ବିପଦରେ ଦାରିଙ୍ଗବାଡି-ସୋରଡ଼ା ଘାଟି: ଚିନ୍ତା ବଢାଉଛି ମୋନ୍ଥା

ଦାରିଙ୍ଗବାଡି, ୨୭।୧୦ (ଅରୁଣ ସାହୁ )-ସାମୁଦ୍ରିକ ଝଡ଼ ତଥା ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ମୋନ୍ଥା’ର ପ୍ରଭାବରେ ସୋମବାର ଦାରିଙ୍ଗବାଡି ଅଞ୍ଚଳରେ ବର୍ଷା ଓ ପବନ ଆରମ୍ଭ ହୋଇଯାଇଛି। ତେବେ କନ୍ଧମାଳ ଜିଲାରେ ମଙ୍ଗଳବାର ଏହାର ପ୍ରଭାବ ଅଧିକା ରହିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଥିବାବେଳେ ବର୍ଷା ଆରମ୍ଭ ହେବା ସହ କୋହଲା ପାଗ ସୃଷ୍ଟି ହୋଇଛି । ଏହି ସାମୁଦ୍ରିକ ଝଡ଼ର ପ୍ରଭାବରେ ଅଞ୍ଚଳରେ ସମ୍ଭାବ୍ୟ ବିପର୍ଯ୍ୟୟ କୁ ମୁକାବିଲା କରିବା ପାଇଁ ସ୍ଥାନୀୟ ପ୍ରଶାସନ ପ୍ରସ୍ତୁତ ରହିଛି। ତେବେ ଗତ ୨୦୧୮ ମସିହା ଅକ୍ଟୋବର ୧୧ର ସାମୁଦ୍ରିକ ଝଡ଼ ‘ତିତିଲି’ର ପ୍ରଭାବରେ ଦାରିଙ୍ଗବାଡିଠାରୁ ସୋରଡ଼ାକୁ ସଂଯୋଗ କରୁଥିବା ଗାଜଲବାଡି ଘାଟିରେ ଏକାଧିକ ସ୍ଥାନରେ ଭୂସ୍ଖଳନ ହୋଇଥିବା ନଜିର ରହିଥିବାବେଳେ ଚଳିତ ବାତ୍ୟାରେ ମଧ୍ୟ ଉକ୍ତ ଘାଟିରେ ସମ୍ଭାବ୍ୟ ଭୂସ୍ଖଳନ ହୋଇପାରେ ବୋଲି ଆଶଙ୍କା କରାଯାଇଛି। ତେବେ ଏହାର ମୁକାବିଲା କରିବାକୁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋରଦାର କରାଯାଇଛି। ଅଗ୍ନିଶମ ବିଭାଗ ମଧ୍ୟ ଏହି ଘାଟିରେ ସମ୍ଭାବ୍ୟ ଭୂସ୍ଖଳନକୁ ନଜରରରେ ରଖି ମୁକାବିଲା ପାଇଁ ପ୍ରସ୍ତୁତି ଚଳାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ପୁଣି ଯୁଦ୍ଧକୁ ଓହ୍ଲାଇବେ ଭାରତ-ପାକିସ୍ତାନ! ପରମାଣୁ ଆଟାକ୍‌ କରିପାରେ ପାକ୍‌…

ନୂଆଦିଲ୍ଲୀ,୧୯।୩: ଯଦିଓ ଭାରତ ଏବଂ ପାକିସ୍ତାନ ମଧ୍ୟରେ ପରିସ୍ଥିତି ବର୍ତ୍ତମାନ ଶାନ୍ତ ଦେଖାଯାଉଛି, ତଥାପି ବିପଦ ସମ୍ପୂର୍ଣ୍ଣ ହ୍ରାସ ପାଇନାହିଁ। ଏହି ଦାବି ଆମେ କରୁନୁ, ବରଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

୨୪ ଘଣ୍ଟା ଭିତରେ ୟୁ-ଟର୍ନ ନେଲେ ଟ୍ରମ୍ପ: ବ୍ୟାକ୍‌ଫୁଟ୍‌ରେ ଆମେରିକା

ଓ୍ବାଶିଂଟନ୍‌,୧୯।୩: ମଧ୍ୟପ୍ରାଚ୍ୟରେ ଗ୍ୟାସ ସୁବିଧା ଉପରେ ଇରାନର ପ୍ରତିଶୋଧମୂଳକ ଆକ୍ରମଣ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଟେନ୍‌ସନ୍‌ରେ ପକାଇ ଦେଇଛି। ଏକ ବିବୃତ୍ତି ଜାରି କରି ସେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଧାନକ୍ରୟ କେନ୍ଦ୍ର ସାମ୍ନାରେ ୨ ଚାଷୀଙ୍କ ଧାରଣା: ସମିତିର ଏମିତି ତ୍ରୁଟି…

ତିହିଡି଼,୧୯/୩(ସଞ୍ଜିତ ବଳ):ତିହିଡି଼ ବ୍ଲକ ଅଧୀନ ବାରସର ସମବାୟ ସମିତି ଧାନ କ୍ରୟ କେନ୍ଦ୍ର କାର୍ଯ୍ୟାଳୟ ସାମ୍ନାରେ ଗୁରୁବାର ସକାଳଠାରୁ ୨ଜଣ ଚାଷୀ ଧାରଣାରେ ବସିଛନ୍ତି l ତିଆଡ଼ିସାହି…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

ବାଇକ୍‌ରେ ଯାଉଥିଲେ ୩ ଭାଇ, ୧୦ ପୁଟ ଡ୍ରେନ ତଳକୁ ଖସିଲା ଗାଡ଼ି: ଆଉ ତା’ପରେ…

ବଘିଆପଡା,୧୯।୩(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri