ଅଳିଆ ମୁକ୍ତ ହେବ ଦାରିଙ୍ଗବାଡି

ଦାରିଙ୍ଗବାଡି,୨୩।୪(ଅରୁଣ ସାହୁ): ଓଡ଼ିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିକୁ ଅଳିଆ ମୁକ୍ତ କରିବାକୁ ପ୍ରଶାସନ ପକ୍ଷରୁ ପଦକ୍ଷେପ ନିଆଯାଇଛି। ଏନେଇ କ୍ଲିନ ଦାରିଙ୍ଗବାଡି ଗ୍ରୀନ୍‌ ଦାରିଙ୍ଗବାଡି ଅଭିଯାନ ଆରମ୍ଭ ହେବାକୁ ଯାଉଛି। ଏହାକୁ ବ୍ୟାପକ କରାଯିବା ନେଇ ଗୁରୁବାର ବିଡ଼ିଓ ପ୍ରୀତିରଞ୍ଜନ ରଥଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ବ୍ଲକ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଅନ୍ୟ ଅଧିକାରୀଙ୍କ ମଧ୍ୟରେ ତହସିଲଦାର ଧୀରଜ ପାତ୍ର, ସବ୍‌ ଇନ୍ସପେକ୍ଟର ଲଷ୍ମୀ ମାଝୀ ପ୍ରମୁଖ ମଞ୍ଚାସୀନ ରହି ଦାରିଙ୍ଗବାଡିର ପରିବେଶକୁ ସ୍ବଚ୍ଛତା ରଖିବା ପାଇଁ ଉପସ୍ଥିତ ଅଞ୍ଚଳବାସୀଙ୍କୁ ସଚେତନ କରିଥିଲେ।

ସେହିପରି ଦାରିଙ୍ଗବାଡିକୁ ସ୍ବଚ୍ଛତା ରଖିବା ପାଇଁ ହେଲେ ପ୍ରତି ସପ୍ତାହରେ ଜନସଚେତନ କରାଯିବା ସହ ସଫେଇ କରିବାକୁ ବୈଠକରେ ନିଷ୍ପତି ଗ୍ରହଣ କରାଯାଇଛି। ପ୍ରତେକ ଗୁରୁବାର ଏହି ସଫେଇ କାର୍ଯ୍ୟକ୍ରମ କରାଯିବା ବାଧ୍ୟତାମୂଳକ ବୋଲି କୁହାଯାଇଛି।

ଆସନ୍ତା ୩ ରୁ ୪ ମାସ ମଧ୍ୟରେ ଦାରିଙ୍ଗବାଡି ସମ୍ପୂର୍ଣ୍ଣ ଅଳିଆ ମୁକ୍ତ କରାଯିବ ବୋଲି ବିଡ଼ିଓ ରଥ ବୈଠକରେ ଜଣାଇଥିଲେ। ଦାରିଙ୍ଗବାଡି ସହର ସମେତ ପର୍ଯ୍ୟଟନକ୍ଷେତ୍ରଗୁଡିକୁ ମଧ୍ୟ ସ୍ବଚ୍ଛତା ରଖାଯିବାକୁ ଆବଶ୍ୟକ ପଦକ୍ଷେପ ନେବାକୁ କୁହାଯାଇଥିଲା।

ଯେ କୌଣସି ଦୋକାନୀ ତାଙ୍କ ଦୋକାନ ସମ୍ମୁଖରେ ପ୍ଲାଷ୍ଟିକ, ଅଳିଆ ଆବର୍ଜନା କରିବେ ସେମାନଙ୍କୁ ଜରିମାନା ଆଦାୟ କରାଯିବ ବୋଲି ବିଡ଼ିଓ ଚେତାବନୀ ଦେଇଛନ୍ତି। ଲୋକେ ନ ଶୁଣିଲେ ପ୍ରଶାସନ କଠୋର ହେବ ବୋଲି ବିଡ଼ିଓ ଶୁଣାଇ ଦେଇଛନ୍ତି। ଏପରିକି ଦାରିଙ୍ଗବାଡିକୁ ପ୍ଲାଷ୍ଟିକ ମୁକ୍ତ କରିବାକୁ ଗୁରୁତ୍ୱ ଦିଆଯାଇଛି। ବୈଠକରେ ବଣିକ ସଙ୍ଘ, ହୋଟେଲ ସଙ୍ଘ, ସ୍ବେଚ୍ଛାସେବୀ ଅନୁଷ୍ଠାନଙ୍କ ସମେତ ଲୋକପ୍ରତିନିଧି ଉପସ୍ଥିତ ରହିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

ନିର୍ମାଣାଧୀନ କାର୍ଯ୍ୟ ପରିଦର୍ଶନ କଲେ ମନ୍ତ୍ରୀ, ସମୀକ୍ଷା କରି କହିଲେ…

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ରଘୁନାଥପୁର ଛକଠାରେ ନିର୍ମାଣାଧୀନ ରିଙ୍ଗ୍‌ରୋଡ୍‌କୁ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗର ମନ୍ତ୍ରୀ ପୃଥ୍ବୀରାଜ…

ବିବାହିତା ମହିଳାଙ୍କୁ ପ୍ରେମ କରିବା ପଡ଼ିଲା ମହଙ୍ଗା, ଯୁବକ ନେଲେ ଚରମ ନିଷ୍ପତ୍ତି…

ହାଟଡିହୀ/ଛେନାପଦୀ,୧୩ା୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ବଣିଆପଙ୍କ ଗ୍ରାମ ନିକଟରେ ଶନିବାର ଜଣେ ଯୁବକ ଜଣେ ବିବାହିତା ମହିଳାଙ୍କୁ ପ୍ରେମ କରି ଧୋକା ଖାଇବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri