ଜାତୀୟସ୍ତରରେ କବାଡ଼ି ଖେଳିବେ ଦାରିଙ୍ଗବାଡ଼ିର ଛାତ୍ର ‘ଅଭିଜ୍ଞାନ’, ଛୁଟୁଛି ପ୍ରଶଂସାର ସୁଅ

ଦାରିଙ୍ଗବାଡି, ୩।୧୨ (ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ଡ଼ଃ ଭୀମାରାଓ ଆମ୍ବେଦକର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ର ଏବେ ରାଜ୍ୟସ୍ତରୀୟ କବାଡି ଦଳରେ ସାମିଲ ହୋଇଛନ୍ତି। ସେ ଏବେ ଜାତୀୟ ସ୍ତରରେ ଖେଳିବା ପାଇଁ ହରିଆନା ଗସ୍ତ କରିଥିବା ବିଦ୍ୟାଳୟର ଖେଳ ଶିକ୍ଷକ ରଶ୍ମିରଂଜନ ତ୍ରିପାଠୀ ସୂଚନା ଦେଇଛନ୍ତି।
ଉକ୍ତ ବିଦ୍ୟାଳୟର ଦ୍ୱାଦଶ ଶ୍ରେଣୀର ଦିତୀୟ ବର୍ଷର ଛାତ୍ର ଅଭିଜ୍ଞାନ ନାୟକ ପ୍ରଥମେ ଜିଲା ଓ ପରେ ରାଜ୍ୟସ୍ତରୀୟ କବାଡି ଖେଳି ରାଜ୍ୟସ୍ତରୀୟ ଦଳରେ ସାମିଲ ହୋଇପାରିଛନ୍ତି। ତାଙ୍କୁ ଜାତୀୟ କବାଡି ପ୍ରତିଯୋଗିତାରେ ଅଂଶଗ୍ରହଣ କରିବାକୁ ଚୟନ କରାଯାଇଛି, ଯାହାକି ଦାରିଙ୍ଗବାଡି ତଥା ଜିଲା ପାଇଁ ଗୌରବ ପାଲଟିଛି।

ତେବେ ଅଭିଜ୍ଞାନଙ୍କ ସଫଳତା ନେଇ ବିଦ୍ୟାଳୟର ଅଧ୍ୟକ୍ଷ ଡ଼ଃ ପ୍ରତାପ ବେହେରାଙ୍କ ସମେତ ସମସ୍ତ ଶିକ୍ଷକ ତାଙ୍କୁ ପ୍ରଂଶସା କରିଛନ୍ତି । ଖେଳ ଶିକ୍ଷକ ରଶ୍ମୀ ରଞ୍ଜନ ତ୍ରିପାଠୀ ତାଙ୍କୁ ପରିଶ୍ରମ କରି ଦୈନିକ କବାଡି ଖେଳ ରେ ବିଭିନ୍ନ କୌଶଳ ପ୍ରୟୋଗ ଶିଖାଇଥିବା କହିଛନ୍ତି। ପୂର୍ବରୁ ମଧ୍ୟ ତାଙ୍କ ପ୍ରଶିକ୍ଷଣରେ ଏକାଧିକ ଛାତ୍ରଜାତୀୟ ସ୍ତରରେ କବାଡି ଖେଳି କୃତିତ୍ୱ ଅର୍ଜନ କରିଥିବା ସେ କହିଛନ୍ତି।

ସୂଚନାଯୋଗ୍ୟ, ଚଳିତ ୨୦୨୪/୨୫ ଆର୍ଥିକ ବର୍ଷ ପାଇଁ ଆନ୍ତଃ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟସ୍ତରୀୟ ବାଳକ ବିଭାଗର କବାଡି ପ୍ରତିଯୋଗିତା ସୁନ୍ଦରଗଡ଼ ଜିଲା ରାଉରକେଲାଠାରେ ଗତ ୨୧ ଓ ୨୨ ଦୁଇଦିନ ଧରି ଅନୁଷ୍ଠିତ ହୋଇଥିଲା। ଏବେ ଆସନ୍ତା ୬ ରୁ ୧୧ ପର୍ଯ୍ୟନ୍ତ ଜାତୀୟସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ ହେବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri