ଦାରିଙ୍ଗବାଡିରେ ଡମ୍ପିଂୟାର୍ଡ ନଥିବା ଘଟଣା: ଖବର ପ୍ରକାଶ ପରେ ବର୍ଯ୍ୟବସ୍ତୁ ପରିଚାଳନା କେନ୍ଦ୍ରପାଇଁ ପଡ଼ିଲା ଭିତ୍ତିପ୍ରସ୍ତର 

ଦାରିଙ୍ଗବାଡି,୮ା୧୧(ଅରୁଣ ସାହୁ): କନ୍ଧମାଳ ଜିଲାର ଦାରିଙ୍ଗବାଡି ଓଡ଼ିଶାର କଶ୍ମୀର ଭାବେ ପରିଚିତ। ଶୀତ ଋତୁରେ ଏଠାକୁ ପର୍ଯ୍ୟଟକଙ୍କ ଭିଡ ଲାଗିଥାଏ।  ତେବେ ଦାରିଙ୍ଗବାଡ଼ି ବଜାର ସମେତ ପର୍ଯ୍ୟଟନକ୍ଷେତ୍ର ଆଦିରେ କୁଢ଼କୁଢ଼ ଅଳିଆ ଯୋଗୁ ଦାରିଙ୍ଗବାଡକୁ ଆସୁଥିବା ପର୍ଯ୍ୟଟକ ନାକ ଟେକୁଛନ୍ତି। ଏ ନେଇ ଧରିତ୍ରୀରେ ଖବର ପ୍ରକାଶ ପାଇଥିଲା।
ଏହି ଆବର୍ଜନା ପରିବେଶକୁ ଦୂଷିତ କରୁଥିବା ବେଳେ ପଞ୍ଚାୟତ ଓ ପଞ୍ଚାୟତ ସମିତି କାର୍ଯ୍ୟାଳୟର ଅବହେଳାକୁ ନେଇ ମଧ୍ୟ ଖବର ପ୍ରକାଶ ପାଇଥିଲା। ଏହି ଖବର ପ୍ରକାଶ ପରେ ଉଭୟ ପ୍ରଶାସନ ପକ୍ଷରୁ ତତ୍ପରତା ଦେଖାଯାଇଛି। ଶୁକ୍ରବାର ଦାରିଙ୍ଗବାଡି ରାଇକିଆ ରାସ୍ତାର ପଲେ ନିକଟ ଜଙ୍ଗଲରେ ବର୍ଜ୍ୟବସ୍ତୁ ପରିଚାଳନା ପାଇଁ  ଅଳିଆ ପକାଯିବାକୁ କୁଣ୍ଡ ନିର୍ମାଣ କରାଯିବା ପାଇଁ ଭିତ୍ତିପ୍ରସ୍ତର ସ୍ତାପନ କରାଯାଇଛି।
ବିଡିଓ ପ୍ରୀତିରଞ୍ଜନ ରଥ, ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ, ସହକାରୀ ନିର୍ବାହୀ ଯନ୍ତ୍ରୀ ଶିଶିର ପାତ୍ର, କନିଷ୍ଠ ଯନ୍ତ୍ରୀ ଧିରେନ ସେଠି, ବିପିଏମ୍‌ ପିଣ୍ଟୁ ନାୟକ, ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲିକ ପ୍ରମୁଖ ପହଞ୍ଚି ଭିତ୍ତିପ୍ରସ୍ତର କରିଥିଲେ। ୧୦ ଲକ୍ଷ ଟଙ୍କା ବିନିମୟରେ ଏହି ବର୍ଜ୍ୟବସ୍ତୁ ପରିଚାଳନା କୁଣ୍ଡ ନର୍ମାଣ କରାଯିବ ବୋଲି ବିଡ଼ିଓ ରଥ କହିଛନ୍ତି। ଶୀଘ୍ର କାର୍ଯ୍ୟ ସମ୍ପୂର୍ଣ୍ଣ କରାଯାଇ କାର୍ଯ୍ୟରେ ବ୍ୟବହାର କରାଯିବ। ବଜାରରୁ ଅଳିଆ ବୋହିବା ପାଇଁ ସୋଲାର ଚାଳିତ ୨ଟି ଗାଡି ମଧ୍ୟ ଏଥିରେ ନିୟୋଜିତ କରାଯିବ।  ପରିଚାଳନା ପାଇଁ ଲୋକଙ୍କୁ ନିଯୁକ୍ତି ଦିଆଯିବ ବୋଲି ବିଡ଼ିଓ କହିଛନ୍ତି।
ସୂଚନାଯୋଗ୍ୟ, ଦାରିଙ୍ଗବାଡକୁ ପର୍ଯ୍ୟଟକ ମାନେ ଆସୁଥିବା ବେଳେ ଦୈନିକ ଦୋକାନ, ହୋଟେଲ, ରେଷ୍ଟୁରାଣ୍ଟ ଆଦିରେ ଭିଡ଼ ଜମୁଛି ଅଇଁଠା ଖଲି ପତ୍ର ସହ ଚା କପ, ପ୍ଲାଷ୍ଟିକ, ପଲିଥିନ ବିଭିନ୍ନ ସ୍ଥାନରେ ପଡ଼ି ପରିବେଶ ଦୂଷିତ କରୁଛି। ବର୍ଜ୍ୟବସ୍ତୁ ପରିଚାଳନା କରିବାକୁ ଜମି ଯୋଗାଇଦେବାକୁ ପଞ୍ଚାୟତ ପକ୍ଷରୁ ଏକାଧିକ ଥର ଦାବି କରାଯାଇଥିବା ବେଳେ ବଣିକ ସଙ୍ଘ, ହୋଟେଲ ସଙ୍ଘ ମଧ୍ୟ ବର୍ଜ୍ୟବସ୍ତୁ ପରିଚାଳନା ପାଇଁ ପ୍ରଶାସନ ନିକଟରେ ଦାବି କରିଆସୁଥିଲା। ଏବେ ପ୍ରଶାସନର ପଦକ୍ଷେପ ନେବାପାରେ ହୋଟେଲ ସଙ୍ଘର ସଭାପତି ଗିରିଶ ଚନ୍ଦ୍ର ସାହୁ, ସମ୍ପାଦକ ଲଡ଼ୁ କିଶୋର ସାହୁ, ଦିଲୀପ କୁମାର ସାହଙ୍କ ସମେତ ସଙ୍ଘ ପକ୍ଷରୁ ପ୍ରଶାସନକୁ ସାଧୁବାଦ ଜଣାଇଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

କେଉଁ ୱେଟିଂ ଟିକେଟ ସବୁଠୁ ଆଗ କନଫର୍ମ ହୁଏ? ଜାଣନ୍ତୁ ରେଳବାଇର ନୂଆ ନିୟମ…

ଭାରତୀୟ ରେଳବାଇରେ ଯାତ୍ରା କରୁଥିବା ସମୟରେ ଯଦି ଆପଣଙ୍କୁ କନଫର୍ମ ସିଟ ନ ମିଳେ, ତେବେ IRCTC ସିଷ୍ଟମ ଆପଣଙ୍କୁ ୱେଟିଂ ଟିକେଟ (Waiting Ticket) ପ୍ରଦାନ…

ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ

ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍‌ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…

ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍

ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…

ସୌମ୍ୟରଞ୍ଜନ ମାମଲାରେ ହାଇକୋର୍ଟ ଗଲେ ବିଦ୍ୟାଭାରତୀ: ଆଗୁଆ ଜାମିନ ପାଇଁ ଆବେଦନ, ଅକ୍ଟୋବର ୩୦ ଯାଏ ହାଜର ସମୟ ବୃଦ୍ଧି

କଟକ, ୬।୧୦(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ…

ଛାତ୍ର ସଂସଦ ନିର୍ବାଚନ: ଅଣଛାତ୍ରଙ୍କ ପ୍ରବେଶ ଉପରେ ନଜର

ବ୍ରହ୍ମପୁର,୬ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଛାତ୍ର ସଂସଦ ନିର୍ବାଚନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଘୋଷଣା କରାଯିବା ପରେ ମହାବିଦ୍ୟାଳୟ ଓ ବିଶ୍ୱ ବିଦ୍ୟାଳୟଗୁଡ଼ିକରେ ରାଜନୈତିକ ମାହୋଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?