବା ଦେଖିବାକୁ ମିଳିଛି। ସେହିପରି ସକାଳ ଭ୍ରମଣ, ଯୋଗ, କସରତ କରି ଦେହକୁ ଗରମ କରୁଥିବା ଓ ସ୍ବାସ୍ଥ୍ୟ ପାଇଁ ଏହା କରୁଥିବା ଜଣାପଡ଼ିଛି।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସମାଜବାଦୀ ପାର୍ଟି ଭାଙ୍ଗିବା ଅଭିଯୋଗକୁ ଖଣ୍ଡନ କଲେ ଅଖିଳେଶ, କହିଲେ ଦଳ ଆମର…

ଲକ୍ଷ୍ନୌ,୧୮।୬(ପି.ଟି.): ଆସନ୍ତାବର୍ଷ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ଥିବାବେଳେ ଏବେ ମୁଖ୍ୟ ବିରୋଧୀ ଦଳ ସମାଜବାଦୀ ପାର୍ଟି (ଏସ୍‌ପି)ରେ ବଡ଼ ବିଭାଜନ ହେବାକୁ ଯାଉଥିବା ମନ୍ତ୍ରୀ ତଥା ସୁହେଲଦେବ…

‘ଇଣ୍ଡୋ-ପାସିଫିକ୍‌ କମାଣ୍ଡ’ ନାଁରୁ ‘ଇଣ୍ଡୋ’ ହଟାଇଲା ଆମେରିକା

ୱାଶିଂଟନ/ନୂଆଦିଲ୍ଲୀ, ୧୮।୬(ପି.ଟି.): ପ୍ରତିରକ୍ଷା ଓ ସାମରିକ ରଣନୀତି କ୍ଷେତ୍ରରେ ଆମେରିକା ବଡ଼ ପଦକ୍ଷେପ ଗ୍ରହଣ କରିଛି। ୮ ବର୍ଷ ତଳର ଏକ ନିଷ୍ପତ୍ତିକୁ ବଦଳାଇ ଆମେରିକା ସରକାର…

ଫିଫା ବିଶ୍ୱକପ୍‌: ରୋନାଲ୍ଡୋଙ୍କ ରେକର୍ଡ ଭାଙ୍ଗିଲେ ମେସି

ଇଷ୍ଟ ରଦରଫୋର୍ଡ (ଆମେରିକା),୧୮।୬: ଫୁଟ୍‌ବଲ ସୁପର ଷ୍ଟାର ଲିଓନେଲ ମେସିଙ୍କ ହାଟ୍ରିକ୍‌ ଗୋଲ ବଳରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ୩-୦ ଗୋଲରେ ଆଲ୍‌ଜେରିଆକୁ ପରାସ୍ତ କରିଛି। ଏହି…

୫୯ ମଣ୍ଡିରେ ପଡ଼ିରହିଛି ୪ ଲକ୍ଷ ବସ୍ତା ଧାନ, ବର୍ଷା ନେଇ ଚିନ୍ତାରେ ଚାଷୀ

ପଦ୍ମପୁର,୧୮।୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ଧାନ କିଣାବିକା ସମସ୍ୟା ସୁଧୁରୁ ନ ଥିବା ବେଳେ ଆଗାମୀ ମୌସୁମୀ ବର୍ଷାକୁ ନେଇ ଚାଷୀ ଚିନ୍ତାରେ ପଡ଼ିଛନ୍ତି।…

ଭିଜିଲାନ୍ସ ଜାଲରେ ମଞ୍ଚେଶ୍ୱର ଥାନା ASI, ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…

ଭୁବନେଶ୍ୱର,୧୭।୬: ରାଜଧାନୀରେ ପୁଣି ଜଣେ ପୋଲିସ ବାବୁଙ୍କ ଲାଞ୍ଚ କାରବାରର ପର୍ଦ୍ଦାଫାଶ ହୋଇଛି। ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭୁବନେଶ୍ୱର ମଞ୍ଚେଶ୍ୱର ଥାନାର ଏଏସଆଇ (ASI)। ଏକ ମାମଲା…

ଝାରସୁଗୁଡ଼ା ସହ ଏହି ଜିଲାରେ ବଢ଼ିଲା ଖରାଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ ସ୍କୁଲ

ଭୁବନେଶ୍ୱର, ୧୭।୬: ଝାରସୁଗୁଡ଼ା ଜିଲାରେ ପଢୁଥିବା ସ୍କୁଲ୍ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଗୁରୁତ୍ଵପୂର୍ଣ୍ଣ ଖବର। ଜିଲାରେ ଗ୍ରୀଷ୍ମପ୍ରବାହର ପ୍ରକୋପ ଜାରି ରହିଥିବାରୁ ଛାତ୍ରଛାତ୍ରୀଙ୍କ ସ୍ଵାସ୍ଥ୍ୟକୁ ଦୃଷ୍ଟିରେ ରଖି…

ବୁଧଙ୍କ କୃପାରୁ ଚମକିବ ଭାଗ୍ୟ: ଏହି ୫ଟି ରାଶିର ଲୋକେ ହେବେ ମାଲାମାଲ୍‌, ଧନବର୍ଷା ସାଙ୍ଗକୁ ବଢ଼ିବ ସୁଖ-ସମୃଦ୍ଧି

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ବୁଧଙ୍କୁ ବୁଦ୍ଧି, ବାଣୀ, ବ୍ୟାପାର, ଗଣିତ, ଶିକ୍ଷା, ତର୍କ ଶକ୍ତି ଏବଂ ଯୋଗାଯୋଗର କାରକ ଗ୍ରହ ଭାବେ ବିବେଚନା କରାଯାଏ। ବର୍ତ୍ତମାନ ବୁଧ…

ବିନା ଇଣ୍ଟରନେଟ୍‌ରେ ବି କରିପାରିବେ Google Maps ବ୍ୟବହାର, ଜାଣନ୍ତୁ ଏହି ସହଜ ଉପାୟ

ନୂଆଦିଲ୍ଲୀ,୧୭।୬: ଗୁଗଲ୍ ମ୍ୟାପ୍ସ ଏବେ କେବଳ କୌଣସି ସ୍ଥାନର ରାସ୍ତା ଦେଖାଇବା ପାଇଁ ଏକ ସାଧାରଣ ଆପ୍ ହୋଇ ରହିନାହିଁ, ବରଂ ଏହା ଏକ ସମ୍ପୂର୍ଣ୍ଣ ‘ଡିଜିଟାଲ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri