ଦାରିଙ୍ଗବାଡିରେ କମୁଛି ପର୍ଯ୍ୟଟକଙ୍କ ସଂଖ୍ୟା: ପ୍ରଶାସନିକସ୍ତରରେ ବଢୁଛି ଚିନ୍ତା

ଦାରିଙ୍ଗବାଡି, ୨୯।୧୧(ଅରୁଣ ସାହୁ)-ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ବ୍ଲକ ଅଞ୍ଚଳକୁ ପର୍ଯ୍ୟଟକ ଆସୁଛନ୍ତି ହେଲେ ଯେଉଁ ସଂଖ୍ୟାରେ ପର୍ଯ୍ୟଟକ ଆସିବା କଥା ସେହି ସଂଖ୍ୟକ ପର୍ଯ୍ୟଟକଙ୍କ ଆଗମନ ହେଉନାହିଁ। ଏହାର ମୁଖ୍ୟ କାରଣ ଶୀତର ଲୁଚକାଳି ସହ ପର୍ଯ୍ୟଟକ ଦାରିଙ୍ଗବାଡି ଭଳି ଅନ୍ୟ ପର୍ଯ୍ୟଟନ ସ୍ଥାନକୁ ଅଧିକ ଭ୍ରମଣ କରୁଛନ୍ତି। ସେହିପରି ପୂର୍ବରୁ ପର୍ଯ୍ୟଟକ ଦାରିଙ୍ଗବାଡିରେ ରାତ୍ରିଯାପନ କରିବାକୁ ପସନ୍ଦ କରୁଥିବାବେଳେ ଏବେ ପର୍ଯ୍ୟଟକ ଗୋପାଳପୁର ସମୁଦ୍ର କୂଳରେ ରାତ୍ରିଯାପନ କରି ସକାଳ ସମୟରେ ଦାରିଙ୍ଗବାଡି ବୁଲିବାକୁ ଆସି ଫେରିଯାଉଛନ୍ତି, ଯାହାକି ଅଞ୍ଚଳରେ ହୋଟେଲ, ଲଜ୍‌ ମାଲିକ ମାନଙ୍କୁ ଚିନ୍ତା ବଢାଇଛି ସେହିପରି ପ୍ରଶାସନ ପାଇଁ ମଧ୍ୟ ଚିନ୍ତା ବଢିଛି।

ଦାରିଙ୍ଗବାଡି ପର୍ଯ୍ୟଟନ କ୍ଷେତ୍ରର ବିକାଶ ପାଇଁ ସାଂଜାସରୁ ଡେଭଲପମେଣ୍ଟ ଟ୍ରଷ୍ଟ ରହିଛି। ତାର ଅଧ୍ୟକ୍ଷ ଭାବେ ବାଲିଗୁଡା ଉପଜିଲାପାଳ ରୀନା ପ୍ରଧାନ ରହିଛନ୍ତି। ପର୍ଯ୍ୟଟକଙ୍କ ପାଦଶବ୍ଦ ଦାରିଙ୍ଗବାଡିରେ କମିବା ରିପୋର୍ଟକୁ ସେ ଚିନ୍ତାଜନକ ଭାବେ ଗ୍ରହଣ କରିବା ସହ କିଭଳି ପର୍ଯ୍ୟଟକ ଦାରିଙ୍ଗବାଡି ବୁଲିବାକୁ ଆସିବେ ସେ ନେଇ ସେ ଚିନ୍ତା ପ୍ରକଟ କରିଛନ୍ତି। ଜଣେ ହୋଟେଲ ମାଲିକ ଜିତେନ୍ଦ୍ର ସାହୁ କହିଛନ୍ତି, ପ୍ରତିବର୍ଷ ୧୦ ପ୍ରତିଶତ ଲେଖାଏ ପର୍ଯ୍ୟଟକଙ୍କ ସଂଖ୍ୟା କମି କମି ଯାଉଛି। ଡିସେମ୍ବର ଶୀତ ଛୁଟି ଓ ନୂଆ ବର୍ଷ ପାଇଁ ହାତ ଗଣତି କିଛି ଦିନ ହୋଟେଲ ଲଜ ଗୁଡିକ ବୁକିଂ ହୋଇଛି। ପୂର୍ବ ଦିନଗୁଡିକ ଅପେକ୍ଷା ଏବେ ବହୁତ କମ ବୁକିଂ ରହୁଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀକୁ ବେଆଇନ ମଦ ଚାଲାଣ ବେଳେ ମାଡ଼ିବସିଲା ରମ୍ଭା ପୋଲିସ: କାର ସହ ୪୦୦ ଲିଟର ମଦ ଜବତ, ୩ ଗିରଫ

ରମ୍ଭା,୨୯।୯(ବିଦ୍ୟାଧର ସାହୁ): ପୁରୀ ଜିଲାକୁ ବେଆଇନ ଭାବେ କାର୍‌ ଯୋଗେ ମଦ ଚାଲାଣ ହେଉଥିବା ବେଳେ ରମ୍ଭା ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି ମଦ ଚାଲାଣକାରୀ। ପୋଲିସ…

ବେଲଘର ଜଙ୍ଗଲରୁ ଛେଳି ଗୋଠ ସହ ଚାଲିଆସିଲା ହରିଣ ଛୁଆ: ଉଦ୍ଧାର ପରେ ଜଙ୍ଗଲରେ ଛାଡ଼ିଲା ବନ ବିଭାଗ

ବାଲିଗୁଡ଼ା/ତୁମୁଡ଼ିବନ୍ଧ,୨୯।୯ (ସଞ୍ଜୟ କୁମାର ପାଣିଗ୍ରାହୀ/ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ୍ ଅନ୍ତର୍ଗତ ବେଲଘର ବନାଞ୍ଚଳରୁ ମଙ୍ଗଳବାର ସକାଳୁ ଏକ ହରିଣ ଛୁଆକୁ ସୁରକ୍ଷିତ ଭାବେ…

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

ବେଲଗୁଣ୍ଠା ଏନ୍‌ଏସିର ନୂଆ ଉପାଧ୍ୟକ୍ଷା ପ୍ରିୟମ୍ବଦା ସାମଲ: ନିର୍ବିରୋଧ ନିର୍ବାଚିତ, ୨ ବର୍ଷ ପରେ…

ବେଲଗୁଣ୍ଠା,୨୯।୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ଉପାଧ୍ୟକ୍ଷା ପଦବୀ ପାଇଁ ମଙ୍ଗଳବାର ଉପ-ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି। ଏଥିରେ ୪ ନମ୍ବର…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ଏସିଡ ଆକ୍ରମଣ ବିରୋଧରେ ସଚେତନତା ସଭା ଓ ପଥପ୍ରାନ୍ତ ନାଟକ, ଛାତ୍ରୀଛାତ୍ର ସମ୍ୱର୍ଦ୍ଧିତ

ଥୁଆମୂଳ ରାମପୁର, ୨୯।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତାଲୁକ ଆଇନ ସେବା ସମିତି (T.L.S.C.) ଆନୁକୂଲ୍ୟରେ ମଙ୍ଗଳବାର କୋର୍ଟ ସାମ୍ନା ମଣ୍ଡପଠାରେ ଏସିଡ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ବଦଳିବ ଭଞ୍ଜନଗର ପର୍ଯ୍ୟଟନର ଚେହେରା: ଗଠନ ହେବ ଉପଖଣ୍ଡ ସ୍ତରୀୟ କମିଟି, ବୋଟିଂ-ଭାସମାନ ରେଷ୍ଟୁରାଣ୍ଟ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡରେ ପର୍ଯ୍ୟଟନର ସାମଗ୍ରିକ ବିକାଶ, ପ୍ରମୁଖ ପର୍ଯ୍ୟଟନ ସ୍ଥଳୀଗୁଡ଼ିକର ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ପର୍ଯ୍ୟଟକମାନଙ୍କୁ ଉନ୍ନତ ସୁବିଧା ପ୍ରଦାନ ନେଇ ମଙ୍ଗଳବାର ଉପଜିଲାପାଳଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?