ଦାରିଙ୍ଗବାଡ଼ି ଓକିଲ ସଂଘ ନିର୍ବାଚନ ଶେଷ: ପ୍ରଦୀପ ସଭାପତି, ଇନ୍ଦ୍ରମଣୀ ସମ୍ପାଦକ

ଦାରିଙ୍ଗବାଡି, ୨୯।୩ (ଅରୁଣ ସାହୁ)- କନ୍ଧମାଳ ଜିଲା ଦାରିଙ୍ଗବାଡି ଓକିଲ ସଙ୍ଘର କର୍ମକର୍ତ୍ତା ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ସଂଘର ମୁଖ୍ୟ ପଦବୀ ସଭାପତି ଭାବେ ପ୍ରଦୀପ କୁମାର ସାହୁ ନିର୍ବାଚିତ ହୋଇଥିବା ବେଳେ ସାଧାରଣ ସମ୍ପାଦକ ଭାବେ ଇନ୍ଦ୍ରମଣୀ ପ୍ରଧାନ ନିର୍ବାଚିତ ହୋଇଛନ୍ତି। ଏହି ଉଭୟ ପଦ ପାଇଁ ତ୍ରିମୁଖୀ ଲଢେଇ ହୋଇଥିବା ବେଳେ ଦୁହେଁ ତାଙ୍କ ନିକଟତମ ପ୍ରତିଦ୍ବନ୍ଦୀଙ୍କଠାରୁ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।

ସେହିପରି କୋଷଧ୍ୟକ୍ଷ ଭାବେ ରାମଚନ୍ଦ୍ର ବେହେରା ନିର୍ନ୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଥିବା ବେଳେ ଉପସଭାପତି ଭାବେ ସନ୍ତୋଷ କୁମାର ସାହୁ, ସହ ସମ୍ପାଦକ ହରେନ କୁମାର ସାହୁ, ପାଠାଗାର ସମ୍ପାଦକ ଭାବେ ଏଲିୟାସ ମାଝୀ, କାର୍ଯ୍ୟକାରୀ ସଦସ୍ୟ ଭାବେ ମନୋଜ କୁମାର ପଣ୍ଡା ସର୍ବସମ୍ମତି କ୍ରମେ ମନୋନୀତ ହୋଇଥିଲେ। ଏହି ନିର୍ବାଚନକୁ ବରିଷ୍ଠ ଆଇନଜୀବୀ ଉମେଶ କର ନିର୍ବାଚନ ପରିଚାଳନା କରିଥିଲେ। ଶାନ୍ତିପୂର୍ଣ୍ଣ ଭାବରେ ନିର୍ବାଚନ ସମ୍ପନ୍ନ ହୋଇଥିବା ବରିଷ୍ଠ ଓକିଲ ଉମେଶ କର କହିଛନ୍ତି। ସେ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଏହି ନିର୍ବାଚନ ସମୟରେ ସମସ୍ତ ଓକିଲ ଉପସ୍ଥିତ ରହି ନିର୍ବାଚନରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାଧିନତା ଦିବସରେ ପୁରୁଷୋତ୍ତମପୁର NAC ଆଗରେ କାଉନସିଲର-ଜନସାଧାରଣଙ୍କ ଧାରଣା, ଆତ୍ମାହୁତି ଚେତାବନୀ

ପୁରୁଷୋତ୍ତମପୁର,୧୫।୮(ସବିତା ମିଶ୍ର): ସାରାଦେଶ ସ୍ବାଧିନତା ଦିବସକୁ ମହାଆଡ଼ମ୍ବରରେ ପାଳନ କରୁଥିବାବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସିର ଜନସାଧାରଣ ମୌଳିକ ସୁବିଧାରୁ ବଞ୍ଚିତ ହୋଇ ପରାଧୀନ ଅବସ୍ଥାରେ ରହିଥିବା…

ଖୋର୍ଦ୍ଧାରେ ପତାକା ଉତ୍ତୋଳନ କଲେ ଜିଲାପାଳ

ଖୋର୍ଦ୍ଧା,୧୫।୮: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ୮୦ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ବିଜେବି ହାଇସ୍କୁଲ ଖେଳପଡିଆରେ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି। ଜଲାପାଳ ଅମ୍ରିତ ଋତୁରାଜ…

କେସିଙ୍ଗାରେ ପାଳିତ ହେଲା ୮୦ ତମ ସ୍ବାଧୀନତା ଦିବସ

କେସିଙ୍ଗା,୧୫।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି କାର୍ଯ୍ୟାଳୟରେ ଅଧ୍ୟକ୍ଷ ନୃପରାଜ ଯାଦବ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସେହିପରି ବିଦ୍ୟାପୀଠ ଖେଳ ପଡିଆରେ ନାଗରିକକମିଟି ପକ୍ଷରୁ…

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍‌ ଅଫ୍‌ ନଲେଜ୍‌ ବିଦ୍ୟାଳୟର କୁନି କୁନି ଶିଶୁମାନେ…

କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସମ୍ପଦ ସ୍ୱାଇଁ

କୋରାପୁଟ, ୧୪।୮ (ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ଶନିବାର ୮୦ତମ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri